ଜ୍ଞାନ ଆହରଣ ପାଇଁ ବାହାର ରାଜ୍ୟକୁ ଯିବେ ଚାଷୀ

ଭୁବନେଶ୍ୱର, ୧୯।୨(ଅସମାପିକା ସାହୁ):ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା ୨୦୨୪ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉତ୍ସବରେ ସଭାପତିତ୍ୱ କରି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ, ରାଜ୍ୟର ୯୨ ପ୍ରତିଶତ ଚାଷୀ କ୍ଷୁଦ୍ର ଓ ନାମମାତ୍ର ହୋଇଥିବାବେଳେ ସେମାନଙ୍କ ଆୟବୃଦ୍ଧି ନିମନ୍ତେ କୃଷି ସହିତ ମାଛଚାଷ ଓ ପ୍ରାଣିପାଳନ ଏକ ସର୍ବୋତ୍କୃଷ୍ଟ ମାଧ୍ୟମ। ଚାଷୀମାନଙ୍କୁ ଉନ୍ନତ ଜ୍ଞାନକୌଶଳର ବ୍ୟବହାର ସମ୍ପର୍କରେ ଅବଗତ କରାଇବା ଓ ଦକ୍ଷ କରାଇବା ପାଇଁ ଅଧିକରୁ ଅଧିକ କୃଷକଙ୍କୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସାମିଲ କରାଯିବ। ଏଥିସହ ଜ୍ଞାନ ଆହରଣ ପାଇଁ ସେମାନଙ୍କୁ ବାହାର ରାଜ୍ୟକୁ ପରିଭ୍ରମଣରେ ପଠାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସମାବେଶରେ ପ୍ରଥମଥର ପାଇଁ ଆୟୋଜିତ ‘ଆସ୍କ ଦି ମିନିଷ୍ଟର’ କାର୍ଯ୍ୟକ୍ରମରେ ଚାଷୀମାନେ ମନ୍ତ୍ରୀଙ୍କୁ ସିଧାସଳଖ ପ୍ରଶ୍ନ ପଚାରିଥିଲେ। ମନ୍ତ୍ରୀ ସବୁ ପ୍ରଶ୍ନର ଉତ୍ତର ମଧ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ଜିଲାର ୧୦୦ରୁ ଊର୍ଦ୍ଧ୍ୱ ଚାଷୀ ଯୋଗଦେଇଥିଲେ।
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ସରକାରୀ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, ଗୋପାଳନ ଓ ପ୍ରାଣିପାଳନ ଆୟବୃଦ୍ଧି ଓ ରୋଜଗାର ସୃଷ୍ଟିର ଏକ ବଳିଷ୍ଠ ମାଧ୍ୟମ। ରାଜ୍ୟରେ ମାଛଚାଷ, ଗୋପାଳନ ଓ ପ୍ରାଣିପାଳନର ପର୍ଯ୍ୟାପ୍ତ ସୁଯୋଗ ରହିଥିବାବେଳେ ପ୍ରଥମଥର ପାଇଁ ରାଜ୍ୟସ୍ତରରେ ଆୟୋଜିତ ଏହି ସମାବେଶ ରାଜ୍ୟର ଆନୁଷଙ୍ଗିକ କ୍ଷେତ୍ରର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ କହିଲେ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ଫଳରେ ରାଜ୍ୟର କୋଣ ଅନୁକୋଣରେ ମାଛଚାଷ ଓ ପ୍ରାଣିପାଳନ ପ୍ରତି ଲୋକଙ୍କ ଆଗ୍ରହ ବଢ଼ିଛି। ଏହାଦ୍ୱାରା ଗାଁଗହଳିର ଲୋକଙ୍କୁ ପୁଷ୍ଟିକର ଖାଦ୍ୟ ସହଜରେ ମିଳିପାରୁଛି। ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ଉଦ୍ୟାନକୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିମଳେନ୍ଦୁ ରାୟ ପ୍ରମୁଖ ମତ୍ସ୍ୟ ଓ ପ୍ରାଣିସମ୍ପଦର ଅଭିବୃଦ୍ଧିର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ।
ଏହି ଅବସରରେ ରାଜ୍ୟର ଚାମ୍ପିୟନ୍‌ ଚାଷୀଙ୍କ ସମେତ କାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହିତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଅଧୀନରେ ମତ୍ସ୍ୟ ଓ ପ୍ରାଣିପାଳନ ଭିତ୍ତିକ ଉଦ୍ୟୋଗ ପ୍ରତିଷ୍ଠା କରିଥିବା ଉଦ୍ୟୋଗୀଙ୍କୁ ସବ୍‌ସିଡି ରାଶିର ଚେକ୍‌ ପ୍ରଦାନ କରାଯାଇଥିଲା। ପ୍ରଦର୍ଶନରେ ସର୍ବୋତ୍କୃଷ୍ଟ ଷ୍ଟଲ ନିମନ୍ତେ ସରକାରୀ ବିଭାଗରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ବେସରକାରୀ ବିଭାଗରେ ପଶୁପତି ଆଗ୍ରୋଭେଟ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଓ ଷ୍ଟାର୍ଟଅପ୍‌ ବିଭାଗରେ ଗୌମୟ ଆଗ୍ରୋ ପ୍ରାଇଭେଟ୍‌ ଲିମିଟେଡ୍‌ ଓ ସ୍ବତନ୍ତ୍ର ପୁରସ୍କାର ବର୍ଗରେ ଥିଙ୍କ୍‌ର ଇନୋଭେଟିଭ୍‌ ସଲ୍ୟୁଶନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଓ ହରିୟାଣାର ଯୁବରାଜ ମୁରା ବଫାଲୋକୁ ପୁରସ୍କୃତ କରାଯାଇଥିଲା। ସମ୍ବଲପୁରର ମହିଳା ଚାଷୀ ଅନିତା ଓରାମ୍‌ ସ୍ବାଗତ ଭାଷଣ ଓ ପୁରୀର ମହିଳା ଚାଷୀ ତନ୍ମୟୀ ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri