ଏଫ୍‌ଏକ୍ୟୁ ମାନର ଧାନ କିଣାକୁ ନେଇ ଚିନ୍ତାରେ ଚାଷୀ, ମିଲର

ରାୟଗଡ଼ା,୨୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଧାନମଣ୍ଡି ଆରମ୍ଭ ହୋଇ ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଓ ମିଲରଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ ଧାନ ବିକ୍ରି କରିପାରୁନାହାନ୍ତି ଚାଷୀ। ଅନ୍ୟପଟେ ଦାଉ ସାଧୁଛି ଅଦିନିଆ ବର୍ଷା। ଗତ ୨ ଦିନ ହେଲା ବର୍ଷା ଯୋଗୁ ବର୍ଷକର ଉତ୍ପାଦିତ ଫସଲ ପାଣିରେ ଓଦା ହୋଇ ନଷ୍ଟହେବାକୁ ବସିଲାଣି। ସେପଟେ ଖଳାରେ ପାଣି ଜମି ରହିଥିବାରୁ ଚାଷୀ ବାଧ୍ୟ ହୋଇ ଓଦା ଧାନକୁ ରାସ୍ତା ଉପରେ ପକାଇ ଶୁଖାଇବାକୁ ଚେଷ୍ଟା କରୁଛନ୍ତି। ଜିଲାରେ ଧାନ ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା ଚାଷୀ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଏଫ୍‌ଏକ୍ୟୁ ମାନର ଧାନକୁ ନେଇ ଚିନ୍ତାରେ ଚାଷୀ ଓ ମିଲର। ଚାଷୀ ଏଫଏକ୍ୟୁ ମାନର ଧାନ ମଣ୍ଡିକୁ ଆଣିବାକୁ ସରକାର ପକ୍ଷରୁ କୁହାଯାଇଛି। ତେବେ ଜିଲାର ସମସ୍ତ ଚାଷୀ କ’ଣ ଏଫ୍‌ଏକ୍ୟୁ ମାନର ଧାନ ମଣ୍ଡିକୁ ଆଣିବେ କି ବୋଲି ମିଲର୍ସମାନେ ପ୍ରଶ୍ନ କରୁଛନ୍ତି। ସେପଟେ ଚାଷୀ ଏଫ୍‌ଏକ୍ୟୁ ମାନର ଧାନ ଦେଲେ ସେହି ଧାନ ମିଲିଂକରି ଚାଉଳ ଦେବେ ବୋଲି କହି ୨୦ଜଣ ବଡ ମିଲର ଚୁକ୍ତି କରିନାହାନ୍ତି। ଯେଉଁ ମିଲର ଚୁକ୍ତି କରିଛନ୍ତି ସେମାନେ ମଧ୍ୟ ବର୍ତ୍ତମାନ ସନ୍ଦେହ ଭିତରେ ଅଛନ୍ତି। ଏଫ୍‌ଏକ୍ୟୁ ମାନର ଧାନ ମଣ୍ଡିକୁ ନ ଆସିଲେ ସେମାନେ କିଭଳି ଚାଉଳ ପ୍ରଦାନ କରିବେ।
ଜିଲାରେ ଚଳିତବର୍ଷ ୯ ଲକ୍ଷ ୪୩ ହଜାର ୭୦୧କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ସମଗ୍ର ଜିଲାରେ ୧୩ଟି ଲ୍ୟାମ୍ପ୍‌ସ ଓ ଗୋଟିଏ ଏମ୍‌ପିସିଏସ୍‌ ଧାନ ସଂଗ୍ରହ ପାଇଁ ସରକାରଙ୍କ ଅନୁମତି ପାଇଛନ୍ତି। ୪୩ଟି ମଣ୍ଡିରେ ଏହି ଧାନ କିଣିବା ନିମନ୍ତେ ନିଷ୍ପତ୍ତି ହୋଇଛି। କିନ୍ତୁ ବିଡମ୍ବନାର ବିଷୟ ମାତ୍ର ୯ଟି ମଣ୍ଡିରେ ହିଁ ଗତ ୧୦ ଦିନ ମଧ୍ୟରେ ଧାନ କିଣା ହୋଇଛି। ୨୦ ହଜାର ୫୦୪ ଜଣ ଚାଷୀ ଧାନ ବିକ୍ରି ପାଇଁ ଯୋଗ୍ୟ ବିବେଚିତ ହୋଇଥିବାବେଳେ ମାତ୍ର ୧୦୯ ଜଣ ଚାଷୀଙ୍କଠାରୁ ଆଜି ସୁଦ୍ଧା ମାତ୍ର ୬ ହଜାର ୪୦୨ କେଜି ଧାନ କିଣାଯାଇଛି। ତେବେ ସରକାରଙ୍କ ଟାଳଟୁଳ ନୀତିକୁ ବିରୋଧ କରି ମିଲର ସହଯୋଗ କରୁ ନ ଥିବା ଅଭିଯୋଗ ହେଉଛି। ମିଲରମାନେ ବିଭିନ୍ନ ଦାବି ସମ୍ପର୍କରେ ସରକାରଙ୍କୁ ପୂର୍ବରୁ ଅବଗତ କରାଇଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ସେମାନେ ଧାନ କିଣାରେ ଅସହଯୋଗ ଜାରି ରଖିଥିବା କହିଛନ୍ତି। ଯୋଗାଣ ବିଭାଗ ମଧ୍ୟ ଡିସେମ୍ବର ପ୍ରଥମ ସପ୍ତାହରେ ଯେଉଁଭଳି ପଦକ୍ଷେପ ଗ୍ରହଣ କରିବା କଥା ତାହା କରିଲା ନାହିଁ ବୋଲି ଚାଷୀ ଅଭିଯୋଗ କରିଛନ୍ତି। ତେବେ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ସରକାରଙ୍କ ଧାନ ସଂଗ୍ରହ ନୀତିକୁ ନିନ୍ଦା କରିଛନ୍ତି। ଏଫ୍‌ଏକ୍ୟୁ ମାନର ଧାନ ଉତ୍ପାଦନ ଭଳି ବିହନ କୃଷି ବିଭାଗ ପ୍ରଦାନ କରିଥିଲା କି ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ ସ୍ପଷ୍ଟୀକରଣ ଦେବାକୁ ସେ ଦାବି କରିଛନ୍ତି। ଏହିସବୁ ଦ୍ୱନ୍ଦ୍ୱ ଭିତରେ ଧାନ ସଂଗ୍ରହ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ଦାଶରଥୀ ସୋରେନଙ୍କୁ ପଚାରିବାରୁ ବର୍ଷା କାରଣରୁ ଧାନ ସଂଗ୍ରହ ବିଳମ୍ବ ହୋଇଥିଲା। ଏବେ ମିଲରମାନେ ସମସ୍ତ ଧାନ ଗ୍ରହଣ କରିବେ ଓ ଚାଷୀ ମଧ୍ୟ ନିଜର ଧାନ ବିକ୍ରି କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୯ ବଲ୍‌ରେ ୮୫ ରନ, ଟେଷ୍ଟରେ ଆକ୍ରମଣାତ୍ମକ ବ୍ୟାଟିଂ ପଛର ଗୁମର ଖୋଲିଲେ ଜଶସ୍ବୀ ଜୟସ୍ବାଲ୍‌

ଓ୍ବେଲିଂଟନ,୨୧।୧୧: ଯେଉଁ ପିଚ୍‌ରେ ବ୍ୟାଟ୍ସମ୍ୟାନ୍‌ ଗୋଟିଏ ଗୋଟିଏ ରନ ସଂଗ୍ରହ କରିବା କଷ୍ଟକର ହୋଇପଡ଼ିଥିଲା, ସେହି ପିଚ୍‌ରେ ଆକ୍ରମଣାତ୍ମକ ବ୍ୟାଟିଂ କରି ସମସ୍ତଙ୍କୁ ଚକିତ କରିଛନ୍ତି ଭାରତୀୟ…

ଅଷ୍ଟ୍ରେଲିଆ କ୍ରିକେଟରେ ହଲଚଲ: କମିନ୍ସଙ୍କ ସମର୍ଥନରେ ଦେଲେ ଅବସର ଚେତାବନୀ

ନୂଆଦିଲ୍ଲୀ,୨୧।୧୧: ଉସମାନ ଖୱାଜା ସାଣ୍ଡପେପର୍‌ ବିବାଦକୁ ନେଇ କରିଥିବା ଦାବି ପରେ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ଝଡ଼ ସୃଷ୍ଟି ହୋଇଛି। ଏହି ଘଟଣାକୁ ନେଇ ଖେଳାଳିମାନେ…

ଭାରତର ପ୍ରଥମ ସ୍ବଦେଶୀ ଏଚ୍‌୫ଏନ୍‌୧ ଟିକା ଶୁଭାରମ୍ଭ

ନୂଆଦିଲ୍ଲୀ,୨୨ା୧୧:କୁକୁଡ଼ାମାନଙ୍କୁ ଅତ୍ୟଧିକ ସଂକ୍ରାମକ ଆଭିଆନ୍‌ ଇନ୍‌ଫ୍ଲୁଏଞ୍ଜା (ଏଚ୍‌ପିଏଆଇ) ବା ବାର୍ଡ ଫ୍ଲୁରୁ ରକ୍ଷା କରିବା ଲକ୍ଷ୍ୟରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୁକ୍ରବାର ଦେଶର…

ଏସିଆ କପ ଫାଇନାଲରେ ଭାରତ-ପାକିସ୍ତାନ ମ୍ୟାଚ ରଦ୍ଦ: ପାକିସ୍ତାନକୁ ଚାମ୍ପିୟନ ଘୋଷଣା, ରାଗରେ ଭାରତ କଲା ଏମିତି…

ନୂଆଦିଲ୍ଲୀ,୨୧।୧୧: ମେନ୍ସ ବ୍ଲାଇଣ୍ଡ କ୍ରିକେଟ ଏସିଆ କପ ୨୦୨୬ର ଫାଇନାଲ ମ୍ୟାଚ ଶୁକ୍ରବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାର ଥିଲା। ହେଲେ ବାଂଲାଦେଶର ଢାକାରେ ଲଗାତାର…

ଏସ୍‌ଏସ୍‌ବି ଜୁନିୟର ଆସିଷ୍ଟାଣ୍ଟ, କ୍ଲର୍କ ପରୀକ୍ଷା ଘୁଞ୍ଚିଲା: ଏହି ଦିନ ହେବ ପରୀକ୍ଷା

ଭୁବନେଶ୍ୱର,୨୧ା୧୧(ସୁଚିସ୍ମିତା ସାହୁ):ବାତ୍ୟା ‘ଅକ୍ୱାନ’ର ପ୍ରଭାବକୁ ଦୃଷ୍ଟିରେ ରଖି ଷ୍ଟେଟ ସିଲେକ୍ସନ ବୋର୍ଡ (ଏସ୍‌ଏସ୍‌ବି) ପକ୍ଷରୁ ଜୁନିୟର ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ ପଦବୀ ପାଇଁ ହେବାକୁ ଥିବା…

ଛୋଟ ସାଥୀକୁ ଗିଳିଦେଲା ବିଶାଳକାୟ ତାରା: ମହାକାଶରେ ବିରଳ ଦୃଶ୍ୟ

ଓ୍ବାଶିଂଟନ,୨୧ା୧୧:ମହାକାଶ ବିଜ୍ଞାନ ଇତିହାସରେ ପ୍ରଥମ ଥର ପାଇଁ ଜ୍ୟୋତିର୍ବିଜ୍ଞାନୀମାନେ ଏକ ବିଶାଳକାୟ ତାରା ନିଜର ଛୋଟ ସାଥୀ ତାରାକୁ ଗିଳିିଦେଇ ନିଜ ଭିତରେ ମିଶାଇଦେବାର ବିରଳ ଘଟଣାକୁ…

ନୂଆ ଇତିହାସ ଲେଖିଲେ କେ.ଏଲ. ରାହୁଲ: ଯାହା କୌଣସି ଭାରତୀୟ ଓପନର୍‌ କରିପାରି ନ ଥିଲେ ତାହା କଲେ ହାସଲ

ଓ୍ବେଲିଂଟନ,୨୧।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନର ବେସିନ ରିଜର୍ଭ ଷ୍ଟାଡିୟମରେ ଖେଳାଯାଉଥିବା ଦୁଇ ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ୍‌ର ପ୍ରଥମ ମୁକାବିଲାର ତୃତୀୟ ଦିନରେ ଚମକିଛନ୍ତି…

୧ ଲକ୍ଷ ୧୫ ହଜାରକୁ ଖସିଲା ସୁନା

ନୂଆଦିଲ୍ଲୀ,୨୧ା୧୧: ସୁନା ଓ ରୁପା ଦରରେ ଲଗାତର ହ୍ରାସ ଜାରି ରହିଛି। ଇଣ୍ଡିଆନ ବୁଲିୟନ ଜୁଏଲର୍ସ ଆସୋସିଏଶନ(ଆଇବିଜେଏ)ର ସୂଚନା ଅନୁଯାୟୀ ଶୁକ୍ରବାର ୧୦ ଗ୍ରାମ (୨୪ କ୍ୟାରେଟ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?