ରାସ୍ତା କାମରେ ବ୍ୟବହୃତ ହେଉଛି ଚାଷୀଙ୍କ ପାଣି

ଉମରକୋଟ, ୧୮।୧୨(ସ୍ବ.ପ୍ର.): ଚାଷ କାମ ପାଇଁ ଥିବା କେନାଲ ପାଣିକୁ ଠିକାଦାର ନେଇ ରାସ୍ତା ତିଆରି କାମରେ ବ୍ୟବହାର କରୁଛନ୍ତି। ଉମରକୋଟ ଭାସ୍କେଲ ଜଳସେଚନ ପ୍ରକଳ୍ପର ପାଣି ପୂର୍ତ୍ତ ବିଭାଗ ରାସ୍ତା କାମରେ ଲଗାଯାଉଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ମୋଟର ଲଗାଇ କେନାଲରୁ ପାଣି ନେବା ନିୟମ ବିରୋଧ ଅଟେ। ଏପରି କାମ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି।
ଉମରକୋଟ ଦର୍ଗାଗୁଡ଼ା ଅଞ୍ଚଳରେ ଚାଷ କାମ ପାଇଁ ଭାସ୍କେଲ ଜଳଭଣ୍ଡାର ଜଳ କେନାଲ ମାଧ୍ୟମରେ ୧୧ ତାରିଖରୁ ପାଣି ଛଡ଼ାଯାଉଛି। କିନ୍ତୁ ପୂର୍ତ୍ତ ବିଭାଗ ପକ୍ଷରୁ ଚାଲିଥିବା ଉମରକୋଟ-ରାଇଘର ରାସ୍ତା କାମ ପାଇଁ ଦିନ ଦ୍ୱିପ୍ରହରରେ କେନାଲରୁ ଟ୍ୟାଙ୍କର ସାହାଯ୍ୟରେ ପାଣି ନିଆଯାଉଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଚାଷୀ ମୋଟର ଲଗାଇ ପାଣି ନେଲେ ଭାସ୍କେଲ୍‌ ବିଭାଗ ଉକ୍ତ ମୋଟରକୁ ଜବତ କରୁଥିଲେ। ତେବେ ରାସ୍ତା କାମ ପାଇଁ ଏଭଳି ପାଣି ଚାଲାଣକୁ କାହିଁକି ରୋକାଯାଉ ନାହିଁ ବୋଲି ଚାଷୀମାନେ ପ୍ରଶ୍ନ କରିଛନ୍ତି। ଏନେଇ ଉମରକୋଟ ପୂର୍ତ୍ତ ବିଭାଗ ଏସ୍‌ଡିଓ ସନ୍ତୋଷ ପାତ୍ରଙ୍କୁ ପଚାରିବାରୁ, ରାସ୍ତା କାମରେ ବ୍ୟବହାର ହେଉଥିବା ପାଣି କେଉଁଠାରୁ ଆସିବ ତାହା ଠିକାଦାର ନିଜେ ବୁଝିବେ। ଠିକାଦାର କେନାଲରୁ ପାଣି ନେଉଥିବା କଥାରେ ସତ୍ୟତା ଥିଲେ, ତାଙ୍କୁ ଏପରି କରିବାକୁ ବାରଣ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଭାସ୍କେଲ୍‌ ଜଳସେଚନ ବିଭାଗ ଏସ୍‌ଡିଓ ନିରଞ୍ଜନ ସାହୁଙ୍କ ସହ ଯୋଗାଯୋଗ କରିବାରୁ ଏପରି ଘଟଣା ମୋ’ ଦୃଷ୍ଟିକୁ ଆସିନାହିଁ ବୋଲି ସେ କହିଛନ୍ତି। ଯଦି ଠିକାଦାର ଏପରି କାର୍ଯ୍ୟ କରୁଥିବେ, ତାହାଲେ ଘଟଣା ସମ୍ପର୍କରେ ଉମରକୋଟ ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିବି। ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ କାମରେ ବ୍ୟବହାର ହେଉଥିବା ସମସ୍ତ ଉପକରଣକୁ ଜବତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri