‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ
ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯନ୍ତ୍ରପାତି ମେଳାକୁ ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି ମେଳା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଠାରେ କୃଷକମାନେ ବିଭିନ୍ନ ପ୍ରକାର କୃଷି ଯନ୍ତ୍ରପାତି, ଉପକରଣ ଆଦିର ବ୍ୟବହାର କିଭଳି କରିବେ ସେ ଉପରେ ଜ୍ଞାନ ଆହୋରଣ କରି ପାରିବେ ଏବଂ ବିଭିନ୍ନ ସହାୟତା ଓ ଯୋଜନା ଉପରେ ମଧ୍ୟ ତଥ୍ୟ ପାଇ ପାରିବେ। ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ, ଗଞ୍ଜାମ ଜିଲା ମୁଖ୍ୟ କୃଷି ଅଧିକାରୀ ଡ.ଅଜୟ କୁମାର କର, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରବିନାରାୟଣ ମିଶ୍ର ବ୍ରହ୍ମପୁର କୃଷି ଜିଲା ଅଧିକାରୀ ହେମନ୍ତ ଦାସ, ଆସିକା କୃଷି ଜିଲା ଅଧିକାରୀ ସତ୍ୟବ୍ରତ ଦାସ, ଦିଗପହଣ୍ଡି ଜିଲା କୃଷି ଅଧିକାରୀ ପ୍ରଶାନ୍ତ କୁମାର ନାଥ, ଭଞ୍ଜନଗର କୃଷି ଜିଲା  ଅଧିକାରୀ ବ୍ୟୋମକେଶ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିବା ବେଳେ କୃଷି କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ଉପଯୋଗ କରି ଚାଷ ସହିତ ଚାଷୀଙ୍କୁ କିଭଳି ଆଗକୁ ବଢ଼ାଇବା, ଚାଷୀମାନଙ୍କୁ ସହଯୋଗ କରିବା, ଚାଷୀମାନେ କିଭଳି ସରକାରଙ୍କ ସମସ୍ତ ଯୋଜନାରେ ଅନ୍ତର୍ଭୁକ୍ତ ହୋଇ ଲାଭ ପାଇବେ ତାହା ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ଏହା ସହ ଏହି ମେଳାରେ କୃଷି ତଥା ଆନୁସଙ୍ଗିକ ବିଭାଗ ଦ୍ବାରା ବିଭିନ୍ନ ଷ୍ଟଲ ଖୋଲାଯାଇଛି। ମେଳାରେ ଟ୍ରାକ୍ଟର, ପାଓ୍ବାରଟ୍ରିଲର, ଧାନ ଅମଳ, ଧାନ ରୁଆ, ମଞ୍ଜି ସଫା, ରୋଟାଭେଟର, ଘାସ ଛେଦନ, କୋଡ଼ାଖୁସା, ଘାସ କଟା, ଗାତ ଖୋଳା,ଧାନ କଳ, ମକା ଛଡ଼ା, ଡାଲି କଳ, ତେଲ କଳ, ମୁଢ଼ି ମିଲ, ବିହନ ବୁଣା, ସାର ବୁଣା ଓ ଔଷଧ ସିଞ୍ଚନ ଭଳି ବିଭିନ୍ନ କୃଷି ଯନ୍ତ୍ରପାତି ରିହାତି ଦରରେ ବିକ୍ରି ହେବା ସହ ପ୍ରଦର୍ଶନ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri