ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା, ୧୬ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ପ୍ରବାହ ସତ୍ତ୍ୱେ କେନ୍ଦ୍ରାପଡ଼ା ଜିଲାର ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା ହୋଇନାହିଁ। ଆଗାମୀଦିନରେ ଲଗାତର ଭାବେ ବର୍ଷା ନ ହେଲେ ଖରିଫ ଚାଷ ପ୍ରଭାବିତ ହେବ। ଏହାଛଡ଼ା ଜିଲା କୃଷି ବିଭାଗ ପକ୍ଷରୁ ଉପତ୍ାଦନକ୍ଷମ ଓ ପାଣି ସହଣି କିସମର ଧାନ ବିହନ ଯୋଗାଣ ହୋଇପାରୁନାହିଁ। ଜିଲା ପାଇଁ ୧୫ ହଜାର କୁଇଣ୍ଟାଲ ବିହନ ଆବଶ୍ୟକ ଥିବାବେଳେ ମାତ୍ର ୨ହଜାର କୁଇଣ୍ଟାଲ ବିଭିନ୍ନ ସୋସାଇଟି ମାଧ୍ୟମରେ ବିକ୍ରୟ ହେଉଛି। ବିହନ ସମସ୍ୟା ସହିତ ଗଜା ମରୁଡିରୁ ଚାଷକୁ ବଞ୍ଚାଇବା ପାଇଁ କେନାଲରେ ଏବେଠାରୁ ପାଣି ଛାଡ଼ିବାକୁ ଚାଷୀମାନେ ଦାବି କରିଛନ୍ତି।
କୃଷକ ନେତା ଗୟାଧର ଧଳ କହିଛନ୍ତି, କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ବ୍ଲକର ୧ଲକ୍ଷ ୨୪ ହଜାର ହେକ୍ଟର କ୍ଷେତରେ ଖରିଫ ଚାଷ ହେବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ପାରମ୍ପରିକ ବିହନ ବାଦ୍‌ ପ୍ରାୟ ୧୫ ହଜାର କୁଇଣ୍ଟାଲ ଆବଶ୍ୟକ। ମାତ୍ର ଜିଲାକୁ ୨ହଜାର କୁଇଣ୍ଟାଲ ବିହନ ଯୋଗାଣ ହୋଇଛି। ଅଧିକ ଅମଳକ୍ଷମ କନକ ପ୍ଲସ, ୧୦୭୫, ଧଳା ସ୍ବର୍ଣ୍ଣ, ଶାରଳା, ସାଧନା, ଖୁସିଆନି ଆଦି ବିହନ ଚାଷୀଙ୍କ ନିକଟରେ ପହଞ୍ଚତ୍ ପାରିନାହିଁ। ସେହିପରି ଅକ୍ଷୟ ତୃତୀୟାଠାରୁ କ୍ଷେତରେ ହଳ ବେଉଷଣ ଆରମ୍ଭ କରି ଚାଷୀ ରଜ ପୂର୍ବରୁ ପାଟ ବା ତଳୁଆ ଅଞ୍ଚଳ କ୍ଷେତରେ ପାରମ୍ପରିକ ବିହନ ବୁଣିଥିଲେ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଚାଷୀ କ୍ଷେତରେ ଧାନ ବୁଣିଥିଲେ ମଧ୍ୟ ପ୍ରବଳ ଖରା ଯୋଗୁ ଏହି ବିହନ ଗଜା ହେବା ସମ୍ଭାବନା କମିଛି। କୃଷକ ନେତା ବିଜୟ କୁମାର ପରିଡା କହିଛନ୍ତି, ଚଳିତବର୍ଷ ସ୍ବଳ୍ପ ବର୍ଷା ଯୋଗୁ ଖରିଫ ଚାଷ ପ୍ରଭାବିତ ହେବା ଆଶଙ୍କା ଘନୀଭୂତ ହେବାରେ ଲାଗିଛି। ମେ ମାସ ଶେଷ ସପ୍ତାହରେ ଖରିଫ ଚାଷ ପାଇଁ କେତେଜଣ ଚାଷୀ କ୍ଷେତକୁ ପାଣି ବୋହି ଧାନ ତଳି ପକାଇଥିଲେ। ଅଦ୍ୟାବଧି ବର୍ଷା ନ ଥିବାରୁ ତଳି ଜମି ଫାଟି ଗଲାଣି। ନଦୀ ଓ କେନାଲ ବନ୍ଧ ନଷ୍ଟ ହୋଇଥିବା ସରକାରୀ ରିପୋର୍ଟ କହୁଛି। ଏସବୁର ମରାମତି ପାଇଁ ଜଳ ସମ୍ପଦ ବିଭାଗ ଆଗଭର ହେଉନାହିଁ। ବିହନ ଓ ସାର ସମସ୍ୟା ଜିଲାରେ ଲାଗିରହିଛି। କେନ୍ଦ୍ରାପଡ଼ା ବ୍ଲକ ଦେପୁରା ଗ୍ରାମର ଚାଷୀ ଜଗଦୀଶ ପତି କହିଛନ୍ତି, ଉପର ଓ ତଳୁଆ ଅଞ୍ଚଳର ପ୍ରାୟ ୧୫ ଏକର ଜମିରେ ଖରିଫ ଚାଷ ପ୍ରତିବର୍ଷ କରିଥାଏ। ଚଳିତ ବର୍ଷ ଜଳ ସମ୍ପଦ ବିଭାଗ ପକ୍ଷରୁ ଚାଲିଥିବା କେନାଲ ମରାମତି କାର୍ଯ୍ୟ ଅଦ୍ୟାବଧି ସରିନାହିଁ। ଏହାକୁ ଆଳ କରି କେନାଲକୁ ପାଣି ଛଡ଼ା ଯାଇନାହିଁ। ସେହିପରି ମୌସୁମୀ ବର୍ଷାକୁ ପୂର୍ବାନୁମାନ କରି ଚାଷୀ ପାଟ ଅଞ୍ଚଳରେ ରଜ ପୂର୍ବରୁ ବିହନ ବୁଣାବୁଣି ସାରିଛନ୍ତି। ବର୍ଷା ଓ କେନାଲ ପାଣି ଅଭାବରୁ ଏହା ନିଶ୍ଚିତ ଭାବେ ଗଜା ମରୁଡି ହେବ। ସେହିପରି ଧାନ ରୁଆ ପାଇଁ ଏବେ ତଳି ସମସ୍ୟା ଦେଖାଦେଇଛି। ବିହନ ଯୋଗାଣ ସମ୍ପର୍କରେ କେନ୍ଦ୍ରାପଡ଼ା ବ୍ଲକ ବଗଡା କୃଷି ସମବାୟ ସମିତି (ପାକ୍ସ)ସଭାପତି ଅକ୍ଷୟ କୁମାର ପାଣି କହିଛନ୍ତି, ଜିଲା କୃଷି ବିଭାଗ ପକ୍ଷରୁ ପାକ୍ସ ଓ ରିଟେଲ ପଏଣ୍ଟକୁ ଚାଷୀଙ୍କ ଖରିଫ ବିହନ ଯୋଗାଣ ହୋଇଛି ବୋଲି କୁହାଯାଉଛି। ତେବେ ମାତ୍ର ଅଳ୍ପ କେତୋଟି କିସମ ବିହନ ବ୍ୟତୀତ ଅଧିକ ଅମଳକ୍ଷମ ବିହନ ଯୋଗାଣ ହୋଇନାହିଁ। ଫଳରେ ଚାଷୀ ବିହନ ପାଇଁ ବିକ୍ରୟ କେନ୍ଦ୍ରରୁ ବାରମ୍ବାର ଫେରୁଛନ୍ତି। ଏ ସମ୍ପର୍କରେ ଜିଲା ମୁଖ୍ୟ କୃଷି ଅଧିକାରୀ କମଳାକାନ୍ତ ପାଣିଗ୍ରାହୀଙ୍କୁ ପଚାରିବାରେ ମୌସୁମୀ ବର୍ଷା ଆରମ୍ଭ ହୋଇଛି। ବିହନ ଯୋଗାଣକୁ ତ୍ୱରାନ୍ବିତ ପାଇଁ ବିଭିନ୍ନ ପ୍ରକ୍ରିୟାକରଣ କେନ୍ଦ୍ର ଓ ବିହନ ନିଗମ ସହ ଯୋଗାଯୋଗ ଚାଲିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?