ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ବଲାଙ୍ଗୀର ଅଫିସ,୧୭।୮: କୃଷି ବୀମା କ୍ଷତିପୂରଣ ଦାବିରେ ବୁଧବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୩ଟି ବ୍ଲକର ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି । ବଙ୍ଗୋମୁଣ୍ଡା, ମୁରିବାହାଲ ଓ ତୁରେକେଲାର ୬୭ ପଞ୍ଚାୟତର ଶତାଧିକ ଚାଷୀ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ସ୍ଥାନୀୟ ଯାଦବ ଭବନ ଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଶୋଭାଯାତ୍ରାରେ ଯାଇଥିଲେ। ସେଠାରେ କେନ୍ଦ୍ର ସରକାରଙ୍କ ଚାଷୀ ବିରୋଧୀ ନୀତିକୁ ବିଧାୟକ ସମାଲୋଚନା କରିଥିଲେ।