Posted inଜାତୀୟ

ଚକା ଜାମ୍‌ କରିବେ ଚାଷୀ

ଭୁବନେଶ୍ୱର,(ବ୍ୟୁରୋ)/ନୂଆଦିଲ୍ଲୀ, ୬।୨(ପି.ଟି.): କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ଆନ୍ଦୋଳନରତ କୃଷକ ସଂଗଠନଗୁଡ଼ିକ ଶନିବାର ଦେଶବ୍ୟାପୀ ‘ଚକା ଜାମ୍‌’ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଆନ୍ଦୋଳନ ସ୍ଥଳଗୁଡ଼ିକରେ ଅତିରିକ୍ତ ପୋଲିସ ବଳ ମୁତୟନ ହେବା ସହ ରାସ୍ତାରେ ବହୁସ୍ତରୀୟ ବ୍ୟାରିକେଡ୍‌ କରାଯାଇଛି। ଏହାବ୍ୟତୀତ ରାସ୍ତାରେ ତାରବାଡ଼ ଲଗାଯିବା ସହ କଣ୍ଟା ପୋତାଯାଇଛି। ଦିଲ୍ଲୀ ପୋଲିସ କମିଶନର ଏସ୍‌.ଏନ୍‌. ଶ୍ରୀବାସ୍ତବ ବରିଷ୍ଠ ଅଧିକାରୀମାନଙ୍କ ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଗୁଜବ ପ୍ରଚାରରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ଲାଗି ପୋଲିସ ସୋସିଆଲ ମିଡିଆ ବିଷୟବସ୍ତୁ ଉପରେ କଡ଼ା ନଜର ରଖିଛି।
୬ ତାରିଖରେ ଦେଶବ୍ୟାପୀ ଚକା ଜାମ୍‌ ଆନ୍ଦୋଳନ ପାଇଁ ସୋମବାର ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଘୋଷଣା କରାଯାଇଥିଲା। ଆନ୍ଦୋଳନକାରୀମାନେ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଜାତୀୟ ଓ ରାଜ୍ୟ ରାଜପଥଗୁଡ଼ିକୁ ଅବରୋଧ କରିବେ। ବନ୍ଦ ଯୋଗୁ ଯେପରି ଆଇନ ଶୃଙ୍ଖଳା ସ୍ଥିତି ନ ଉପୁଜେ ଓ ସାଧାରଣ ଜୀବନଯାତ୍ରା ବ୍ୟାହତ ନ ହୁଏ, ସେଥିପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଥିବା ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ସିଙ୍ଘୁ ସୀମାରେ ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଥିବାବେଳେ ଶନିବାର ପାଇଁ ଏହାକୁ ଆହୁରି ବଢ଼ାଇ ଦିଆଯାଇଛି।
ଦେଶବ୍ୟାପୀ ଚକା ଜାମ୍‌ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ହେବ ବୋଲି ଶୁକ୍ରବାର ଭାରତୀୟ କିଷାନ ୟୁନିୟନ (ବିକେୟୁ) ନେତା ରାକେଶ ଟିକାୟତ କହିଛନ୍ତି। ତେବେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଦିଲ୍ଲୀ-ଏନ୍‌ସିଆର୍‌ରେ ଚକା ଜାମ୍‌ ଆନ୍ଦୋଳନ ନ କରିବାକୁ କୃଷକ ସଂଗଠନ ନିଷ୍ପତ୍ତି ନେଇଛି। ଏହା ବଦଳରେ ସମ୍ପୃକ୍ତ ଅଞ୍ଚଳର ଜିଲା ଅଧିକାରୀଙ୍କୁ ଚାଷୀମାନେ ଏକ ସ୍ମାରକପତ୍ର ପ୍ରଦାନ କରିବେ ବୋଲି ଟିକାୟତ କହିଛନ୍ତି। ଦିଲ୍ଲୀ ଜାତୀୟ ରାଜଧାନୀ ଅଞ୍ଚଳ ଚକା ଜାମ୍‌ ଭଳି ସ୍ଥିତିରେ ରହିଥିବାରୁ ସେଠାରେ ରାସ୍ତା ଅବରୋଧ ନ କରିବାକୁ ନିଷ୍ପତ୍ତି ନିଆଯାଇଛି। ସାଧାରଣତନ୍ତ୍ର ଦିବସ ହିଂସା ପରେ କୃଷକ ଆନ୍ଦୋଳନକୁ ଶକ୍ତିଶାଳୀ କରିବା ଶନିବାର ଚକା ଜାମ୍‌ ଆନ୍ଦୋଳନର ଉଦ୍ଦେଶ୍ୟ।
ଆନ୍ଦୋଳନ ଯେପରି ଶାନ୍ତିପୂର୍ଣ୍ଣ ହେବ ସେଥିପାଇଁ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଗାଇଡ୍‌ଲାଇନ ଅନୁଯାୟୀ ମଧ୍ୟାହ୍ନ ୧୨ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କେବଳ ଜାତୀୟ ଓ ରାଜ୍ୟ ରାଜପଥକୁ ବନ୍ଦ କରାଯିବ। ସେହି ସମୟରେ ଆମ୍ବୁଲାନ୍ସ, ସ୍କୁଲ ବସ୍‌ ଆଦି ଜରୁରୀ ଓ ଅତ୍ୟାବଶ୍ୟକ ସେବାରେ ନିୟୋଜିତ ଗାଡ଼ିକୁ ଛାଡ଼ି ଦିଆଯିବ। ଆନ୍ଦୋଳନ ଯେପରି ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଓ ଅହିଂସା ହେବ ତାହା ସୁନିଶ୍ଚିତ କରିବାକୁ କୃଷକ ଓ ଅନ୍ୟ ଆନ୍ଦୋଳନକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ କର୍ମଚାରୀ କିମ୍ବା ସାଧାରଣ ଜନତାଙ୍କ ସହ କୌଣସି ବିବାଦରେ ସାମିଲ ନ ହେବାକୁ ପରାମର୍ଶ ଦିଆଯାଇଛି। ୩ଟାରେ ଚକା ଜାମ୍‌ ଆନ୍ଦୋଳନ ଶେଷ ହେବା ବେଳେ ଚାଷୀଙ୍କ ମଧ୍ୟରେ ଏକତାର ନିଦର୍ଶନ ସ୍ବରୂପ ୧ ମିନିଟ୍‌ ପାଇଁ ଗାଡ଼ିଗୁଡ଼ିକର ହର୍ନ ବଜାଯିବ। ଏଥିରେ ଅନ୍ୟମାନେ ସାମିଲ ହୋଇ ଆମର ଅନ୍ନଦାତାମାନଙ୍କୁ ସମର୍ଥନ ଜଣାଇବା ପାଇଁ କୃଷକ ସଂଗଠନ ପକ୍ଷରୁ ଆହ୍ବାନ ଦିଆଯାଇଛି। କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଡାକରାକୁ ମଧ୍ୟ ଓଡ଼ିଶାର କୃଷକ ସଂଗଠନଗୁଡ଼ିକ ସମର୍ଥନ କରିଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟ ଓ ଜାତୀୟ ରାଜପଥରେ କୃଷକମାନେ ଆନ୍ଦୋଳନ କରିବେ ବୋଲି ନବ ନିର୍ମାଣ କୃଷକ ସଂଗଠନର ଆବାହକ ଅକ୍ଷୟ କୁମାର କହିଛନ୍ତି। ଏହି ଆନ୍ଦୋଳନକୁ ଓଡ଼ିଶା କଂଗ୍ରେସ ମଧ୍ୟ ସମର୍ଥନ କରିଛି। ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, କୃଷି ଉପରେ ଦେଶର ଶତକଡ଼ା ୭୦ ଭାଗ ଲୋକ ନିର୍ଭର କରୁଛନ୍ତି। ସେମାନଙ୍କର ଦାବି ପାଇଁ କଂଗ୍ରେସ ସମର୍ଥନ ଦେଇ ଆସିଛି। ଶନିବାର ହେବାକୁ ଥିବା ଆନ୍ଦୋଳନକୁ ମଧ୍ୟ କଂଗ୍ରେସ ସମର୍ଥନ କରୁଛି ବୋଲି ସେ କହିଛନ୍ତି। ଚକାଜାମକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ରାଜ୍ୟର ସମସ୍ତ ଆହାର କେନ୍ଦ୍ରକୁ ବନ୍ଦ କରିବାକୁ ଭୁବନେଶ୍ୱର ମହାନଗର ନିଗମ ନିଷ୍ପତ୍ତି ନେଇଛି। ଏ ନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri