Posted inଜାତୀୟ

କୃଷକଙ୍କ ଚେତାବନୀ: ଆମ ଧୈର୍ଯ୍ୟର ଆଉ ପରୀକ୍ଷା ନ ନିଅନ୍ତୁ ସରକାର

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଥିବା କୃଷକ ପୁଣି ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ କୁହାଯାଇଛି ଯେ, ସରକାର ଆମ କଥା ଶୁଣନ୍ତୁ ଏବଂ ଆମ ଧୈର୍ଯ୍ୟର ଆଉ ପରୀକ୍ଷା ନ ନିଅନ୍ତୁ। ଏହାସହ ପୁଣିଥରେ ୩ କୃଷି ଆଇନ୍‌ ଫେରାଇ ନେବାକୁ କୃଷକ ସଂଗଠନ ପକ୍ଷରୁ ଦାବି କରାଯାଇଛି। ତାଉକ୍ତାଏ ବାତ୍ୟା ଯୋଗୁ ଅଧିକାଂଶ ରାଜ୍ୟରେ ବର୍ଷା ହେଉଥିବାବେଳେ ଦିଲ୍ଲୀରେ ମଧ୍ୟ ଏହାର ପ୍ରଭାବ ପଡିଛି। ଏହାଦ୍ୱାରା ସୀମାରେ ଆନ୍ଦୋଳନ କରୁଥିବା କୃଷକମାନେ ନାହିଁ ନ ଥିବା ଅସୁବିଧାର ସାମ୍ନା କରିବାକୁ ପଡିଛି। ସଂଯୁକ୍ତ କୃଷକ ମୋର୍ଚ୍ଚା ଦେଇଥିବା ବିବୃତ୍ତିରେ କୁହାଯାଇଛି ଯେ, ସରକାର କୃଷକଙ୍କ ସହ ଅମାନବୀୟ ଆଚରଣ କରୁଛନ୍ତି। ସଂଗଠନ ପକ୍ଷରୁ କୁହାଯାଇଛି ଯେ, କୃଷକ ଆନ୍ଦୋଳନରେ ୪୭୦ରୁ ଅଧିକ ଚାଷୀଙ୍କ ମୃତ୍ୟୁ ଘଟିଛି। ଅନେକ ଆନ୍ଦୋଳନକାରୀଙ୍କୁ ସେମାନଙ୍କର ଚାକିରି, ପାଠପଢା ଏବଂ ଅନ୍ୟାନ୍ୟ ଚାକିରି ଛାଡ଼ିବାକୁ ପଡ଼ିଛି। ସରକାର କୃଷକଙ୍କ ସହ ଏପରି ଅମାନୁଷିକ ମନୋଭାବ ପ୍ରଦର୍ଶନ କରୁଛନ୍ତି। ଯଦି ସରକାର ଚାଷୀଙ୍କ କଲ୍ୟାଣ ଚାହୁଁଛନ୍ତି, ତେବେ ଏହା ଚାଷୀଙ୍କ ସହ କଥାବାର୍ତ୍ତା କରନ୍ତୁ ଏବଂ ସେମାନଙ୍କ ଦାବିକୁ ଗ୍ରହଣ କରନ୍ତୁ ବୋଲି କୃଷକ ସଂଗଠନ ଦାବି କରିଛି।
ସୂଚନାଯୋଗ୍ୟ, ସରକାରଙ୍କ ପକ୍ଷରୁ ଆଗତ ୩ କୃଷି ବିଲ୍‌କୁ ବିରୋଧ କରି ଗତବର୍ଷ ଡିସେମ୍ବରରୁ ଚାଷୀମାନେ ଆନ୍ଦୋଳନରେ ବସିଛନ୍ତି। ଏହି ସମୟ ମଧ୍ୟରେ ସରକାରଙ୍କ ସହ ଚାଷୀମାନେ ଆଲୋଜଚନା କରିଥିଲେ ମଧ୍ୟ କୌଣସି ନିଷ୍କର୍ଷ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri