ଧାନ ବିକ୍ରି ଚିନ୍ତାରେ ଚାଷୀ

ବାଲେଶ୍ୱର ଅଫିସ, ୭।୬-ଚଳିତବର୍ଷ ଅମଳ ହୋଇଥିବା ରବି ଧାନ କିଣିବା ସହିତ ଚାଷୀଙ୍କୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ୬ ଦଫା ସମ୍ବଳିତ ଏକ ଦାବିପତ୍ର ରବିବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଇମେଲ୍‌କୁ ପଠାଯାଇଛି। ଅକାମୀ ହୋଇଥିବା ଟୋକନଗୁଡ଼ିକୁ ସଚଳ କରିବା, ଟୋକନ ପାଇ ନ ଥିବା ଚାଷୀଙ୍କୁ ଟୋକନ ଦେବା, ଚାଷୀ ଯେଉଁ ଧାନ ଉପତ୍ାଦନ କରିଛି ତାହାକୁ କିଣିବା, କଟନୀଛଟ୍‌ନୀ ବନ୍ଦ କରିବା, ଅଖାର ବୋଝ ଚାଷୀଙ୍କୁ ନ ଦେଇ ମିଲରକୁ ଭରଣା କରିବାକୁ ବାଧ୍ୟ କରିବା ଆଦି ଦାବି ଅନ୍ତର୍ଭୁକ୍ତ। ସରକାର ଯଦି ତୁରନ୍ତ ପଦକ୍ଷେପ ନ ନିଅନ୍ତି, ତେବେ ଜିଲାର ସମସ୍ତ ମଣ୍ଡି ଏବଂ ବ୍ଲକ ଅଫିସ ସାମ୍ନାରେ ଚାଷୀମାନେ ଶାନ୍ତିପୂର୍ଣ୍ଣ ଭାବରେ ଆନ୍ଦୋଳନ କରିବାକୁ ବାଧ୍ୟ ହେବେ ବୋଲି ଜିଲା କଂଗ୍ରେସ ସଭାପତି ସଞ୍ଜୀବ ଗିରି ଗିରି ଚେତାବନୀ ଦେଇଛନ୍ତି।
ଦାବିପତ୍ରରେ ଦର୍ଶାଯାଇଛି ଯେ, ଚଳିତବର୍ଷ ରବିଧାନ ଫସଲ ଫଳେଇବା ପାଇଁ ଚାଷୀ କମ୍‌ କଷ୍ଟ କରିନାହଁି। ଧାନ ଅମଳ ବେଳକୁ ମାଡ଼ି ଆସିଲା କାଳବୈଶାଖୀ। ପାଚିଲା ଧାନକୁ ପାଣିରୁ ଛାଣି ଆଣି ଅମଳ କରିବା ଓ ତାକୁ ଶୁଖାଇବା ପାଇଁ ଚାଷୀ ନୟାନ୍ତ ହୋଇପଡିଛି। ଏହାପରେ ଆସିଲା ବାତ୍ୟା ‘ୟାସ୍‌’। ଅମଳ ଧାନକୁ ସୁରକ୍ଷିତ ରଖିବା ପାଇଁ ଚାଷୀଙ୍କୁ ନାନା ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ଏବେ ଚାଷୀଙ୍କୁ ଘାରିଛି ଧାନ ବିକ୍ରି ଚିନ୍ତା। ଆକଳନ ମୁତାବକ ଟାର୍ଗେଟ୍‌ ଆସିଲା ନାହଁି। ସବୁ ଧାନ କିଣାଯିବ ନାହଁି ବୋଲି ସରକାର ନିଷ୍ପତ୍ତି ଶୁଣାଇଛନ୍ତି। ଟୋକନ ପହଞ୍ଚତ୍ବା ପରେ ଚାଷୀ ଅମଳ କରିଥିବା ଧାନର ଏକ ତୃତୀୟାଂଶ ମାତ୍ର ଦର୍ଶାଯାଇଥିଲା। ଟୋକନ ନେଇ ମଣ୍ଡିକୁ ଗଲାବେଳକୁ ମିଲ୍‌ ବାଲା ଆସିଲେ ନାହିଁ। ଫଳରେ ଅନେକ ଚାଷୀଙ୍କ ଟୋକନ ଅକାମୀ ହୋଇଗଲା। ଆଗରୁ ଟୋକନ ବ୍ୟବସ୍ଥା ମାସେ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ କରୁଥିଲା। ମାତ୍ର ଏବେ ତାକୁ ୧୫ଦିନ ପରେ ଅକାମୀ କରିଦିଆଯାଉଛି। ସେହି ସମୟ ଭିତରେ ଚାଷୀ ମଣ୍ଡିରେ ଧାନ ବିକ୍ରି କରି ନ ପାରିଲେ ଟୋକନ ଅକାମୀ। ଅନେକ ଚାଷୀଙ୍କ ପାଖରେ ଏବେ ସୁଦ୍ଧା ମେସେଜ ପହଞ୍ଚତ୍ନାହଁି। କେବେ ଧାନ ସେମାନେ ମଣ୍ଡିରୁ ନେବେ ତାର ଠିକ୍‌ ଠିକଣା ନାହଁି। ଫଳରେ କେବେ ଧାନ ମପା ହେବ ସେ ବିଷୟରେ ଜାଣିବା ପାଇଁ ଚାଷୀ ମଣ୍ଡିକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?