ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ l ଜିଲାର ୧ଲକ୍ଷ ୬୮ହଜାରରୁ ଊର୍ଦ୍ଧ୍ୱ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୧ ଲକ୍ଷ ୨୦ହଜାର ଚାଷୀଙ୍କୁ ଟୋକନ ପ୍ରଦାନ କରାଯାଇଛି। ତେବେ ଏବେ ମଧ୍ୟ ୪୮ହଜାରରୁ ଊର୍ଦ୍ଧ୍ୱ ଚାଷୀ ଟୋକନ ପାଇବାରୁ ବଞ୍ଚତ୍ତ ରହିଛନ୍ତି। ଗତକାଲି ସୁଦ୍ଧା ୬ହଜାର ଚାଷୀଙ୍କଠାରୁ ୪ଲକ୍ଷ ୫୦ହଜାର କୁଇଣ୍ଟାଲ ଧାନ ରାଜ୍ୟ ସରକାର କିଣିଛନ୍ତି। ହେଲେ ଏବେ ବି ଲକ୍ଷ ଲକ୍ଷ ପ୍ୟାକେଟ ଧାନ ବିଭିନ୍ନ ମଣ୍ଡିରେ ପଡ଼ି ରହିଛି l ଅତାବିରା ମଣ୍ଡିରେ ୧୧ଲକ୍ଷ ୩୩୫ପ୍ୟାକେଟ ଧାନ ପଡ଼ିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୭ଲକ୍ଷ ୧୬ହଜାର ୫୪ ପ୍ୟାକେଟ ଧାନ ଉଠିଛି। ଅତାବିରା ଆର୍‌ଏମ୍‌ସି ଅଧୀନ ବିଭିନ୍ନ ମଣ୍ଡିରେ ଆଜି ବି ୩ଲକ୍ଷ ୮୪ ହଜାର ୨୮୧ ପ୍ୟାକେଟ ଧାନ ବିକ୍ରି ଅପେକ୍ଷାରେ ଖୋଲା ଆକାଶ ତଳେ ପଡ଼ି ରହିଛି। ଫଳରେ ଧାନ କିଣାର ମନ୍ଥର ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି। ଅନ୍ୟପଟେ ଧାନମଣ୍ଡି ଫୁଲ୍‌ ହୋଇଯାଇଥିବା ବେଳେ ଚାଷୀଙ୍କ ପାଖରେ ଆଉ ଧାନ ରଖିବା ପାଇଁ ମଧ୍ୟ ଅନ୍ୟ କୌଣସି ବ୍ୟବସ୍ଥା ନାହିଁ। ବର୍ତ୍ତମାନ ଚାଷୀ ତା’ର କଷ୍ଟ ଉପାର୍ଜିତ ଫସଲକୁ ନେଇ ଦିନ ରାତି ଜଗି ବସି ରହିଛନ୍ତି। ଧାନ ବିକ୍ରି ନ ହେଲେ ଆଗକୁ ରବି ଫସଲ ପାଇଁ କିପରି ପ୍ରସ୍ତୁତ ହେବ ତାହା ସବୁଠାରୁ ବଡ଼ ପ୍ରଶ୍ନ। ଅତାବିରାରେ ଧାନ କିଣାବିକାରେ ଦେଖା ଦେଇଥିବା ଅଚଳାବସ୍ଥା ସକାଶେ ସାମ୍ଭାବ୍ୟ ଆନ୍ଦୋଳନର ସମର୍ଥନ ପାଇଁ ଗୁରୁବାର ଅପରାହ୍ଣରେ ଅତାବିରା ଅଗ୍ରସେନ ଭବନରେ ରେଂଗାଲିକେମ୍ପ, ଅତାବିରା ଓ ଗୋ ଅଞ୍ଚଳର ବିଭିନ୍ନ ସାମାଜିକ ସଂଗଠନର କର୍ମକର୍ତ୍ତାକୁ ନେଇ ସଂଗଠନର ସଭାପତି ବୀରେନ୍ଦ୍ର କରଙ୍କ ସଭାପତିତ୍ୱରେ ଏକ ବେଠକ ଚାଲିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri