ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି । ହେଲେ ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧୀନରେ ଏବେ ବି ହଜାର ହଜାର ପ୍ୟାକେଟ ଧାନ ବିକ୍ରି ଅପେକ୍ଷାରେ ପଡ଼ି ରହିଛି । ଏହି ପରିପ୍ରେକ୍ଷୀରେ ଅତାବିରା ଜୟ କିଷାନ ଆନ୍ଦୋଳନ କୃଷକ ସଂଗଠନର ସଦସ୍ୟମାନେ ବିକ୍ରି କରି ପାରିନଥିବା ଚାଷୀମାନଙ୍କ ସହ ଧାରଣାରେ ବସିଛନ୍ତି ।

ଜମି ତୁଳନାରେ ଚାଷୀଙ୍କ ସମସ୍ତ ଟୋକନ ପ୍ରଦାନ କରିବା, ଫଲ୍ସ ଏଣ୍ଟ୍ରି କରି ବାହାରେ ବେପାରୀଙ୍କ ଧାନ ବିକ୍ରି, ପ୍ରକୃତରେ ଯେଉଁ ଚାଷୀ ମଣ୍ଡିରେ ବିନା କଟନୀ ଛଟଣୀ ଧାନ ବିକ୍ରି କରିବାକୁ ଅପେକ୍ଷା କରିଛନ୍ତି ସେମାନଙ୍କ ଧାନ ଉଠାଇବାକୁ ଦାବି କରି ଧାରଣାରେ ବସିଛନ୍ତି । ସଂଗଠନର ସଭାପତି ଭଞ୍ଜନ ବାରିକ, ସମ୍ପାଦକ ଜିତୁ ବେହେରା, ବୟୋଜେଷ୍ଠ ଚାଷୀ ଉପଦେଷ୍ଟା ବିରଞ୍ଚି ମହାକୁର, ଶେଷଦେବ ଭୋଇ, ପାଣ୍ଡଵ ପ୍ରଧାନଙ୍କ ସମେତ ବହୁ ଚାଷୀ ଧାରଣାରେ କାର୍ଯ୍ୟାଳୟ ଗେଟ ବନ୍ଦ କରି ଧାରଣାରେ ବସିଛନ୍ତି ।

ମାର୍କେଟ ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ଅଙ୍କିତ ପଣ୍ଡା ଏବଂ ମାର୍କେଟ ଇନଚାର୍ଜ ଅଜୟ ବେହେରା ଧାରଣାରତ ଚାଷୀଙ୍କ ସହ ଆଲୋଚନା କରିଥିଲେ । ତେବେ ଆଲୋଚନା ବିଫଳ ହେବାରୁ ଧାରଣା ଜାରି ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

ଆଦିବାସୀ ନୃତ୍ୟରେ ଦୁଲୁକିଲା ଜନଜାତି ବୈଠକ, ସମ୍ୱର୍ଦ୍ଧିତ ହେଲେ ଛାତ୍ରୀ

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପରିସରରେ ଗୁରୁବାର ବ୍ଲକ ସ୍ତରୀୟ ଜନ ଜାତି ସମ୍ବାଦ ବୈଠକ ଅନୁଷ୍ଠିତ ହୋଇଥିଲା ।ଓଡିଶା ସରକାରଙ୍କ ୨ବର୍ଷ ପୂର୍ତ୍ତି…

କେନ୍ଦ୍ରୀୟ ବିଦ୍ୟାଳୟରେ ବିଦ୍ୟା ପ୍ରବେଶ ଉତ୍ସବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା…

ଭଞ୍ଜନଗର,୨୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଗୁରୁବାର ପ୍ରଥମ ଶ୍ରେଣୀର ବିଦ୍ୟା ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷ ପ୍ରଦୀପ କମାନୁ…

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri