ରାସ୍ତା କାମରେ ବ୍ୟବହୃତ ହେଉଛି ଚାଷୀଙ୍କ ପାଣି

ଉମରକୋଟ, ୧୮।୧୨(ସ୍ବ.ପ୍ର.): ଚାଷ କାମ ପାଇଁ ଥିବା କେନାଲ ପାଣିକୁ ଠିକାଦାର ନେଇ ରାସ୍ତା ତିଆରି କାମରେ ବ୍ୟବହାର କରୁଛନ୍ତି। ଉମରକୋଟ ଭାସ୍କେଲ ଜଳସେଚନ ପ୍ରକଳ୍ପର ପାଣି ପୂର୍ତ୍ତ ବିଭାଗ ରାସ୍ତା କାମରେ ଲଗାଯାଉଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ମୋଟର ଲଗାଇ କେନାଲରୁ ପାଣି ନେବା ନିୟମ ବିରୋଧ ଅଟେ। ଏପରି କାମ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି।
ଉମରକୋଟ ଦର୍ଗାଗୁଡ଼ା ଅଞ୍ଚଳରେ ଚାଷ କାମ ପାଇଁ ଭାସ୍କେଲ ଜଳଭଣ୍ଡାର ଜଳ କେନାଲ ମାଧ୍ୟମରେ ୧୧ ତାରିଖରୁ ପାଣି ଛଡ଼ାଯାଉଛି। କିନ୍ତୁ ପୂର୍ତ୍ତ ବିଭାଗ ପକ୍ଷରୁ ଚାଲିଥିବା ଉମରକୋଟ-ରାଇଘର ରାସ୍ତା କାମ ପାଇଁ ଦିନ ଦ୍ୱିପ୍ରହରରେ କେନାଲରୁ ଟ୍ୟାଙ୍କର ସାହାଯ୍ୟରେ ପାଣି ନିଆଯାଉଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଚାଷୀ ମୋଟର ଲଗାଇ ପାଣି ନେଲେ ଭାସ୍କେଲ୍‌ ବିଭାଗ ଉକ୍ତ ମୋଟରକୁ ଜବତ କରୁଥିଲେ। ତେବେ ରାସ୍ତା କାମ ପାଇଁ ଏଭଳି ପାଣି ଚାଲାଣକୁ କାହିଁକି ରୋକାଯାଉ ନାହିଁ ବୋଲି ଚାଷୀମାନେ ପ୍ରଶ୍ନ କରିଛନ୍ତି। ଏନେଇ ଉମରକୋଟ ପୂର୍ତ୍ତ ବିଭାଗ ଏସ୍‌ଡିଓ ସନ୍ତୋଷ ପାତ୍ରଙ୍କୁ ପଚାରିବାରୁ, ରାସ୍ତା କାମରେ ବ୍ୟବହାର ହେଉଥିବା ପାଣି କେଉଁଠାରୁ ଆସିବ ତାହା ଠିକାଦାର ନିଜେ ବୁଝିବେ। ଠିକାଦାର କେନାଲରୁ ପାଣି ନେଉଥିବା କଥାରେ ସତ୍ୟତା ଥିଲେ, ତାଙ୍କୁ ଏପରି କରିବାକୁ ବାରଣ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଭାସ୍କେଲ୍‌ ଜଳସେଚନ ବିଭାଗ ଏସ୍‌ଡିଓ ନିରଞ୍ଜନ ସାହୁଙ୍କ ସହ ଯୋଗାଯୋଗ କରିବାରୁ ଏପରି ଘଟଣା ମୋ’ ଦୃଷ୍ଟିକୁ ଆସିନାହିଁ ବୋଲି ସେ କହିଛନ୍ତି। ଯଦି ଠିକାଦାର ଏପରି କାର୍ଯ୍ୟ କରୁଥିବେ, ତାହାଲେ ଘଟଣା ସମ୍ପର୍କରେ ଉମରକୋଟ ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିବି। ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ କାମରେ ବ୍ୟବହାର ହେଉଥିବା ସମସ୍ତ ଉପକରଣକୁ ଜବତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri