କାମରେ ଆସୁନି ମେଗାଲିଫ୍ଟ ପାଇପ୍‌ ଲାଇନ: ଚାଷୀଙ୍କ ଧାରଣା

କୋକସରା,୮।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା ଗ୍ରାମର ଚାଷୀମାନେ ଗୁରୁବାର କୁସୁମଖୁଣ୍ଟି ଇନ୍ଦ୍ରାବତୀ ଉଠା ମୁଖ୍ୟବନ୍ଧ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ।

ସୂଚନା ଅନୁସାରେ, ମେଗାଲିଫ୍ଟ କେନାଲ କାର୍ଯ୍ୟକାରୀ ହୋଇ ପ୍ରାୟ ୨ ବର୍ଷ ହୋଇଯାଇଛି। ହେଲେ ଆରମ୍ଭରୁ ହିଁ ଜଳଯୋଗାଣ ପରିଚାଳନାରେ ଅନିୟମିତତା ହୋଇଥିବା ଚାଷୀମାନେ ଅଭିଯୋଗ କରୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଅନେକ ଭୂତଳ ପଏଣ୍ଟରେ ପାଣି ଆସୁନାହିଁ। ଫଳରେ ଚାଷୀ କେନାଲ ପାଣି ଚାଷଜମିକୁ ଲଗାଇବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ମେଗାଲିଫ୍ଟ୍ଟ କେନାଲ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିକଟରେ କୋକସରା ବ୍ଲକରେ ଏକ ଚାଷୀ ସଚେତନତା କର୍ମଶାଳା କରି ଚାଷୀଙ୍କ ସମସ୍ତ ଅଭିଯୋଗକୁ ସମାଧାନ କରିବା ପାଇଁ ମୁଖୀଗୁଡା ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ସମେତ କୁସୁମଖୁଣ୍ଟି ନିର୍ବାହୀ ଯନ୍ତ୍ରୀ ଚାଷୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଅଧିକାରୀଙ୍କ ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ବ୍ଲକରେ ୧୧ ହଜାର ହେକ୍ଟର ଜମି ପାଇଁ ଜଳ ସେଚନର ବ୍ୟବସ୍ଥା ରହିଥିବା ବେଳେ ଅଧିକାଂଶ ଚାଷଜମି ଜଳସେଚନରୁ ବାଦପଡିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଏସ୍‌ଡିଓ ଅରୁଣ କୁମାର ପ୍ରଧାନ କ୍ଷେତ୍ର ପରିଦର୍ଶନ କରି ଶୁକ୍ରବାର ମରାମତି କାର୍ଯ୍ୟ ହେବ ବୋଲି ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?