କୁଆପଥର ମାଡ଼ରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଉମରକୋଟ, ୧୩।୧(ସ୍ବ.ପ୍ର.) କୁଆପଥର ମାଡ଼ରେ କ୍ଷତିଗ୍ରସ୍ତ ହୋଇଛନ୍ତି ଚାଷୀ। ମୂର୍ତ୍ତୃମା ପଞ୍ଚାୟତରେ ୩୦ହେକ୍ଟର ମକାଚାଷରୁ ୧୨ ହେକ୍ଟର, ବକୋଦା, ଇନ୍ଦ୍ରପୁରୀ, ସ୍ବର୍ଣ୍ଣପୁରୀ, ଗୋଟିଗୁଡ଼ା,ଉମର ଗାଁରେ ହୋଇଥିବା ୩୫୦ ହେକ୍ଟର ମକାଚାଷରୁ ୧୬୦ହେକ୍ଟର ମକା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। କୁଆପଥର ବର୍ଷାରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯାଇଛି ବୋଲି ଉମରକୋଟ ମଣ୍ଡଳ କୃଷି ଅଧିକାରୀ ବିଧୁଭୂଷଣ ମହାକୁଡ଼ କହିଛନ୍ତି। ପନିପରିବା ନଷ୍ଟଜନିତ ତଥ୍ୟ ଜାଣିବା ପାଇଁ ଏଏଚ୍‌ଓ ସରୋଜ ସେନାପତିଙ୍କୁ ତାଙ୍କ ଟେଲିଫୋନ ନମ୍ବର ୭୯୭୮୭୬୩୪୭୯ରେ ଯୋଗା ଯୋଗ କରିଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ। ଋଣ କରି ଚାଷୀ ମକାଚାଷ କରିଥିଲେ। ଅନେକ ସ୍ଥାନରେ ଗଛ କଅଁଳ ଅବସ୍ଥାରେ ରହିଥିବା ବେଳେ କେତେ ଜାଗାରେ ମକାଗଛରେ ଫୁଲ ଧରିଥିଲା। ଏହି ସମୟରେ କୁଆପଥର ବର୍ଷା ହୋଇ ସବୁ କିଛି ଉଜାଡ଼ିଦେଇଛି ବୋଲି ଚାଷୀ କହିଛନ୍ତି। ଫୁଲକୋବି, ମଟର, ବିନ୍‌ସ ଫସଲ କରିଥିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଉମରକୋଟ ବ୍ଲକ ଭାମିନି, ଚିକଲପଦର, ମୂର୍ତ୍ତୁମା, ସୁକିଗାଁ, ବୋକଦା, କୋପେନା ପଞ୍ଚାୟତରେ କୁଆପଥର ମାଡ଼ରେ ଫସଲ ବିଶେଷ କ୍ଷତିଗ୍ରସ୍ତ ହୋଇଛି। ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ଏବଂ ବ୍ଲକ ଅଧ୍ୟକ୍ଷ ଲାଇବାନ ଭକ୍ତ କେତେକ ସ୍ଥାନକୁ ଯାଇ କ୍ଷୟକ୍ଷତି ଦେଖି ଚାଷୀଙ୍କ ସହ ଆଲୋଚନା କରିଛନ୍ତି। ଚାଷୀଙ୍କ କ୍ଷୟକ୍ଷତି ବାବଦରେ ଜିଲା ପ୍ରଶାସନ ଓ କୃଷି ବିଭାଗ ଅଧିକାରୀ ଏବଂ ରାଜ୍ୟ ସରକାରଙ୍କୁ ଜଣାଇ ସହାୟତା ରାଶି ଯୋଗାଇଦେବା ପାଇଁ ବ୍ୟବସ୍ଥା କରିବେ ବୋଲି ବିଧାୟକ ଏବଂ ବ୍ଳକ ଅଧ୍ୟକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଉପରେ ଚଢିଗଲା ଟ୍ରକ: ୩ ଘଟଣାସ୍ଥଳରେ ମୃତ, ୯ ଗୁରୁତର ଆହତ

ରାଇଘର,୨୧/୪: ନବରଙ୍ଗପୁର ଜିଲା ରାଇଘର ଥାନା ଅନ୍ତର୍ଗତ ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଓ ଟ୍ରକ ମୁହମୁହି ଧକ୍କା ହେବା ଫଳରେ...

ମାଣ୍ଡିଆ କିଣାର ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ନବରଙ୍ଗପୁର,୨୧।୪,(ସଦାଶିବ ପ୍ରହରାଜ)ନବରଙ୍ଗପୁରରେ କର୍ନାଟକରୁ ଆସିଥିବା ଏକ ମାଣ୍ଡିଆ ବୋଝେଇ ଗାଡ଼ି ଶୁକ୍ରବାର ଜବତ ହୋଇଛି। ଏହାପରେ ଜିଲାରେ ମିଲେଟ ମିଶନ କିପରି କାର୍ଯ୍ୟକାରୀ ହେଉଛି ତାହାକୁ...

ବିଜେଡି ବିଧାୟକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ନାଏବ ସରପଞ୍ଚ

ନବରଙ୍ଗପୁର,୧୨।୪(ସଦାଶିବ ପ୍ରହରାଜ):ଋଣ ଦେବାକୁ କହି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଏସ୍‌ଏଚ୍‌ଜି ମହିଳାଙ୍କୁ ବିଜେଡିରେ ମିଶାଉଥିବା ଅଭିଯୋଗ କରିଛନ୍ତି ନନ୍ଦାହାଣ୍ଡି ବ୍ଲକ ମେଣ୍ଟ୍ରି ପଞ୍ଚାୟତ ନାଏବ...

ମେ’, ଜୁନ୍‌ରେ ୪ ଦିନ ଡ୍ରାଏ ଡେ

ନବରଙ୍ଗପୁର,୭।୪(ସଦାଶିବ ପ୍ରହରାଜ)ନବରଙ୍ଗପୁର ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଅବାଧ, ନିରପେକ୍ଷ, ସ୍ବଚ୍ଛ ଓ ଶାନ୍ତିଶୃଙ୍ଖଳାର ସହିତ ସୁଚାରୁରୂପେ ପରିଚାଳନା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ...

ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା

ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍‌ମିଟ୍‌ କାର୍ଡ ଦେବା...

ଭାଜପା ଲୋକସଭା ପ୍ରାର୍ଥୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ପାପଡ଼ାହାଣ୍ଡି, ୨୮।୩(ସ୍ବପ୍ନଜିତ ପଟ୍ଟନାୟକ)ନବରଙ୍ଗପୁର ଜିଲା ମଇଦଲପୁର ହାଟପଦାଠାରେ ବୁଧବାର ଭାଜପାର ନବରଙ୍ଗପୁର ଲୋକ ସଭା ପ୍ରାର୍ଥୀ ବଳଭଦ୍ର ମାଝିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। ବଳଭଦ୍ର...

ସିସି କ୍ୟାମେରାରେ କାଦୁଅ ଲଗାଇ କରୁଥିଲେ ବ୍ୟାଙ୍କ ଚୋରି: ସାଇରନ ବାଜିବାରୁ…

ଉମରକୋଟ, ୨୨।୩(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହର ମାଁ ପେଣ୍ଡ୍ରାଣୀ ମନ୍ଦିର ନିକଟରେ ଥିବା ଉତ୍କର୍ଷ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କରେ କିଛି ଦୁର୍ବୁତ୍ତ ଲୁଟ୍‌...

ପିଇବା ପାଣି ପାଇଁ ପ୍ରକୃତି ସାହା

ତେନ୍ତୁଳିଖୁଣ୍ଟି,୨୨।୩(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ପାତ୍ରପୁଟ ପଞ୍ଚାୟତ କଳାହାଣ୍ଡି ସୀମାନ୍ତ ପାହାଡ଼ ତଳି ଗାଁ ଝରଣଗୁଡ଼ା। ଗ୍ରାମବାସୀଙ୍କ ପିଇବା ପାଣି ପାଇଁ ପ୍ରକୃତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri