୧୪ରେ ରେଳରୋକୋ ଆନ୍ଦୋଳନକୁ ଓହ୍ଲାଇବେ ଚାଷୀ

ବରଗଡ଼ ଅଫିସ,୯।୮: ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇଛି। ଚାଷୀମାନେ ପ୍ରିମିୟମ୍‌ ରାଶି ଜମା କରିସାରିଥିଲେ ସୁଦ୍ଧା ବୀମା କ୍ଷତିପୂରଣ ପାଇନାହାନ୍ତି। ଅନ୍ୟପଟେ ନାନା ଆଳ ଦେଖାଇ ବୀମା କମ୍ପାନୀ ଯୋଗ୍ୟ ଚାଷୀଙ୍କୁ ବୀମା କ୍ଷତିପୂରଣରୁ ବଞ୍ଚିତ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଜିଲାର କ୍ଷତିଗ୍ରସ୍ତ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଛି। ଏହି କ୍ରମରେ ଆସନ୍ତା ୧୪ତାରିଖରେ ଜିଲାର ରାଜବୋଡ଼ାସମ୍ବର କୃଷକ ସଙ୍ଗଠନ ବରଗଡ଼ ରେଳ ଷ୍ଟେଶନରେ ରେଳରୋକୋ କରିବାକୁ ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ କୃଷକ ସଙ୍ଗଠନ ପକ୍ଷରୁ ବରଗଡ଼ ଜିଲାପାଳ, ଏସ୍‌ପି, ସମ୍ବଲପୁର ରେଳ ଡିଭିଜନର ଡିଆରଏମ୍‌ ପ୍ରମୁଖଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି ।

ଗତବର୍ଷ ଖରିଫରେ ବରଗଡ଼ ଜିଲାରେ ବ୍ୟାପକ ଫସଲକ୍ଷତି ହୋଇଥିଲା। ଏହାସତ୍ତ୍ବେ ଚାଷୀମାନେ ସେମାନଙ୍କ ପ୍ରାପ୍ୟ ଫସଲବୀମା କ୍ଷତିପୂରଣ ପାଇନାହାନ୍ତି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଜଣାଇବା ସତ୍ତ୍ବେ କିଛି ସୁଫଳ ମିଳି ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଫଳରେ ସେମାନେ ଆସନ୍ତା ୧୪ତାରିଖରେ ବରଗଡ଼ ରେଳ ଷ୍ଟେଶନରେ ରେଲରୋକୋ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଥିବା ସ୍ମାରକପତ୍ରରେ ଉଲ୍ଲେଖ କରିଛନ୍ତି। ରାଜବୋଡ଼ାସମ୍ବର କୃଷକ ସଙ୍ଗଠନର ଆବାହକ ଅଶୋକ କୁମାର ସାହୁଙ୍କ ସ୍ବାକ୍ଷର ରହିଛି। ତେବେ ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ନବୀନ କୁମାର ପଟେଲ ଏବଂ ଏସ୍‌ପି ସ୍ମିତ ପି. ପରମାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ କୁମାର ମିଶ୍ର ସ୍ମାରକପତ୍ର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri