ଗଜା ମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା, ୧୫।୬(ଜଗନ୍ନାଥ ଧଳ) ବୁଧବାର ରଜପର୍ବ ଆରମ୍ଭ ହୋଇଛି। ଓଡ଼ିଶାକୁ ମୌସୁମୀ ପ୍ରବାହ ବିଳମ୍ବ ଯୋଗୁ କେନ୍ଦ୍ରାପଡ଼ା ଜିଲାର ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା ହୋଇନାହିଁ ା ଆଗାମୀ ଦିନରେ ଲଗାତର ଭାବେ ବର୍ଷା ନ ହେଲେ ଖରିଫ ଚାଷ ପ୍ରଭାବିତ ହେବ। ଏହାଛଡା ଜିଲା କୃଷି ବିଭାଗ ପକ୍ଷରୁ ଉପତ୍ାଦନକ୍ଷମ ଓ ପାଣି ସହଣି କିସମର ଧାନ ବିହନ ଯୋଗାଣ ହୋଇ ପାରୁନାହିଁ ା ଜିଲା ପାଇଁ ୧୫ ହଜାର କୁଇଣ୍ଟାଲ ବିହନ ଆବଶ୍ୟକତା ଥିବାବେଳେ ମାତ୍ର ୨ ହଜାର କୁଇଣ୍ଟାଲ ବିଭିନ୍ନ ସୋସାଇଟି ମାଧ୍ୟମରେ ବିକ୍ରୟ ହେଉଛି ା ବିହନ ସମସ୍ୟା ସହିତ ଗଜା ମରୁଡ଼ିରୁ ଚାଷକୁ ବଞ୍ଚାଇବା ପାଇଁ କେନାଲରେ ଏବେଠାରୁ ପାଣି ଛାଡିବାକୁ ଚାଷୀମାନେ ଦାବି ଆରମ୍ଭ କରିଛନ୍ତି ା
କୃଷକନେତା ଗୟାଧର ଧଳ କହିଛନ୍ତି, କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ବ୍ଲକର ୧ଲକ୍ଷ ୫୨ ହଜାର ହେକ୍ଟର କ୍ଷେତରେ ଖରିଫ ଚାଷ ହେବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି ା ପାରମ୍ପରିକ ବିହନ ବାଦ ପ୍ରାୟ ୧୫ ହଜାର କୁଇଣ୍ଟାଲ ବିହନ ଆବଶ୍ୟକ ା ମାତ୍ର ଜିଲାକୁ ୨ ହଜାର କୁଇଣ୍ଟାଲ ବିହନ ଯୋଗାଣ ହୋଇଛି ା ଅଧିକ ଅମଳକ୍ଷମ କନକ ପ୍ଲସ, ୧୦୭୫, ଧଳା ସ୍ବର୍ଣ୍ଣ, ଶାରଳା, ସାଧନା ଖୁସିଆନି ଆଦି ବିହନ ଚାଷୀଙ୍କ ନିକଟରେ ପହଞ୍ଚତ୍ ପାରିନାହିଁ ା ସେହିପରି ଗତ ଅକ୍ଷୟତୃତୀୟାଠାରୁ କ୍ଷେତରେ ହଳ ବେଉଷଣ ଆରମ୍ଭ କରି ଚାଷୀ ରଜ ପୂର୍ବରୁ ପାଟ ବା ତଳୁଆ ଅଞ୍ଚଳ କ୍ଷେତରେ ପାରମ୍ପରିକ ବିହନ ବୁଣିଥିଲେ ା ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଚାଷୀ କ୍ଷେତରେ ଧାନ ବୁଣିଥିଲେ ମଧ୍ୟ ପ୍ରବଳ ଖରା ଯୋଗୁ ଏହି ବିହନ ଗଜା ହେବା ସମ୍ଭାବନା କମିଛି ା କୃଷକ ନେତା ବିଜୟ କୁମାର ପରିଡା କହିଛନ୍ତି, ଚଳିତବର୍ଷ ସ୍ବଳ୍ପ ବର୍ଷା ଯୋଗୁ ଖରିଫ ଚାଷ ପ୍ରଭାବିତ ହେବା ଆଶଙ୍କା ଘନୀଭୂତ ହେବାରେ ଲାଗିଛି ା ଗତ ମେ’ ମାସ ଶେଷ ସପ୍ତାହରେ ଖରିଫ ଚାଷ ପାଇଁ କେତେକ ଚାଷୀ କ୍ଷେତକୁ ପାଣି ବୋହି ଧାନ ତଳି ପକାଇଥିଲେ ା ଅଦ୍ୟାବଧି ବର୍ଷା ନ ଥିବାରୁ ତଳି ଜମି ଫାଟିଗଲାଣି ା ନଦୀ ଓ କେନାଲ ବନ୍ଧ ନଷ୍ଟ ହୋଇଥିବା ସରକାରୀ ରିପୋର୍ଟ କହୁଛି ା ଏସବୁର ମରାମତି ପାଇଁ ଜଳ ସମ୍ପଦ ବିଭାଗ ଆଗଭର ହେଉନାହିଁ। ବିହନ ଓ ସାର ସମସ୍ୟା ଏହି ଜିଲାରେ ଲାଗିରହିଛି ବୋଲି ସେ ମତ ଦେଇଛନ୍ତି ା କେନ୍ଦ୍ରାପଡା ବ୍ଲକ ଦେପୁରା ଗ୍ରାମର ଜଣେ ଚାଷୀ କୁହନ୍ତି, ଉପର ଓ ତଳୁଆ ଅଞ୍ଚଳର ପ୍ରାୟ ୧୫ ଏକର ଜମିରେ ଖରିଫ ଚାଷ ପ୍ରତିବର୍ଷ କରିଥାନ୍ତି ା ଚଳିତ ବର୍ଷ ଜଳ ସମ୍ପଦ ବିଭାଗ ପକ୍ଷରୁ ଚାଲିଥିବା କେନାଲ ମରାମତି କାର୍ଯ୍ୟ ଅଦ୍ୟାବଧି ସରିନାହିଁ ା ଏହାକୁ ଆଳ କରି କେନାଲକୁ ପାଣି ଛଡା ଯାଇନାହିଁ ା ସେହିପରି ମୌସମୀ ବର୍ଷାକୁ ପୂର୍ବାନୁମାନ କରି ଚାଷୀ ପାଟ ଅଞ୍ଚଳରେ ରଜ ପୂର୍ବରୁ ବିହନ ବୁଣାବୁଣି ସାରିଛନ୍ତି ା ବର୍ଷା ଓ କେନାଲ ପାଣି ଅଭାବରୁ ଏହା ନିଶ୍ଚିତ ଭାବେ ଗଜା ମରୁଡି ହେବ ା ସେହିପରି ଧାନ ରୁଆ ପାଇଁ ଏବେ ତଳି ସମସ୍ୟା ଦେଖାଦେଇଛି ା ବିହନ ଯୋଗାଣ ସମ୍ପର୍କରେ କେନ୍ଦ୍ରାପଡ଼ା ବ୍ଲକ ବଗଡା କୃଷି ସମବାୟ ସମିତି ସଭାପତି ଅକ୍ଷୟ କୁମାର ପାଣି କହିଛନ୍ତି, ଜିଲା କୃଷି ବିଭାଗ ପକ୍ଷରୁ ପାକ୍ସ ଓ ରିଟେଲ ପଏଣ୍ଟକୁ ଖରିଫ ବିହନ ଯୋଗାଣ ହୋଇଛି ବୋଲି କୁହାଯାଉଛି ା ମାତ୍ର ଅଳ୍ପ କେତୋଟି କିସମ ବିହନ ବ୍ୟତୀତ ଅଧିକ ଅମଳକ୍ଷମ ବିହନ ଯୋଗାଣ ହୋଇନାହିଁ ା ଫଳରେ ଚାଷୀ ବିହନ ପାଇଁ ବିକ୍ରୟ କେନ୍ଦ୍ରରୁ ବାରମ୍ବାର ଫେରୁଛନ୍ତି ା ଜିଲା କୃଷି ଅଧିକାରୀ ହିମାଂଶୁ ମୋହନ ମିଶ୍ର କହିଛନ୍ତି, ବର୍ଷା ଆସିବାରେ ବିଳମ୍ବ ହୋଇଛି ା ତେବେ ଚାଷ ପାଇଁ ଏହା ବାଧକ ହେବ ନାହିଁ ା ବିହନ ଯୋଗାଣକୁ ତ୍ୱରାନ୍ବିତ ପାଇଁ ବିଭିନ୍ନ ପ୍ରକ୍ରିୟାକରଣ କେନ୍ଦ୍ର ଓ ବିହନ ନିଗମ ସହିତ ଯୋଗାଯୋଗ ଚାଲିଛି ା


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri