ଗଛ ଲଗାଇଲେ ହେଲେ ଚାଷୀଙ୍କୁ ମିଳିଲାନି ପାରିଶ୍ରମିକ

ରାଇକିଆ,୧୨ା୧୧(ପ୍ରଦୀପ ବେହେରା): ଲୋକଙ୍କୁ ରୋଜଗାର ଯୋଗାଇବା ଏବଂ ବିଭିନ୍ନ ପ୍ରକାର ଚାଷ କାର୍ଯ୍ୟ ପାଇଁ ଯୋଜନା କରି ଚାଷୀଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ଚାଷୀ ମଧ୍ୟ ସରକାରଙ୍କ ଯୋଜନା ଉପରେ ଭରସା କରି ଅର୍ଥ ବିନିଯୋଗ କରି ଚାଷ କାର୍ଯ୍ୟ ଆରମ୍ଭ କରୁଛନ୍ତି। କିନ୍ତୁ ପରବର୍ତ୍ତୀ ସମୟରେ ବିଭାଗ ତରଫରୁ କୌଣସି ଖର୍ଚ୍ଚ ଅର୍ଥ ଦିଆଯାଉନାହିଁ। ଫଳରେ ବ୍ୟାପକ କ୍ଷତି ସହୁଛନ୍ତି ହିତାଧିକାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ ମୃତ୍ତିକା ସଂରକ୍ଷଣ ବିଭାଗ ଅଧୀନରେ ସିପିଏସ୍‌ଏଲ୍‌ ଯୋଜନାରେ କାମ କରିଥିବା ହିତାଧିକାରୀଙ୍କ କ୍ଷେତ୍ରରେ। ୨୦୨୫/୨୬ବର୍ଷ ଜୁଲାଇ ମାସରେ ୮୭ ଜଣ ହିତାଧିକାରୀ କଫି ଚାଷକୁ ପ୍ରୋତ୍ସାହନ ପାଇଁ କାର୍ଯ୍ୟକାରୀ ହେଉଥିବା ମିଶ୍ରିତ ଛାୟା ବଗିଚା ଯୋଜନାରେ ନିଜ ଜମିରେ ପ୍ରତ୍ୟେକ ଏକର ପିଛା ପାଖା ପାଖି ୫୫୦୦୦ରୁ ୬୦ ହଜାର ଟଙ୍କା ଖର୍ଚ୍ଚ କରି ୨୨୦୦ ଗଛ ଲଗାଇଥିଲେ। ସମସ୍ତ ଖର୍ଚ୍ଚ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯିବା ବୋଲି ବିଭାଗ ତରଫରୁ କୁହାଯାଇଥିଲା। ଇତିମଧ୍ୟରେ ଚାରି ମାସ ବିତି ଯାଇଥିଲେ ମଧ୍ୟ ହିତାଧିକାରୀଙ୍କ ଖାତାକୁ ଟଙ୍କାଟିଏ ମଧ୍ୟ ଯାଇନାହିଁ।

ଅପରପକ୍ଷେ ଧାର ଉଧାର କରି କାମ ସମ୍ପୂର୍ଣ୍ଣ କରିଥିବା ହିତାଧିକାରୀ ଏବେ ଟଙ୍କା ନ ପାଇ ମୁଣ୍ଡରେ ହାତ ଦେଇ ବସିଛନ୍ତି। ପ୍ରତ୍ୟେକଦିନ ରାଇକିଆସ୍ଥିତ ବିଭାଗୀୟ କାର୍ଯ୍ୟାଳୟକୁ ଯାଇ ନିରାଶ ହୋଇ ଫେରୁଛନ୍ତି। ଏହି ଟଙ୍କା ମୃତ୍ତିକା ସଂରକ୍ଷଣ ବିଭାଗର ଜିଲା କାର୍ଯ୍ୟାଳୟରୁ ହିଁ ମିଳିପାରିବ ବୋଲି କହିବା ସହ ଜିଲା କାର୍ଯ୍ୟାଳୟକୁ ଯୋଗାଯୋଗ କରିବା ପାଇଁ ସ୍ଥାନୀୟ ଅଧିକାରୀ କହୁଥିବା ନେଇ ଅଭିଯୋଗ ପାଇଁ ଆସିଥିବା ହିତାଧିକାରୀମାନେ କହିଛନ୍ତ। ଏ ନେଇ ସେମାନେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଲିଖିତ ଅଭିଯୋଗ କରିବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri