ମିଳିନି କ୍ଷତିପୂରଣ, ଉପଜିଲାପାଳ ଅଫିସ ଘେରିଲେ ଚାଷୀ

ବରଗଡ ଅଫିସ,୨୩।୯- ଚଳିତ ଖରିଫ ଚାଷ ପ୍ରାୟ ଅଧେ ସରିଯାଇଛି। ମାତ୍ର ଏ ପର୍ଯ୍ୟନ୍ତ ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକର ଲଖମରା, ଭେଙ୍ଗରାଜପୁର, ବାଦିକଟା ପଞ୍ଚାୟତ ସମେତ ଆଖପାଖ ବିଭିନ୍ନ ଅଞ୍ଚଳର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ୨୦୧୯ ଖରିଫ ଫସଲ କ୍ଷତିର ବୀମା କ୍ଷତିପୂରଣ ମିଳିପାରି ନାହିଁ। ଏ ନେଇ ପଦ୍ମପୁର ଉପଜିଲାପାଳ ଅଫିସରୁ ଆରମ୍ଭ କରି ଜିଲାପାଳ ଅଫିସ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ଚାଷୀମାନେ ଆସି ଅଭିଯୋଗ କରିବା ସତ୍ତ୍ବେ କିଛି ସୁଫଳ ମିଳିନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଚାଷୀମାନେ ଲଖମରା ଛକରେ ରାସ୍ତା ଅବରୋଧ କରିଥିଲେ। ମାତ୍ର କୌଣସି ଅଧିକାରୀ ସେଠାକୁ ପହଞ୍ଚି ବୀମା କ୍ଷତିପୂରଣ ପ୍ରଦାନ ନେଇ ଠୋସ ପ୍ରତିଶ୍ରୁତି ସୁଦ୍ଧା ଦେଇ ପାରି ନ ଥିଲେ। ଫଳରେ ବୁଧବାର ସକାଳୁ ଚାଷୀମାନେ ପଦ୍ମପୁର ଉପଜିଲାପାଳ ଅଫିସରେ ଏକାଠି ହୋଇ ଏହି କାର୍ଯ୍ୟାଳୟକୁ ଘେରାଉ କରି ତୁରନ୍ତ ବୀମା କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଛନ୍ତି। ରାଜବୋଡାସମ୍ବର କୃଷକ ସଂଗଠନ ନେତୃତ୍ୱରେ ଚାଲିଥିବା ଏହି ଆନ୍ଦୋଳନରେ ଶତାଧିକ ଚାଷୀ ସାମିଲ ହୋଇଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri