ମିଳିନି କ୍ଷତିପୂରଣ, ଉପଜିଲାପାଳ ଅଫିସ ଘେରିଲେ ଚାଷୀ

ବରଗଡ ଅଫିସ,୨୩।୯- ଚଳିତ ଖରିଫ ଚାଷ ପ୍ରାୟ ଅଧେ ସରିଯାଇଛି। ମାତ୍ର ଏ ପର୍ଯ୍ୟନ୍ତ ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକର ଲଖମରା, ଭେଙ୍ଗରାଜପୁର, ବାଦିକଟା ପଞ୍ଚାୟତ ସମେତ ଆଖପାଖ ବିଭିନ୍ନ ଅଞ୍ଚଳର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ୨୦୧୯ ଖରିଫ ଫସଲ କ୍ଷତିର ବୀମା କ୍ଷତିପୂରଣ ମିଳିପାରି ନାହିଁ। ଏ ନେଇ ପଦ୍ମପୁର ଉପଜିଲାପାଳ ଅଫିସରୁ ଆରମ୍ଭ କରି ଜିଲାପାଳ ଅଫିସ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ଚାଷୀମାନେ ଆସି ଅଭିଯୋଗ କରିବା ସତ୍ତ୍ବେ କିଛି ସୁଫଳ ମିଳିନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଚାଷୀମାନେ ଲଖମରା ଛକରେ ରାସ୍ତା ଅବରୋଧ କରିଥିଲେ। ମାତ୍ର କୌଣସି ଅଧିକାରୀ ସେଠାକୁ ପହଞ୍ଚି ବୀମା କ୍ଷତିପୂରଣ ପ୍ରଦାନ ନେଇ ଠୋସ ପ୍ରତିଶ୍ରୁତି ସୁଦ୍ଧା ଦେଇ ପାରି ନ ଥିଲେ। ଫଳରେ ବୁଧବାର ସକାଳୁ ଚାଷୀମାନେ ପଦ୍ମପୁର ଉପଜିଲାପାଳ ଅଫିସରେ ଏକାଠି ହୋଇ ଏହି କାର୍ଯ୍ୟାଳୟକୁ ଘେରାଉ କରି ତୁରନ୍ତ ବୀମା କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଛନ୍ତି। ରାଜବୋଡାସମ୍ବର କୃଷକ ସଂଗଠନ ନେତୃତ୍ୱରେ ଚାଲିଥିବା ଏହି ଆନ୍ଦୋଳନରେ ଶତାଧିକ ଚାଷୀ ସାମିଲ ହୋଇଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri