ମଣ୍ଡିରେ ଉପାସ ରହିବେନି ଚାଷୀ

ପାରଳାଖେମୁଣ୍ଡି,୧୧ା୧(ଡି.ଏନ୍‌.ଏ.): ଗଜପତି ଜିଲାରେ ମଣ୍ଡିକୁ ଧାନବିକ୍ରି କରିବାକୁ ଆସୁଥିବା ଚାଷୀମାନେ ଆଉ ଉପାସ ରହିବେନି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଇଛି। ମହିଳା ସଶକ୍ତୀକରଣ ଓ ଚାଷୀଙ୍କ ସୁବିଧା ପାଇଁ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଏହି ଅଭିନବ ପ୍ରୟାସ ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି।
ଗଜପତି ଜିଲା ପ୍ରଶାସନ ଚଳିତଥର ଗ୍ରାମାଞ୍ଚଳରେ ୨୩ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଧାନ ସଂଗ୍ରହ କରିବା ପାଇଁ ଅନୁମତି ଦେଇଛି। ଅନ୍ୟପଟେ ଚାଷୀଙ୍କ ସୁବିଧା ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ନିୟନ୍ତ୍ରଣ ବଜାର କମିଟି ମଣ୍ଡିରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ଖାଦ୍ୟ ବ୍ୟବସ୍ଥା କରାଯାଇଛି। ଜିଲାରେ ୪୫ଟି ମଣ୍ଡି ରହିଛି। ସେଥିମଧ୍ୟରୁ ପ୍ରାଥମିକ ପର୍ଯ୍ୟାୟରେ ୪ଟି ସ୍ଥାନ ପାରଳାଖେମୁଣ୍ଡି ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରେ ଥିବା ମଣ୍ଡି, କାଶୀନଗର, ଗାରାବନ୍ଧ, ଉପଲଡ଼ା ମଣ୍ଡିରେ ଜିଲା ପ୍ରଶାସନ ପରୀକ୍ଷା ମୂଳକଭାବେ ଚାଷୀଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରିଛି। ଆଗକୁ ଅନ୍ୟ ମଣ୍ଡିଗୁଡିକରେ ଏଭଳି ବ୍ୟବସ୍ଥା କରାଯିବ ବୋଲି ଯୋଗାଣ ଅଧିକାରୀ ପ୍ରଫୁଲ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri