ଗଛ ଲଗାଇଲେ ହେଲେ ଚାଷୀଙ୍କୁ ମିଳିଲାନି ପାରିଶ୍ରମିକ

ରାଇକିଆ,୧୨ା୧୧(ପ୍ରଦୀପ ବେହେରା): ଲୋକଙ୍କୁ ରୋଜଗାର ଯୋଗାଇବା ଏବଂ ବିଭିନ୍ନ ପ୍ରକାର ଚାଷ କାର୍ଯ୍ୟ ପାଇଁ ଯୋଜନା କରି ଚାଷୀଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ଚାଷୀ ମଧ୍ୟ ସରକାରଙ୍କ ଯୋଜନା ଉପରେ ଭରସା କରି ଅର୍ଥ ବିନିଯୋଗ କରି ଚାଷ କାର୍ଯ୍ୟ ଆରମ୍ଭ କରୁଛନ୍ତି। କିନ୍ତୁ ପରବର୍ତ୍ତୀ ସମୟରେ ବିଭାଗ ତରଫରୁ କୌଣସି ଖର୍ଚ୍ଚ ଅର୍ଥ ଦିଆଯାଉନାହିଁ। ଫଳରେ ବ୍ୟାପକ କ୍ଷତି ସହୁଛନ୍ତି ହିତାଧିକାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ ମୃତ୍ତିକା ସଂରକ୍ଷଣ ବିଭାଗ ଅଧୀନରେ ସିପିଏସ୍‌ଏଲ୍‌ ଯୋଜନାରେ କାମ କରିଥିବା ହିତାଧିକାରୀଙ୍କ କ୍ଷେତ୍ରରେ। ୨୦୨୫/୨୬ବର୍ଷ ଜୁଲାଇ ମାସରେ ୮୭ ଜଣ ହିତାଧିକାରୀ କଫି ଚାଷକୁ ପ୍ରୋତ୍ସାହନ ପାଇଁ କାର୍ଯ୍ୟକାରୀ ହେଉଥିବା ମିଶ୍ରିତ ଛାୟା ବଗିଚା ଯୋଜନାରେ ନିଜ ଜମିରେ ପ୍ରତ୍ୟେକ ଏକର ପିଛା ପାଖା ପାଖି ୫୫୦୦୦ରୁ ୬୦ ହଜାର ଟଙ୍କା ଖର୍ଚ୍ଚ କରି ୨୨୦୦ ଗଛ ଲଗାଇଥିଲେ। ସମସ୍ତ ଖର୍ଚ୍ଚ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯିବା ବୋଲି ବିଭାଗ ତରଫରୁ କୁହାଯାଇଥିଲା। ଇତିମଧ୍ୟରେ ଚାରି ମାସ ବିତି ଯାଇଥିଲେ ମଧ୍ୟ ହିତାଧିକାରୀଙ୍କ ଖାତାକୁ ଟଙ୍କାଟିଏ ମଧ୍ୟ ଯାଇନାହିଁ।

ଅପରପକ୍ଷେ ଧାର ଉଧାର କରି କାମ ସମ୍ପୂର୍ଣ୍ଣ କରିଥିବା ହିତାଧିକାରୀ ଏବେ ଟଙ୍କା ନ ପାଇ ମୁଣ୍ଡରେ ହାତ ଦେଇ ବସିଛନ୍ତି। ପ୍ରତ୍ୟେକଦିନ ରାଇକିଆସ୍ଥିତ ବିଭାଗୀୟ କାର୍ଯ୍ୟାଳୟକୁ ଯାଇ ନିରାଶ ହୋଇ ଫେରୁଛନ୍ତି। ଏହି ଟଙ୍କା ମୃତ୍ତିକା ସଂରକ୍ଷଣ ବିଭାଗର ଜିଲା କାର୍ଯ୍ୟାଳୟରୁ ହିଁ ମିଳିପାରିବ ବୋଲି କହିବା ସହ ଜିଲା କାର୍ଯ୍ୟାଳୟକୁ ଯୋଗାଯୋଗ କରିବା ପାଇଁ ସ୍ଥାନୀୟ ଅଧିକାରୀ କହୁଥିବା ନେଇ ଅଭିଯୋଗ ପାଇଁ ଆସିଥିବା ହିତାଧିକାରୀମାନେ କହିଛନ୍ତ। ଏ ନେଇ ସେମାନେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଲିଖିତ ଅଭିଯୋଗ କରିବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri