ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ରବିବାର ଭଟଲି ବ୍ଲକ ଅନ୍ତର୍ଗତ ନୂଆପାଲିରେ ଏକ ମେଗା ଅଏଲ ପାମ ବୃକ୍ଷରୋପଣ କାର୍ଯ୍ୟକ୍ରମ ଓ କୃଷକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଏକ ହେକ୍ଟର ବିଶିଷ୍ଟ ପ୍ରଦର୍ଶନୀ କ୍ଷେତ୍ରରେ ଅଏଲ ପାମ ଚାରା ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହା ସହିତ ଉପସ୍ଥିତ କୃଷକମାନଙ୍କୁ ବହୁମୁଖୀ ଚାଷ ପ୍ରଣାଳୀ ଆପଣାଇ ଆୟ ବୃଦ୍ଧି ଦିଗରେ ଅଗ୍ରସର ହେବାକୁ ପ୍ରେରିତ କରିଥିଲେ। ପରିବେଶ ସୁରକ୍ଷା ଓ ଆଗାମୀ ପିଢ଼ି ପାଇଁ ଏକ ସୁସ୍ଥ ପୃଥିବୀ ଗଠନ ନିମନ୍ତେ ଅଧିକରୁ ଅଧିକ ବୃକ୍ଷରୋପଣ କରିବାକୁ ସେ ଆହ୍ବାନ ଜଣାଇଥିଲେ। କାର୍ଯ୍ୟକ୍ରମରେ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଲାଲଟ୍‌ କୁମାର ଲୁହା, ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ବନଖଣ୍ଡ ଅଧିକାରୀ ସରୋଜ କୁମାର ପଣ୍ଡା, ଭଟଲି ପଞ୍ଚାୟତ ସମିତି ଅଧ୍ୟକ୍ଷ ନିତ୍ୟାନନ୍ଦ ପଧାନ, ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ) ସୁଷେଣ ମିର୍ଦ୍ଧା, ଭଟଲି ବିଡିଓ ପ୍ରମୋଦ କୁମାର ମେହେର, ମୁଖ୍ୟ ଜିଲା କୃଷି ଅଧିକାରୀ ଲୋଚନ ମାଝୀ ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ସମ୍ମାନିତ ଅତିଥିଭାବେ ଯୋଗଦେଇ ଚାରାରୋପଣ କରିବା ସହ କୃଷକମାନଙ୍କୁ ସ୍ଥାୟୀ କୃଷି ଏବଂ ବୃକ୍ଷରୋପଣ ପ୍ରତି ଉତ୍ସାହିତ କରିଥିଲେ।

ଏହି ଅବସରରେ ଅମ୍ବାଭୋନା ବ୍ଲକର ସଫଳ ଅଏଲ ପାମ ଚାଷୀ ରାମକୁମାର ପଟେଲ ଏବଂ ଭଟଲି ବ୍ଲକର ଯୋଗେଶ୍ୱର ପଧାନ ଅଏଲ ପାମ ଚାଷରୁ ମିଳୁଥିବା ଆର୍ଥିକ ଲାଭ, ଆୟ ବୃଦ୍ଧିର ସୁଯୋଗ ଏବଂ ଉଦ୍ୟାନ କୃଷି ବିଭାଗ ଓ ଗୋଦ୍ରେଜ ଏଗ୍ରୋଭେଟ ଲିମିଟେଡ଼ ପକ୍ଷରୁ ମିଳୁଥିବା ସହାୟତା ସମ୍ପର୍କରେ ନିଜର ଅନୁଭୂତି କହିଥିଲେ । କୃଷକମାନଙ୍କୁ ବୈଜ୍ଞାନିକ ପଦ୍ଧତିରେ ଅଏଲ ପାମ ଚାଷ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ଗୋଦ୍ରେଜ ଏଗ୍ରୋଭେଟ ଲିମିଟେଡ଼ର ବରିଷ୍ଠ କାର୍ଯ୍ୟନିର୍ବାହୀ ଅଧିକାରୀ ବାପୁଜୀ ମଲ୍ଲିକ ଏବଂ ସମ୍ପ୍ରସାରଣ ଅଧିକାରୀ ସଞ୍ଜୀବ କୁମାର ପୃଷ୍ଟି ଅଏଲ ପାମ ଚାଷ ପ୍ରଣାଳୀ, ବଗିଚା ପରିଚାଳନା, ସରକାରୀ ସହାୟତା, ସବସିଡି ବ୍ୟବସ୍ଥା ଏବଂ ଏନଏମଇଓ-ଓପି ଅଧୀନରେ ମିଳୁଥିବା ବିଭିନ୍ନ ସୁବିଧା ସମ୍ପର୍କରେ ବିସ୍ତୃତ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ, ବରଗଡ଼ ଗୋବିନ୍ଦ ଚନ୍ଦ୍ର ପଣ୍ଡା ଏବଂ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ, ପଦ୍ମପୁର ଗୋବିନ୍ଦ ପ୍ରଧାନଙ୍କ ସମନ୍ବୟରେ ଆୟୋଜିତ ହୋଇଥିବା ବେଳେ ଜିଲାର ବିଭିନ୍ନ ଅଞ୍ଚଳରୁ ବହୁସଂଖ୍ୟକ କୃଷକ ଏଥିରେ ଅଂଶଗ୍ରହଣ କରି ଅଏଲ ପାମ ଚାଷ ପ୍ରତି ଆଗ୍ରହ ପ୍ରକାଶ କରିଥିଲେ। ଶେଷରେ କୃଷକମାନଙ୍କୁ ସରକାରୀ ଯୋଜନାର ସୁଯୋଗ ନେଇ ଅଏଲ ପାମ ଚାଷକୁ ଆପଣାଇବା ସହ କୃଷି ବିବିଧିକରଣ ଏବଂ ପରିବେଶ ସୁରକ୍ଷା ଦିଗରେ ଆଗେଇ ଆସିବାକୁ ଆହ୍ବାନ ଜଣାଯାଇଥିଲା।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?