ବାତ୍ୟା ମିଗଜୋମ୍‌ ଲାଗି ଚାଷୀଙ୍କୁ ସତର୍କ

ବୁଗୁଡା,୪ା୧୨(କାଳି ଚରଣ ଦାଶ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମିଗଜୋମ୍‌ର ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ୩ ଦିନ ଭାରି ବର୍ଷାର ସମ୍ଭାବନା ରହିଥିବାରୁ ଏନେଇ ପାଣିପାଗ ବିଭାଗ ସତର୍କ କରିଛି । ପ୍ରବଳ ବର୍ଷା ନେଇ ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବ।

୬ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍ସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବଜ୍ରପାତ ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ୪ ତାରିଖ ସାରୁ ୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଗଭୀର ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ଗଞ୍ଜାମ ଜିଲାରେ ସୋମବାରଠାରୁ ବାତ୍ୟାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବୁଗୁଡ଼ା କୃଷି ବିଭାଗ ପକ୍ଷରୁ ଚାଷୀମାନଙ୍କ ଫସଲ ସୁରକ୍ଷା ସକାଶେ ସତର୍କ ସୂଚନା ଜାରି କରାଯାଇଛି। ସ୍ଥାନୀୟ ଭାରପ୍ରାପ୍ତ କୃଷି ଅଧିକାରୀ ଦିବ୍ୟ ରଞ୍ଜନ ମାଝିଙ୍କ ତତ୍ତ୍ୱାବଧାନରେ କୃଷି ବିଭାଗ କର୍ମଚାରୀମାନେ ବ୍ଳକର ବିଭିନ୍ନ ପଞ୍ଚାୟତ ଗସ୍ତ କରି ଫସଲ ସୁରକ୍ଷା ସକାଶେ ମାଇକ୍‌ ଯୋଗେ ପ୍ରଚାର କରି ଚାଷୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଥିଲେ। ଏଥିରେ କୃଷି ଅଧିକାରୀ ହରପ୍ରିୟା ବେହେରା, ଗ୍ରାମ୍ୟ କୃଷି କର୍ମଚାରୀ ଅଶୋକ କୁମାର ସେଠୀ, ଏଟିଏମ୍‌ ପ୍ରଶାନ୍ତ କୁମାର ସାହୁଙ୍କ ସହ ଅନ୍ୟ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri