Posted inଜାତୀୟ

ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ଧମକ ଦେଲେ ଚାଷୀ

ନୂଆଦିଲ୍ଲୀ,୧।୨: ଯଦି କେନ୍ଦ୍ର ସରକାର ତୁରନ୍ତ ପ୍ରତିଶ୍ରୁତି ପୂରଣ ନ କରନ୍ତି, ତେବେ ଚାଷୀଙ୍କ ପାଖରେ ଆଉ କୌଣସି ବିକଳ୍ପ ରହିବ ନାହିଁ। ଫଳରେ ସେମାନେ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପ୍ରଦାନ ସ୍ମାରକୀରେ ଏଭଳି ଚେତାବନୀ ଦେଇଛି ସଂଯୁକ୍ତ କିଷନ ମୋର୍ଚ୍ଚା (ଏସ୍‌କେଏମ୍‌)।

ଉକ୍ତ ସ୍ମାରକୀରେ କୁହାଯାଇଛି, ଦେଶର ସର୍ବବୃହତ ବର୍ଗ ଅନ୍ନଦାତାଙ୍କ ହିତକୁ ସୁରକ୍ଷା ଦେବା ଦେଶର ମୁଖ୍ୟ ରାଷ୍ଟ୍ରପତି ଦାୟିତ୍ୱ। ସରକାର ଚାଷୀଙ୍କୁ ଠକିବା ବନ୍ଦ କରନ୍ତୁ। ଚାଷୀଙ୍କ ପରିଶ୍ରମ ହେତୁ ଦେଶ ଏବେ ଖାଦ୍ୟ ଶସ୍ୟରେ ଆତ୍ମନିର୍ଭରଶୀଳ ହୋଇପାରିଛି। ଲକ୍‌ଡାଉନ ଏବଂ ଆର୍ଥିକ ମନ୍ଥରତା ସତ୍ତ୍ୱେ ଚାଷୀଙ୍କ ଅକ୍ଳାନ୍ତ ପରିଶ୍ରମ ହେତୁ ଦେଶରେ କୃଷିଜାତ ଉତ୍ପାଦନ କ୍ରମାଗତ ଭାବେ ବୃଦ୍ଧି ପାଇଛି। ଚାଷୀଙ୍କ ସହ ଖେଳିବା ପୂରା ଦେଶକୁ ମହଙ୍ଗା ପଡ଼ିପାରେ। ଆନ୍ଦୋଳନକୁ ସମାପ୍ତ କରିବାକୁ ସରକାରଙ୍କ ପକ୍ଷରୁ ଗତ ବର୍ଷ ଡିସେମ୍ବର ୯ ତାରିଖରେ ଦିଆଯାଇଥିବା ପ୍ରତିଶ୍ରୁତି ମଧ୍ୟରୁ ଗୋଟିଏ ହେଲେ ପୂରଣ ହୋଇନାହିଁ। ଚାଷୀଙ୍କ ଧୈର୍ଯ୍ୟକୁ ଚ୍ୟାଲେଞ୍ଜ କର ନାହିଁ। ସରକାର ଯଦି ପ୍ରତିଶ୍ରୁତି ତୁରନ୍ତ ପୂରଣ ନ କରନ୍ତି, ତେବେ ଚାଷୀ କୌଣସି ବିକଳ୍ପ ନ ପାଇ ଆନ୍ଦୋଳନକୁ ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri