ଟୋକନ ଥାଇ ଚାଷୀ ମଣ୍ଡିରେ ଧାନ ବିକ୍ରି କରିପାରୁନି

ଖଣ୍ଡପଡା,୨୮ା୨(ସ୍ବ.ପ୍ର.):ବିଭିନ୍ନ ଅଞ୍ଚଳରେ ଧାନମଣ୍ଡି ବିଳମ୍ବରେ ଖୋଲିଥିବା ବେଳେ ପ୍ରଶାସନିକ ଅବ୍ୟବସ୍ଥା ଯୋଗୁ ଅନେକ ଚାଷୀ ଟୋକନ ପାଇ ନ ଥିବା ଓ ଟୋକନ ଥାଇ ମଧ୍ୟ ଧାନ ବିକ୍ରି ହୋଇ ପାରୁ ନ ଥିବା ଅଭିଯୋଗ ହେଉଛି। ଏ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖଣ୍ଡପଡ଼ା ଅଞ୍ଚଳରେ ଚାଷୀଙ୍କଠାରୁ ଉଚିତ୍‌ ମୂଲ୍ୟରେ ଧାନକ୍ରୟ ପାଇଁ ସେବା ସମବାୟ ସମିତିଗୁଡ଼ିକରେ ଧାନମଣ୍ଡି ଖୋଲାଯାଇଛି। ଧାନ ବିକ୍ରୟ ପାଇଁ ଚାଷୀଙ୍କୁ ଟୋକନ ମିଳିଛି। ମାତ୍ର କେତେକ ମଣ୍ଡିରେ ଧାନକ୍ରୟ ପାଇଁ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇ ଯାଇଥିବାରୁ ଟେକାନ ପାଇଥିବା ଚାଷୀଙ୍କଠାରୁ ଧାନ କିଣିବାକୁ ସମବାୟ ସମିତିର ସମ୍ପାଦକମାନେ ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଆଝର ସେବା ସମବାୟ ସମିତି ପକ୍ଷରୁ ଚଳିତ ବର୍ଷ ଧାନକ୍ରୟ ପାଇଁ ସ୍ଥାନୀୟ ଅଞ୍ଚଳର ୪୩୯ ଜଣ ଚାଷୀଙ୍କୁ ଟୋକନ ଦିଆଯାଇଥିଲା। ସର୍ବମୋଟ ୧୨ ହଜାର କୁଇଣ୍ଟାଲ ଧାନ କ୍ରୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଆଖପାଖ ଗ୍ରାମର ୩୩୩ ଜଣ ଚାଷୀଙ୍କଠାରୁ ଅଦ୍ୟାବଧି ୧୧,୯୯୭ କୁଇଣ୍ଟାଲ ଧାନ କ୍ରୟ କରାଯାଇଥିବା ଜଣାପଡିଛି। ବାକି ୧୦୬ଜଣ ଚାଷୀ ଟୋକନ ଧରି ହାତବାନ୍ଧି ବସିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଚାଷୀମାନେ ଅଭାବୀ ଧାନ ବିକ୍ରିର ଶିକାର ହେବା ଆଶଙ୍କା ପ୍ରକାଶ ପାଇଛି। ସେହିପରି ଖଳିସାହି, ଖଣ୍ଡପଡ଼ା, ବେଣାଗାଡ଼ିଆ, ମର୍ଦ୍ଦରାଜପୁର, କଣ୍ଟିଲୋ ସେବା ସମବାୟ ସମିତିଗୁଡ଼ିକରେ ଖୋଲିଥିବା ଧାନ ମଣ୍ଡିରେ ଚଳିତବର୍ଷ ରେକର୍ଡ ପରିମାଣର ଧାନ ସଂଗ୍ରହ ହୋଇଥିବା ପ୍ରଶାସନ ଓ ବିଭାଗୀୟ କର୍ତ୍ତୃପକ୍ଷ କହିଛନ୍ତି। ବିଭିନ୍ନ ମଣ୍ଡିରେ ଅବ୍ୟବସ୍ଥା ତଥା ମିଲର ଓ ପ୍ରଶାସନର ଅସହଯୋଗ ଯୋଗୁ ଚାଷୀଙ୍କ ଟୋକନ ପାଇ ମଧ୍ୟ ଅବଧି ଶେଷ ହୋଇଯାଇଛି। ଏଥିପ୍ରତି ଜିଲା ଯୋଗାଣ ଅଧିକାରୀ, ଜିଲାପାଳ ଓ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri