କୃଷି ବିଲକୁ ବିରୋଧ: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ବରଗଡ଼ ଅଫିସ,୫।୧୧: କୃଷି ବିଲକୁ ନେଇ ସାରାଦେଶରେ ବିରୋଧର ସ୍ବର ତେଜିଛି। ଏହିକ୍ରମରେ ଗୁରୁବାର ଅଖିଳ ଭାରତୀୟ କିଶାନ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନରେ ଦେଶବ୍ୟାପୀ ଆନ୍ଦୋଳନ କରାଯାଇଛି। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ମଧ୍ୟ ଏହାର ତାତି ପରିଲକ୍ଷିତ ହୋଇଛି। ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତି ନେତୃତ୍ୱରେ ଜିଲାର ଅତାବିରା ବ୍ଳକ ଅନ୍ତର୍ଗତ ଦେବାହାଲ ଛକରେ ଚାଷୀମାନେ ୫୩ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତିର ଆବାହକ ଲିଙ୍ଗରାଜ, ରମେଶ ମହାପାତ୍ର, ଲକ୍ଷ୍ମଣ ସୁନା ପ୍ରମୁଖ ନେତୃତ୍ୱ ନେଇଛନ୍ତି। ସେହିପରି ଏହି ରାଜପଥର ଦଶମାଇଲ ଛକରେ ମଧ୍ୟ ଚାଷୀମାନେ ରାସ୍ତାରୋକ କରିଛନ୍ତି। ଜୟ କିଶାନ ଆନ୍ଦୋଳନର ସଭାପତି ସୁଶୀଲ କୁମାର ସାହୁ, ସମ୍ପାଦକ ହର ବଣିଆ, ସୁରେନ୍ଦ୍ର ମେହେର, ସଦାନନ୍ଦ ବୁଧିଆ, ଦୁର୍ଗା ପ୍ରସାଦ ବାରିକ, ତେଜରାଜ ବାରିକ ପ୍ରମୁଖ ଏଠାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଛନ୍ତି। କେନ୍ଦ୍ର ସରକାର ଆଣିଥିବା ୩ନୂଆ କୃଷି ଆଇନ ପ୍ରତ୍ୟାହାର, ମେ ମାସ ୧୮ ତାରିଖରେ ରାଜ୍ୟସରକାର ଆଣିଥିବା ୨ଅଧ୍ୟାଦେଶ ପ୍ରତ୍ୟାହାର, ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି)କୁ ଆଇନଗତ ଅଧିକାର ମାନ୍ୟତା, ଏମ୍‌ଏସ୍‌ପିରୁ କମ୍‌ ଦରରେ କୃଷିଜାତ ଦ୍ରବ୍ୟ କିଣିଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚାଷୀମାନେ ଦାବି କରି ଏହି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେହିପରି ନବ ନିର୍ମାଣ କୃଷକ ସଂଗଠନ ସମେତ ଅନ୍ୟ ଚାଷୀ ସଂଗଠନ ଗୁଡ଼ିକ ମଧ୍ୟ ଏହି କୃଷି ବିଲକୁ ବିରୋଧ କରି ଆନ୍ଦୋଳନ କରିଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ କରାଯାଇଛି। ଅନ୍ୟପଟେ ରାସ୍ତାରୋକ ଯୋଗୁ ଯାନବାହାନ ଚଳାଚଳ ଠପ୍‌ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?