Posted inଜାତୀୟ

ଚାଷୀଙ୍କ ପାଇଁ ଛାଡ଼ିଥିଲେ ବିଧାୟକ ପଦ, ପୁଣି ଜିତିଲେ

ଚଣ୍ଡିଗଡ଼,୨।୧୧: ଆଇଏନ୍‌ଏଲ୍‌ଡି (ଇଣ୍ଡିଆନ ନ୍ୟାଶନାଲ ଲୋକ ଦଳ) ନେତା ଅଭୟ ଚୌତାଲା ହରିୟାଣାର ଏଲେନାବାଦ୍‌ ବିଧାନସଭା ଉପନିର୍ବାଚନରେ ବିଜୟୀ ହୋଇଛନ୍ତି। ସେ ସରକାରୀ ଭାଜପା ଦଳର ଗୋବିନ୍ଦ କାଣ୍ଡାଙ୍କୁ ୬,୭୩୯ ଭୋଟରେ ହରାଇ ଦେଇଛନ୍ତି ବୋଲି ନିର୍ବାଚନ ଆୟୋଗ(ଇସି)ର ଓ୍ବେବସାଇଟ୍‌ରେ ଦର୍ଶାଯାଇଛି।

କାଣ୍ଡାଙ୍କ ପ୍ରାର୍ଥୀତ୍ୱକୁ ଜେଜେପି ସମର୍ଥନ କରିବା ସତ୍ତ୍ୱେ ଭାଜପାକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ଜେଜେପି ଦଳର ମୁଖ୍ୟ ହେଉଛନ୍ତି ଆଇଏନ୍‌ଏଲ୍‌ଡି ନେତାଙ୍କ ପୁତୁରା ଉପ ମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌତାଲା। ଏଲେନାବାଦ୍‌ ଆସନରେ କଂଗ୍ରେସ ପ୍ରାର୍ଥୀ ପଓ୍ବନ ବେନିଓ୍ବାଲ ନିର୍ବାଚନ ତୃତୀୟ ସ୍ଥାନରେ ଥିଲେ।

ବିଜୟ ପରେ ଚୌତାଲା କହିଛନ୍ତି, ଭାଜପା ଭୋଟ ପାଇଁ ଟଙ୍କା ବାଣ୍ଟିଛି। ଏଥିଲାଗି ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟର ଇସ୍ତଫା ଦେବା ଉଚିତ। ଯଦି କୌଣସି ଘୋଡ଼ା ବ୍ୟପାର ନ ହୋଇଥାନ୍ତା, ମୁଁ ୩୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିଥାନ୍ତି। ଏହା ମୋର ନୁହେଁ, ଚାଷୀଙ୍କ ବିଜୟ।

ଏଲେନାବାଦ୍‌ ଅଞ୍ଚଳରେ ଲୋକେ ପ୍ରାୟତଃ କୃଷି ଉପରେ ନିର୍ଭର କରନ୍ତି। ଦେଶରେ ଗତ ବର୍ଷରୁ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରି ଚୌତାଲା ବିଧାୟକ ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri