Posted inଜାତୀୟ

ସରକାରଙ୍କ ୧୮ ମାସ ସ୍ଥଗିତ ରଖିବା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ କୃଷକ ସଂଘ

ନୂଆଦିଲ୍ଲୀ,୨୧।୧: ୩ ନୂଆ ଚାଷୀ ଆଇନର କାର୍ଯ୍ୟକାରିତାକୁ ୧୮ ମାସ ପାଇଁ ସ୍ଥଗିତ ରଖିବାକୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଗୁରୁବାର ପ୍ରତ୍ୟାଖ୍ୟାନ କରିଛନ୍ତି ଆନ୍ଦୋଳନରତ କୃଷକ ସଂଘ। ଆଇନର ପ୍ରତ୍ୟାହାର ଦାବିରେ କୃଷକାମାନେ ଅଢ଼ି ବସିଛନ୍ତି। ନୂଆ ଆଇନ ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ସରକାରଙ୍କ କୌଣସି ପ୍ରସ୍ତାବକୁ ଗ୍ରହଣ କରାଯିବ ନାହିଁ। ଶୁକ୍ରବାର ହେବାକୁ ଥିବା ବୈଠକରେ ଆମର ଦାବି ଦୋହରାଇବୁ। ଆମେ ଆଇନର ପ୍ରତ୍ୟାହାର ଓ ଏମ୍‌ଏସ୍‌ପି ଉପରେ ଆଇନଗତ ଗ୍ୟାରେଣ୍ଟି ଚାହୁଁ ବୋଲି କୃଷକ ନେତା ଜୋଗିନ୍ଦର ଏସ୍‌ ଉଗ୍ରହାନ କହିଛନ୍ତି।

କୃଷକଙ୍କ ସହ ୧୦ମ ରାଉଣ୍ଡ ଆଲୋଚନାବେଳେ ସରକାର ଦେଇଥିଲେ ଏହି ପ୍ରସ୍ତାବ। ଆନ୍ଦୋଳନରତ କୃଷକଙ୍କ ସମସ୍ତ ଦାବି ଓ ନୂଆ ଆଇନକୁ ରିଭ୍ୟୁ କରିବା ଲାଗି ଏକ ସ୍ବତନ୍ତ୍ର ମିଳିତ କମିଟି ଗଠନ କରିବାକୁ ପ୍ରସ୍ତୁତ ଥିବା ସରକାର କହିଥିଲେ। ଏହି କମିଟିର ରିଭ୍ୟୁ ଶେଷ ନ ହେବା ପର୍ଯ୍ୟନ୍ତ ୩ ଚାଷୀ ଆଇନକୁ ୧୮ ମାସ ଲାଗି ସ୍ଥଗିତ ରଖିବାକୁ ସରକାର ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri