ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା ଜମି ପଟ୍ଟା ଅଛି ସେମାନେ ଧାନ ବିକିବା ବ୍ୟବସ୍ଥା ରହିଛି ବୋଲି କୁହାଯାଉଛି। ଏଥିପାଇଁ ଆରମ୍ଭ ହୋଇଥିବା ନୂତନ ପ୍ରକ୍ରିୟାକୁ ନେଇ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ୨୪ଟି ସମବାୟ ସମିତିରେ ଥିବା ଚାଷୀମାନେ ଚିନ୍ତାରେ ପଡିଛନ୍ତି। ପିଢ଼ିପିଢ଼ି ଧରି ବାପାଜେଜେଙ୍କ ନାମରେ ଜମି ରହିଛି। ସେମାନଙ୍କ ମୃତ୍ୟୁ ପରେ ଭାଗ ବାଣ୍ଟ ଛିଡ଼ି ନ ଥିବା ବେଳେ ଚାଷ କରୁଥିବା ପୁଅମାନଙ୍କ ପାଇଁ ସମସ୍ୟା ହେଉଛି। ଆଗାମୀ ଦିନରେ ଚାଷୀମାନଙ୍କ ସମସ୍ୟା ସମାଧାନ ନ କଲେ ସରକାରଙ୍କ ପାଇଁ ମହଙ୍ଗା ପଡ଼ିପାରେ ଆଶଙ୍କାକୁ ଏଡ଼ାଇ ଦେଇ ହେବ ନାହିଁ ବୋଲି କହିଛନ୍ତି କୃଷକ ମୂଲିଆ ଚାଷୀ ନେତା ଅଙ୍କୁର ପଲେଇ।

ଅପରପକ୍ଷରେ ଚଳିତବର୍ଷ ବନ୍ୟା ପାଇଁ ଉପକୂଳ ଅଞ୍ଚଳ ରାମନଗର, ପେଟଛେଲା, ବରକନ୍ଧା, ବଉଳକଣି, ମଙ୍ଗଳପୁର ପଞ୍ଚାୟତ ଅଞ୍ଚଳରେ ଧାନ ତଳି ଓ ବେଉଷଣ ଫସଲ ନଷ୍ଟ ହୋଇଥିବା ଚାଷୀମାନେ କହିଛନ୍ତି। ସ୍ଥାନୀୟ ଜନ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀମାନେ ଥରେ ବି ବନ୍ୟା ପ୍ରଭାବିତ ଚାଷ ଜମି ପରିଦର୍ଶନ କରିନାହାନ୍ତି ବୋଲି ବାବାଜି ଦାସ, ଶୁକଦେବ ଦାସ, ହରେକୃଷ୍ଣ ରାଉତ, ସଦାଶିବ ରାଉତ, ପହଲି ସ୍ବାଇଁ, ଦିବାକର ପରିଡ଼ା ପ୍ରମୁଖ ଚାଷୀ କହିଛନ୍ତି। ଏଣୁ ଧାନ ବିକ୍ରି ପାଇଁ ଆବଶ୍ୟକ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳୀକରଣ କରିବା ପାଇଁ ଚାଷୀମାନେ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

କୋଣ ଅନୁକୋଣରେ ପହଞ୍ଚିବ କୃମି ନାଶକ ବଟିକା: ଲୋକଙ୍କୁ କରାଯିବ ସଚେତନ

ମହାକାଳପଡ଼ା,୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବାୟାବାବା କଲେଜ ସଭାଗୃହଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜାତୀୟ କୃମି ନାଶକ ଦିବସ ସୋମବାର ପାଳିତ ହୋଇଯାଇଛି। ଏହି…

ବାଲିଘାଟରୁ ଶ୍ରମିକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା : ଚାଳକଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ

ଦେବଗଡ,୧୧ା୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସିଂହଶାଳ ଗ୍ରାମ ପଂଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର ଘଟଣାରେ ବାରକୋଟ ଥାନା ପୋଲିସ ଏକ ହତ୍ୟା ମାମଲା…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri