‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ
ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯନ୍ତ୍ରପାତି ମେଳାକୁ ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି ମେଳା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଠାରେ କୃଷକମାନେ ବିଭିନ୍ନ ପ୍ରକାର କୃଷି ଯନ୍ତ୍ରପାତି, ଉପକରଣ ଆଦିର ବ୍ୟବହାର କିଭଳି କରିବେ ସେ ଉପରେ ଜ୍ଞାନ ଆହୋରଣ କରି ପାରିବେ ଏବଂ ବିଭିନ୍ନ ସହାୟତା ଓ ଯୋଜନା ଉପରେ ମଧ୍ୟ ତଥ୍ୟ ପାଇ ପାରିବେ। ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ, ଗଞ୍ଜାମ ଜିଲା ମୁଖ୍ୟ କୃଷି ଅଧିକାରୀ ଡ.ଅଜୟ କୁମାର କର, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରବିନାରାୟଣ ମିଶ୍ର ବ୍ରହ୍ମପୁର କୃଷି ଜିଲା ଅଧିକାରୀ ହେମନ୍ତ ଦାସ, ଆସିକା କୃଷି ଜିଲା ଅଧିକାରୀ ସତ୍ୟବ୍ରତ ଦାସ, ଦିଗପହଣ୍ଡି ଜିଲା କୃଷି ଅଧିକାରୀ ପ୍ରଶାନ୍ତ କୁମାର ନାଥ, ଭଞ୍ଜନଗର କୃଷି ଜିଲା  ଅଧିକାରୀ ବ୍ୟୋମକେଶ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିବା ବେଳେ କୃଷି କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ଉପଯୋଗ କରି ଚାଷ ସହିତ ଚାଷୀଙ୍କୁ କିଭଳି ଆଗକୁ ବଢ଼ାଇବା, ଚାଷୀମାନଙ୍କୁ ସହଯୋଗ କରିବା, ଚାଷୀମାନେ କିଭଳି ସରକାରଙ୍କ ସମସ୍ତ ଯୋଜନାରେ ଅନ୍ତର୍ଭୁକ୍ତ ହୋଇ ଲାଭ ପାଇବେ ତାହା ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ଏହା ସହ ଏହି ମେଳାରେ କୃଷି ତଥା ଆନୁସଙ୍ଗିକ ବିଭାଗ ଦ୍ବାରା ବିଭିନ୍ନ ଷ୍ଟଲ ଖୋଲାଯାଇଛି। ମେଳାରେ ଟ୍ରାକ୍ଟର, ପାଓ୍ବାରଟ୍ରିଲର, ଧାନ ଅମଳ, ଧାନ ରୁଆ, ମଞ୍ଜି ସଫା, ରୋଟାଭେଟର, ଘାସ ଛେଦନ, କୋଡ଼ାଖୁସା, ଘାସ କଟା, ଗାତ ଖୋଳା,ଧାନ କଳ, ମକା ଛଡ଼ା, ଡାଲି କଳ, ତେଲ କଳ, ମୁଢ଼ି ମିଲ, ବିହନ ବୁଣା, ସାର ବୁଣା ଓ ଔଷଧ ସିଞ୍ଚନ ଭଳି ବିଭିନ୍ନ କୃଷି ଯନ୍ତ୍ରପାତି ରିହାତି ଦରରେ ବିକ୍ରି ହେବା ସହ ପ୍ରଦର୍ଶନ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?