କୋଟିପତି ହେବେ ଚାଷୀ: ଗାଁରେ ପହଞ୍ଚିବ ସରକାରୀ ଯୋଜନା

ଭଞ୍ଜନଗର,୧୮।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବିଡେକା ପଡିଆରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଟିତ ହୋଇଯାଇଛି । ଏଥିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ,
ଆନ୍ଧ୍ରପ୍ରଦେଶ, ଗୁଜରାଟ ଚାଷୀ କୋଟିପତି। ଆମ ଚାଷୀଙ୍କୁ ମଧ୍ୟ କୋଟିପତି କରିବା ପାଇଁ ଯୋଜନା ଚାଲିଛି। ତେଣୁ ନୂଆ ନୂଆ ଯୋଜନା ସବୁ କାର୍ଯ୍ୟକାରୀ କରାଯାଉଛି। ସରକାରୀ ଯୋଜନା ଗାଁରେ ପହଞ୍ଚିବ। ବର୍ତ୍ତମାନ ଚାଷୀଙ୍କୁ ସର୍ବାଧିକ ୧ କୋଟି ଟଙ୍କା ପର୍ଯ୍ୟନ୍ତ ସବସିଡି ପ୍ରଦାନ କରାଯାଉଛି ।
ଆଗାମୀ ଦିନରେ ତାହାକୁ ୫ କୋଟି ପର୍ଯ୍ୟନ୍ତ ବଢ଼ାଇବା ଯୋଜନା ଅଛି ବୋଲି ମନ୍ତ୍ରୀ କହିଥିଲେ। ଏଥିସହ ସେ କହିଥିଲେ ଯେ କୃଷି କ୍ଷେତ୍ରରେ ମହିଳା ମାନଙ୍କୁ ଆଗକୁ ଆଣିବା ପାଇଁ ସେମାନଙ୍କୁ ପୁରୁଷ ଅପେକ୍ଷା ଅଧିକ ୧୦ ପ୍ରତିଶତ ଛାଡ ଦିଆଯାଉଛି। ଗାଈ ଚାଷୀଙ୍କୁ ୬୦ ଟଙ୍କା ବାନ୍ଧିଲେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିମା ପ୍ରଦାନ କରାଯାଉଛି। ଚାଷୀକୁଳ ହସିଲେ ରାଜ୍ୟ ଆଗକୁ ବଢ଼ିବ। ତେଣୁ ସେମାନଙ୍କ ବିକାଶ ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି। ପୂର୍ବରୁ ବିଜେଡି ଶାସନ ସମୟରେ ନେଳିଆ ଗାମୁଛା ବାଲା ସରକାରଙ୍କ ଯୋଜନା କୁ ଲୁଟି ନେଉଥିଲେ। ପୋଲିସ ମଧ୍ୟ ନେଳିଆ ଗାମୁଛା ବାଲା ହତ୍ୟାକାରୀଙ୍କୁ ଛାଡ଼ି ଦେଉଥିଲା। ବର୍ତ୍ତମାନ ଆଉ ସେହି ସୁବିଧା ନାହିଁ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୧୪୨୩ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଇତିମଧ୍ୟରେ ଆଉ ୨୯୪ କୋଟି ଟଙ୍କା ଅନୁମୋଦନ ହୋଇଛି ଚାଷୀଙ୍କ ବିକାଶ ପାଇଁ ବୋଲି ମନ୍ତ୍ରୀ କହିଥିଲେ। ବିଜେଡି ୨୪ ବର୍ଷ ଶାସନ ସମୟରେ ଚାଷୀଙ୍କ ବିକାଶ କରିନଥିଲେ। ତେଣୁ ଏହି ଜିଲ୍ଲାରୁ ଅଧିକରୁ ଅଧିକ ଚାଷୀ ଦାଦନ ଖଟିବାକୁ ଚାଲି ଯାଉଥିଲେ। ପୂର୍ବରୁ ଛାୟା ମୁଖ୍ୟମନ୍ତ୍ରୀ ଶାସନ ଚଳାଉଥିଲେ। ବର୍ତ୍ତମାନ ଲୋକଙ୍କ ମୁଖ୍ୟମନ୍ତ୍ରୀ ହେଉଛନ୍ତି ମୋହନ ମାଝୀ। ପୂର୍ବ ସରକାର ମିଥ୍ୟା ଯୋଜନା କରି ଅର୍ଥ ହରିଲୁଟ କରୁଥିଲେ। ଚାଷୀ, ମହିଳା, ଯୁବକଙ୍କ ବିକାଶ କରିନାହାନ୍ତି ବୋଲି ମନ୍ତ୍ରୀ ଅଭିଯୋଗ କରିଥିଲେ। ସଭାରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଭଞ୍ଜନଗର ବ୍ଲକର କୃଷକମାନଙ୍କ ଉନ୍ନତି ପାଇଁ ସରକାର ସବୁ ପ୍ରକାର ସହାୟତା ଯୋଗାଇ ଦେବେ ବୋଲି କହିଥିଲେ। ଖରିଫ ଓ ରବି ଫସଲ ପାଇଁ ଅଧିକରୁ ଅଧିକ ଅଞ୍ଚଳକୁ ଜଳସେଚନ ବ୍ୟବସ୍ଥା ହେବ ବୋଲି ବିଧାୟକ କହିଥିଲେ। ଉପ ଜିଲ୍ଲାପାଳ ଉମା ଶଙ୍କର ବେହେରା, ବିଡ଼ିଓ ଭାରତୀ ଦେବୀ, ଏନ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର, ଏମ ପି ପ୍ରତିନିଧି ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଅଧିକାରୀମାନେ ସହଯୋଗ କରିଥିଲେ। ସଭା ପୁର୍ବରୁ ମନ୍ତ୍ରୀ ବିଭିନ୍ନ ବିଭାଗ ପକ୍ଷରୁ ହୋଇଥିବା ଷ୍ଟଲ ବୁଲି ଦେଖିଥିଲେ। ଏଥିସହ ଆଜି କିଛି ଚାଷୀଙ୍କୁ ସବସିଡି ଅର୍ଥ ପ୍ରଦାନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri