ଫେସ୍‌ବୁକ୍‌, ଟୁଇଟରରେ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିବେ ଚାଷୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚଳିତ ଖରିଫ୍‌ ଧାନ ସଂଗ୍ରହକୁ ଅଧିକ ସୁବ୍ୟବସ୍ଥିତ କରାଯିବ। ଏକ୍ଷେତ୍ରରେ ଚାଷୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ହେବ। ଏଥିପାଇଁ ଚାଷୀମାନେ ଫେସ୍‌ବୁକ୍‌ ଓ ଟୁଇଟର ଜରିଆରେ ମନ୍ତ୍ରୀଙ୍କୁ ସିଧାସଳଖ ଅବଗତ କରାଇବାକୁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଧାନ ସଂଗ୍ରହଜନିତ ସମସ୍ୟା ନେଇ ଚାଷୀଙ୍କ ପ୍ରଶ୍ନର ଲାଇଭ୍‌ ଉତ୍ତର ରଖିବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆସନ୍ତା ୧୯ ତାରିଖ ସୁଦ୍ଧା ଚାଷୀ/ପ୍ୟାକ୍ସ/ଲ୍ୟାମ୍ପସ/ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଏଥିରେ ସମ୍ପୃକ୍ତ ସଂସ୍ଥାଗୁଡ଼ିକ ଧାନ ସଂଗ୍ରହ ସମ୍ପର୍କରେ ସେମାନଙ୍କ ପ୍ରଶ୍ନ ମନ୍ତ୍ରୀଙ୍କୁ ପଚାରି ପାରିବେ। ମନ୍ତ୍ରୀଙ୍କ ଟୁଇଟର #AskOdishaFoodMinister ଏବଂ ଫେସ୍‌ବୁକ୍‌ ପେଜ୍‌ https://www.facebook.com/Ranedra Pratap Swain ବ୍ୟବହାର କରି ଏହି ପ୍ରଶ୍ନ ପଚାରିପାରିବେ ା ମନ୍ତ୍ରୀଙ୍କ ପ୍ରଶ୍ନୋତ୍ତର ଅଧିବେଶନ ୨୨ ତାରିଖ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଫେସ୍‌ବୁକ୍‌ ଓ ୟୁଟ୍ୟୁବ୍‌ରେ ସିଧା ପ୍ରସାରଣ ହେବ। ଜନସାଧାରଣ ୟୁଟ୍ୟୁବ୍‌ ଲିଙ୍କ୍‌ (http://www.youtube.com/c/rajaswain) ଜରିଆରେ ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ଦେଖିପାରିବେ। ଧାନ ସଂଗ୍ରହ କାର୍ଯ୍ୟକୁ ଅଧିକ ପାରଦର୍ଶୀ ଓ ସ୍ବଚ୍ଛ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରବର୍ତ୍ତିତ ‘ମୋ ସରକାର’ ଓ ୫-‘ଟି’ ଆଧାରରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସୂଚନାଯୋଗ୍ୟ, ମନ୍ତ୍ରୀ ନିୟମିତ ତାଙ୍କର ଫେସ୍‌ବୁକ୍‌ ଏବଂ ଟୁଇଟର ଜରିଆରେ ବିଭିନ୍ନ ଅଞ୍ଚଳର ଚାଷୀ ଓ ଖାଉଟିଙ୍କ ସମସ୍ୟା ସମ୍ପର୍କରେ ଅବଗତ ହେବା ସହିତ ଏହାର ଆଶୁ ସମାଧାନ ନିମନ୍ତେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଏହି ପ୍ରଶ୍ନୋତ୍ତର ଅଧିବେଶନରେ ଚାଷୀଭାଇମାନେ ଯୋଗଦାନ କରି ଚଳିତ ଖରିଫ ଧାନକିଣା ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ପାଇବା ନିମନ୍ତେ ମନ୍ତ୍ରୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri