ଅନ୍ୟର ଜମିରେ ଚାଷ କରୁଛନ୍ତି କି? ଜାଣନ୍ତୁ କ’ଣ ଏଭଳି ଭାଗଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଟଙ୍କା…

ନୂଆଦିଲ୍ଲୀ,୫।୭: ଦେଶର କୃଷକମାନଙ୍କୁ ଆର୍ଥିକ ଭାବେ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା’ ଚାଲୁ ରହିଛି। ଏହି ଯୋଜନା ଅଧୀନରେ ସରକାର କୃଷକଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କା ଦେଉଛି। ଏହି ଟଙ୍କା ୩ କିସ୍ତିରେ ୨୦୦୦ ଲେଖାଏ କୃଷକଙ୍କ ଆକାଉଣ୍ଟରେ ପହଞ୍ଚୁଛି। ତେବେ ଏହି ଯୋଜନାରେ ଉପକୃତ ହେବାକୁ ହେଲେ କିଛିି ନିୟମ ରହିଛି। ଏମିତିରେ ଏହି ଯୋଜନାକୁ ନେଇ କୃଷକଙ୍କ ମନରେ ଅନେକ ପ୍ରଶ୍ନ ରହିଛି। ଏଥିରୁ ଗୋଟିଏ ପ୍ରଶ୍ନ ଯେ ଯେଉଁ କୃଷକ ଅନ୍ୟର ଜମିରେ ଚାଷ କରନ୍ତି ତେବେ ସେ ପିଏମ୍‌ କୃଷକ ଯୋଜନାର ଲାଭ ପାଇବେ କି ନାହିଁ?

ପିଏମ୍‌ କିଷାନ ଯୋଜନା ଅଧୀନରେ ସେହି କୃଷକଙ୍କୁ ଲାଭ ମିଳିଥାଏ, ଯାହାଙ୍କ ନାମରେ ଜମି ରହିଛି। କାରଣ ଆବେଦନ କରିବା ସମୟରେ ଜମିର ରେକର୍ଡ ଦେବା ଜରୁରୀ ହୋଇଥାଏ। ଭୂମି ରେକର୍ଡ ଅନୁଯାୟୀ କୃଷକଙ୍କ ଜମିର ମାଲିକାନା ସ୍ପଷ୍ଟ ହୋଇଥାଏ। ଏଣୁ ଏହି ପୋର୍ଟାଲରେ କୃଷକଙ୍କୁ ଇ-କଓ୍ବୋଇସି ଥିବା ଜୁରୀ, ବ୍ୟାଙ୍କ ଆକାଉଣ୍ଟ ଆଧାର ସହ ଲିଙ୍କ ହେବା ଜରୁରୀ। ଏହାଛଡ଼ା ବ୍ୟାଙ୍କ ଆକାଉଣ୍ଟ ଏନ୍‌ପିସିଆଇ ଲିଙ୍କ ହେବା ଜରୁରୀ।

୨୦୧୯ ଫେବୃୟାରୀ ୨୪ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶର କୃଷକଙ୍କୁ ଆର୍ଥିକ ସହାୟତା ଲାଗି ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଆରମ୍ଭ କରିଥିଲେ। ସାରା ଦେଶରେ ୧୧ କୋଟିରୁ ଅଧିକ କୃଷକଙ୍କୁ ଏଯାବତ ୩.୦୪ ଲକ୍ଷ କୋଟି ଟଙ୍କାରୁ ଅଧିକ ଟଙ୍କା ମିଳି ସାରିଲାଣି।

ପିଏମ୍‌ କିଷାନ ଯୋଜନାରେ ରେଜିଷ୍ଟର୍ଡ କୃଷକଙ୍କ ପାଇଁ ଇକଓ୍ବୋଇସି ରହିଥିବା ଆବଶ୍ୟକ। ଓଟିପି ଆଧାରିତ ଇକଓ୍ବୋଇସି ପୋର୍ଟାଲ ଉପଲବ୍ଧ ରହିଛି ଅଥବା ବାୟୋମେଟ୍ରିକ୍‌ ଆଧାରିତ ଇକଓ୍ବୋଇସି ଲାଗି ନିକଟତମ ସିଏସ୍‌ସି କେନ୍ଦ୍ରର କୃଷକଙ୍କ ସହ ସମ୍ପର୍କ କରିପାରିବେ। ଯଦି ପିଏମ୍‌ କିଷାନର କିସ୍ତି ଟଙ୍କା ଆପଣଙ୍କୁ ମିଳିଥାଏ ତେବେ ଆପଣ pmkisan-ict@gov.in ସହ ସମ୍ପର୍କ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri