ଧାନ ବିକ୍ରି ଚିନ୍ତାରେ ଚାଷୀ

ବାଲେଶ୍ୱର ଅଫିସ, ୭।୬-ଚଳିତବର୍ଷ ଅମଳ ହୋଇଥିବା ରବି ଧାନ କିଣିବା ସହିତ ଚାଷୀଙ୍କୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ୬ ଦଫା ସମ୍ବଳିତ ଏକ ଦାବିପତ୍ର ରବିବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଇମେଲ୍‌କୁ ପଠାଯାଇଛି। ଅକାମୀ ହୋଇଥିବା ଟୋକନଗୁଡ଼ିକୁ ସଚଳ କରିବା, ଟୋକନ ପାଇ ନ ଥିବା ଚାଷୀଙ୍କୁ ଟୋକନ ଦେବା, ଚାଷୀ ଯେଉଁ ଧାନ ଉପତ୍ାଦନ କରିଛି ତାହାକୁ କିଣିବା, କଟନୀଛଟ୍‌ନୀ ବନ୍ଦ କରିବା, ଅଖାର ବୋଝ ଚାଷୀଙ୍କୁ ନ ଦେଇ ମିଲରକୁ ଭରଣା କରିବାକୁ ବାଧ୍ୟ କରିବା ଆଦି ଦାବି ଅନ୍ତର୍ଭୁକ୍ତ। ସରକାର ଯଦି ତୁରନ୍ତ ପଦକ୍ଷେପ ନ ନିଅନ୍ତି, ତେବେ ଜିଲାର ସମସ୍ତ ମଣ୍ଡି ଏବଂ ବ୍ଲକ ଅଫିସ ସାମ୍ନାରେ ଚାଷୀମାନେ ଶାନ୍ତିପୂର୍ଣ୍ଣ ଭାବରେ ଆନ୍ଦୋଳନ କରିବାକୁ ବାଧ୍ୟ ହେବେ ବୋଲି ଜିଲା କଂଗ୍ରେସ ସଭାପତି ସଞ୍ଜୀବ ଗିରି ଗିରି ଚେତାବନୀ ଦେଇଛନ୍ତି।
ଦାବିପତ୍ରରେ ଦର୍ଶାଯାଇଛି ଯେ, ଚଳିତବର୍ଷ ରବିଧାନ ଫସଲ ଫଳେଇବା ପାଇଁ ଚାଷୀ କମ୍‌ କଷ୍ଟ କରିନାହଁି। ଧାନ ଅମଳ ବେଳକୁ ମାଡ଼ି ଆସିଲା କାଳବୈଶାଖୀ। ପାଚିଲା ଧାନକୁ ପାଣିରୁ ଛାଣି ଆଣି ଅମଳ କରିବା ଓ ତାକୁ ଶୁଖାଇବା ପାଇଁ ଚାଷୀ ନୟାନ୍ତ ହୋଇପଡିଛି। ଏହାପରେ ଆସିଲା ବାତ୍ୟା ‘ୟାସ୍‌’। ଅମଳ ଧାନକୁ ସୁରକ୍ଷିତ ରଖିବା ପାଇଁ ଚାଷୀଙ୍କୁ ନାନା ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ଏବେ ଚାଷୀଙ୍କୁ ଘାରିଛି ଧାନ ବିକ୍ରି ଚିନ୍ତା। ଆକଳନ ମୁତାବକ ଟାର୍ଗେଟ୍‌ ଆସିଲା ନାହଁି। ସବୁ ଧାନ କିଣାଯିବ ନାହଁି ବୋଲି ସରକାର ନିଷ୍ପତ୍ତି ଶୁଣାଇଛନ୍ତି। ଟୋକନ ପହଞ୍ଚତ୍ବା ପରେ ଚାଷୀ ଅମଳ କରିଥିବା ଧାନର ଏକ ତୃତୀୟାଂଶ ମାତ୍ର ଦର୍ଶାଯାଇଥିଲା। ଟୋକନ ନେଇ ମଣ୍ଡିକୁ ଗଲାବେଳକୁ ମିଲ୍‌ ବାଲା ଆସିଲେ ନାହିଁ। ଫଳରେ ଅନେକ ଚାଷୀଙ୍କ ଟୋକନ ଅକାମୀ ହୋଇଗଲା। ଆଗରୁ ଟୋକନ ବ୍ୟବସ୍ଥା ମାସେ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ କରୁଥିଲା। ମାତ୍ର ଏବେ ତାକୁ ୧୫ଦିନ ପରେ ଅକାମୀ କରିଦିଆଯାଉଛି। ସେହି ସମୟ ଭିତରେ ଚାଷୀ ମଣ୍ଡିରେ ଧାନ ବିକ୍ରି କରି ନ ପାରିଲେ ଟୋକନ ଅକାମୀ। ଅନେକ ଚାଷୀଙ୍କ ପାଖରେ ଏବେ ସୁଦ୍ଧା ମେସେଜ ପହଞ୍ଚତ୍ନାହଁି। କେବେ ଧାନ ସେମାନେ ମଣ୍ଡିରୁ ନେବେ ତାର ଠିକ୍‌ ଠିକଣା ନାହଁି। ଫଳରେ କେବେ ଧାନ ମପା ହେବ ସେ ବିଷୟରେ ଜାଣିବା ପାଇଁ ଚାଷୀ ମଣ୍ଡିକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…

ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ...

ଭାଇରାଲ ହେଉଛି ସେଜଲଙ୍କ ମା’ଙ୍କ ହାତଲେଖା ଚିଠି, ଏଥିରେ ଲେଖିଛନ୍ତି ସବୁଠୁ ବଡ଼ ଦୁଃଖ ସମୟରେ ମୁଁ ତୁମ…

ବାଲେଶ୍ୱର,୧ା୧୨: ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ଏଥିରେ ସେ ଲେଖିଛନ୍ତି, ତୁମେ ଚାଲିଯାଉଥିବାରୁ ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି।...

ମହିଳା ଜନଶୁଣାଣି କାର୍ଯ୍ୟକ୍ରମ: ଶୁଣାଣି କଲେ ରାଷ୍ଟ୍ରୀୟ ମହିଳା ଆୟୋଗ ସଦସ୍ୟା

ବାଲେଶ୍ୱର, ୨୭।୧୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାପାଳଙ୍କ ଅଡିଟରିୟମ ହଲରେ ଗୁରୁବାରଏକ ଦିବସୀୟ ମହିଳା ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri