ଟୋକନ ଥାଇ ଚାଷୀ ମଣ୍ଡିରେ ଧାନ ବିକ୍ରି କରିପାରୁନି

ଖଣ୍ଡପଡା,୨୮ା୨(ସ୍ବ.ପ୍ର.):ବିଭିନ୍ନ ଅଞ୍ଚଳରେ ଧାନମଣ୍ଡି ବିଳମ୍ବରେ ଖୋଲିଥିବା ବେଳେ ପ୍ରଶାସନିକ ଅବ୍ୟବସ୍ଥା ଯୋଗୁ ଅନେକ ଚାଷୀ ଟୋକନ ପାଇ ନ ଥିବା ଓ ଟୋକନ ଥାଇ ମଧ୍ୟ ଧାନ ବିକ୍ରି ହୋଇ ପାରୁ ନ ଥିବା ଅଭିଯୋଗ ହେଉଛି। ଏ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖଣ୍ଡପଡ଼ା ଅଞ୍ଚଳରେ ଚାଷୀଙ୍କଠାରୁ ଉଚିତ୍‌ ମୂଲ୍ୟରେ ଧାନକ୍ରୟ ପାଇଁ ସେବା ସମବାୟ ସମିତିଗୁଡ଼ିକରେ ଧାନମଣ୍ଡି ଖୋଲାଯାଇଛି। ଧାନ ବିକ୍ରୟ ପାଇଁ ଚାଷୀଙ୍କୁ ଟୋକନ ମିଳିଛି। ମାତ୍ର କେତେକ ମଣ୍ଡିରେ ଧାନକ୍ରୟ ପାଇଁ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇ ଯାଇଥିବାରୁ ଟେକାନ ପାଇଥିବା ଚାଷୀଙ୍କଠାରୁ ଧାନ କିଣିବାକୁ ସମବାୟ ସମିତିର ସମ୍ପାଦକମାନେ ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଆଝର ସେବା ସମବାୟ ସମିତି ପକ୍ଷରୁ ଚଳିତ ବର୍ଷ ଧାନକ୍ରୟ ପାଇଁ ସ୍ଥାନୀୟ ଅଞ୍ଚଳର ୪୩୯ ଜଣ ଚାଷୀଙ୍କୁ ଟୋକନ ଦିଆଯାଇଥିଲା। ସର୍ବମୋଟ ୧୨ ହଜାର କୁଇଣ୍ଟାଲ ଧାନ କ୍ରୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଆଖପାଖ ଗ୍ରାମର ୩୩୩ ଜଣ ଚାଷୀଙ୍କଠାରୁ ଅଦ୍ୟାବଧି ୧୧,୯୯୭ କୁଇଣ୍ଟାଲ ଧାନ କ୍ରୟ କରାଯାଇଥିବା ଜଣାପଡିଛି। ବାକି ୧୦୬ଜଣ ଚାଷୀ ଟୋକନ ଧରି ହାତବାନ୍ଧି ବସିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଚାଷୀମାନେ ଅଭାବୀ ଧାନ ବିକ୍ରିର ଶିକାର ହେବା ଆଶଙ୍କା ପ୍ରକାଶ ପାଇଛି। ସେହିପରି ଖଳିସାହି, ଖଣ୍ଡପଡ଼ା, ବେଣାଗାଡ଼ିଆ, ମର୍ଦ୍ଦରାଜପୁର, କଣ୍ଟିଲୋ ସେବା ସମବାୟ ସମିତିଗୁଡ଼ିକରେ ଖୋଲିଥିବା ଧାନ ମଣ୍ଡିରେ ଚଳିତବର୍ଷ ରେକର୍ଡ ପରିମାଣର ଧାନ ସଂଗ୍ରହ ହୋଇଥିବା ପ୍ରଶାସନ ଓ ବିଭାଗୀୟ କର୍ତ୍ତୃପକ୍ଷ କହିଛନ୍ତି। ବିଭିନ୍ନ ମଣ୍ଡିରେ ଅବ୍ୟବସ୍ଥା ତଥା ମିଲର ଓ ପ୍ରଶାସନର ଅସହଯୋଗ ଯୋଗୁ ଚାଷୀଙ୍କ ଟୋକନ ପାଇ ମଧ୍ୟ ଅବଧି ଶେଷ ହୋଇଯାଇଛି। ଏଥିପ୍ରତି ଜିଲା ଯୋଗାଣ ଅଧିକାରୀ, ଜିଲାପାଳ ଓ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri