ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ ଚାଷୀଙ୍କ ପାଖକୁ ଟୋକନ ପହଞ୍ଚତ୍ଛି ଟୋକନରେ ବିକ୍ରି ଧାନ ପରିମାଣ କମାଇ ଦିଆଯାଇଥିବା ବେଳେ ଧାନ ମଣ୍ଡିକୁ ନେବାର ସମୟ ଜାନୁଆରୀ ମାସ ଧାର୍ଯ୍ୟ ହୋଇଛି। ଫଳରେ ଜାଗା ଅଭାବରୁ ଚାଷୀ ଅମଳ କରିଥିବା ଧାନକୁ ରାସ୍ତା ଓ ଖଳାରେ ଗଦା କରି ରଖିଛି। ଆଉ ଚାଷୀ ଶୀତ କାକରରେ ସେହି ଧାନକୁ ଧରି କେବେ ତାର ଟୋକନ ଆସିବ ଅପେକ୍ଷାରେ ରହିଛି। ପ୍ରଶାସନ ପକ୍ଷରୁ ସମସ୍ତ ଚାଷୀଙ୍କ ଟୋକନ ଡିସେମ୍ବର ୨୦ ତାରିଖ ସୁଦ୍ଧା ପହଞ୍ଚତ୍ୟିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ମାତ୍ର ତାହା ମିଛ ବୋଲି ଚାଷୀମାନେ କହିଛନ୍ତି।
ଅନ୍ୟପକ୍ଷେ ଉପଖଣ୍ଡର ୯୨ ମଣ୍ଡିରେ ଶନିବାର ସୁଦ୍ଧା ୬ଲକ୍ଷ ୫୪ହଜାର ୮୪୯ ପ୍ୟାକେଟ ଧାନ ପଡିଛି। ଉପାନ୍ତ ଅଞ୍ଚଳ ପାଇକମାଳ ବ୍ଲକର ଧାରୋଲ, ଲଖମରା, ବୁକୁରାମୁଣ୍ଡା, ଝିଟିକି ଲଖମରା ମଣ୍ଡିରେ ହଜାର ହଜାର ବସ୍ତା ଧାନ ଗଦା ହୋଇଛି। ଏହି ଉପାନ୍ତ ଅଞ୍ଚଳର ମଣ୍ଡିରୁ ଠିକ୍‌ ଭାବେ ଧାନ ଉଠାଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏପର୍ଯ୍ୟନ୍ତ ଉପଖଣ୍ଡର ୯୨ଟି ମଣ୍ଡିରେ ୮୯୮୫ ଚାଷୀଙ୍କ ୩ଲକ୍ଷ ୯୪ ହଜାର ୭୯୯ ପ୍ୟାକେଟ ଧାନ ବିକ୍ରି ହୋଇଥିବା ନିମନ୍ତ୍ରିତ ବଜାର କମିଟି ସମ୍ପାଦକ ରବି ନାରାୟଣ ପଣ୍ଡା ସୂଚନା ଦେଇଛନ୍ତି। ତେବେ ଏପର୍ଯ୍ୟନ୍ତ ଅଧିକାଂଶ ଚାଷୀଙ୍କ ଟୋକନ ଆସି ନ ଥିବା ରାଜବୋଡାସମ୍ବର କୃଷକ ସଙ୍ଗଠନର ଆଇନ ପରାମର୍ଶଦାତା ଅଜିତ ଶତପଥୀ କହିଛନ୍ତି। ଚାଷୀମାନେ ବାରମ୍ବାର ପ୍ରାଥମିକ କୃଷି ସମବାୟ ସମିତିକୁ କେନ୍ଦ୍ରକୁ ଦୌଡୁଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri