Posted inଜାତୀୟ

କୃଷକ ସଂଘର ବିଶ୍ୱାସଘାତ ଦିବସ…

ନୂଆଦିଲ୍ଲ, ୩୧।୧ : କୃଷକମାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନ ହୋଇ ଥିବାରୁ ଭାରତୀୟ କୃଷକ ୟୁନିଅନ ପକ୍ଷରୁ ସୋମବାର ବିଶ୍ୱାସଘାତ ଦିବସ ଭାବେ ପାଳନ କରାଯିବ। ଡିସେମ୍ବର ୯ ରେ ସରକାର ଦେଇଥିବା ପ୍ରତିଶ୍ରୁତି ପତ୍ର ଆଧାରରେ ଦିଲ୍ଲୀର ସୀମାରେ ଏକ ବର୍ଷ ଧରି ଚାଲିଥିବା ବିକ୍ଷୋଭକୁ ବନ୍ଦ କରାଯାଇଥିଲା। କିନ୍ତୁ ପ୍ରତିଶ୍ରୁତି ପୂରଣ ହୋଇ ନାହିଁ।

କୃଷକ ନେତା ରାକେଶ ଟିକାଏତ୍‌ କହିଛନ୍ତି ଯେ ପ୍ରତିଶ୍ରୁତି ପ୍ରବଞ୍ଚନା ପାଲଟିଛି। ତେଣୁ କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟରେ ବିଶ୍ୱାସଘାତ ଦିବସ ପାଳନ କରାଯିବ। ଦେଶର ୫୦୦ ଜିଲାରେ ଏହି ଦିବସ ପାଳିତ ହେବ।
ଗୋଟିଏ ପଟେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ବଜେଟ ଅଧିବେଶନର ପୂର୍ବରୁ ଭାରତୀୟ କୃଷକ ସଂଗଠନର ଏଭଳି ପ୍ରଦର୍ଶନ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ମଧ୍ୟରେ କୃଷକମାନଙ୍କୁ ଏମଏସପି ପାଇଁ କମିଟି ଗଠନ। ଆନ୍ଦୋଳନ ସମୟରେ ଚାଷୀଙ୍କ ବିରୋଧରେ ଦାଖଲ ହୋଇଥିବା ମାମଲା ପ୍ରତ୍ୟାହାର କରିବାକୁ ସରକାର ପ୍ରତିଶୃତି ଦେଇଥିଲେ। ଭାରତ ସରକାରଙ୍କ ସମସ୍ତ ବିଭାଗ, ଏଜେନ୍ସି ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଆନ୍ଦୋଳନକାରୀଙ୍କ ବିରୋଧ ଦାଖଲ ହୋଇଥିବା ମାମଲା ପ୍ରତ୍ୟାହାର କରିବାକୁ ସରକାରଙ୍କ ସହମତି।
ବିଦ୍ୟୁତ୍‌ ବିଲରେ ଚାଷୀଙ୍କୁ ପ୍ରଭାବିତ କରୁଥିବା ବିଲ ଉପରେ ୟୁନାଇଟେଡ କିଷାନ ମୋର୍ଚ୍ଚା ସହିତ ଆଲୋଚନା ପରେ ହିଁ ଏହି ବିଲ ପାର୍ଲାମେଣ୍ଟରେ ଉପସ୍ଥାପିତ ହେବ। ମାତ୍ର ଏସବୁ ପ୍ରତିଶ୍ରୁତି କେବଳ ପାଣିର ଗାର ହୋଇ ରହିଯାଇଥିବା ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?