Posted inଜାତୀୟ

କୃଷକଙ୍କ ଚେତାବନୀ: ଆମ ଧୈର୍ଯ୍ୟର ଆଉ ପରୀକ୍ଷା ନ ନିଅନ୍ତୁ ସରକାର

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଥିବା କୃଷକ ପୁଣି ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ କୁହାଯାଇଛି ଯେ, ସରକାର ଆମ କଥା ଶୁଣନ୍ତୁ ଏବଂ ଆମ ଧୈର୍ଯ୍ୟର ଆଉ ପରୀକ୍ଷା ନ ନିଅନ୍ତୁ। ଏହାସହ ପୁଣିଥରେ ୩ କୃଷି ଆଇନ୍‌ ଫେରାଇ ନେବାକୁ କୃଷକ ସଂଗଠନ ପକ୍ଷରୁ ଦାବି କରାଯାଇଛି। ତାଉକ୍ତାଏ ବାତ୍ୟା ଯୋଗୁ ଅଧିକାଂଶ ରାଜ୍ୟରେ ବର୍ଷା ହେଉଥିବାବେଳେ ଦିଲ୍ଲୀରେ ମଧ୍ୟ ଏହାର ପ୍ରଭାବ ପଡିଛି। ଏହାଦ୍ୱାରା ସୀମାରେ ଆନ୍ଦୋଳନ କରୁଥିବା କୃଷକମାନେ ନାହିଁ ନ ଥିବା ଅସୁବିଧାର ସାମ୍ନା କରିବାକୁ ପଡିଛି। ସଂଯୁକ୍ତ କୃଷକ ମୋର୍ଚ୍ଚା ଦେଇଥିବା ବିବୃତ୍ତିରେ କୁହାଯାଇଛି ଯେ, ସରକାର କୃଷକଙ୍କ ସହ ଅମାନବୀୟ ଆଚରଣ କରୁଛନ୍ତି। ସଂଗଠନ ପକ୍ଷରୁ କୁହାଯାଇଛି ଯେ, କୃଷକ ଆନ୍ଦୋଳନରେ ୪୭୦ରୁ ଅଧିକ ଚାଷୀଙ୍କ ମୃତ୍ୟୁ ଘଟିଛି। ଅନେକ ଆନ୍ଦୋଳନକାରୀଙ୍କୁ ସେମାନଙ୍କର ଚାକିରି, ପାଠପଢା ଏବଂ ଅନ୍ୟାନ୍ୟ ଚାକିରି ଛାଡ଼ିବାକୁ ପଡ଼ିଛି। ସରକାର କୃଷକଙ୍କ ସହ ଏପରି ଅମାନୁଷିକ ମନୋଭାବ ପ୍ରଦର୍ଶନ କରୁଛନ୍ତି। ଯଦି ସରକାର ଚାଷୀଙ୍କ କଲ୍ୟାଣ ଚାହୁଁଛନ୍ତି, ତେବେ ଏହା ଚାଷୀଙ୍କ ସହ କଥାବାର୍ତ୍ତା କରନ୍ତୁ ଏବଂ ସେମାନଙ୍କ ଦାବିକୁ ଗ୍ରହଣ କରନ୍ତୁ ବୋଲି କୃଷକ ସଂଗଠନ ଦାବି କରିଛି।
ସୂଚନାଯୋଗ୍ୟ, ସରକାରଙ୍କ ପକ୍ଷରୁ ଆଗତ ୩ କୃଷି ବିଲ୍‌କୁ ବିରୋଧ କରି ଗତବର୍ଷ ଡିସେମ୍ବରରୁ ଚାଷୀମାନେ ଆନ୍ଦୋଳନରେ ବସିଛନ୍ତି। ଏହି ସମୟ ମଧ୍ୟରେ ସରକାରଙ୍କ ସହ ଚାଷୀମାନେ ଆଲୋଜଚନା କରିଥିଲେ ମଧ୍ୟ କୌଣସି ନିଷ୍କର୍ଷ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?