ଧାନ ପରେ ମୁଗ, ବିରି ଫସଲ ନଷ୍ଟ: ଚିନ୍ତାରେ ଚାଷୀ

ବେଲଗୁଣ୍ଠା,୩।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଧାନ ଚାଷ ଉପରେ ନିର୍ଭର କରୁଥିବା ବେଲଗୁଣ୍ଠା ଅଞ୍ଚଳର ଚାଷୀମାନଙ୍କୁ ପୁଣି ଥରେ ପଡ଼ିଛି ଏକ ପ୍ରହାର ଯାହା ଫଳରେ ଭାଙ୍ଗିଯାଇଛି ବାସ୍ତବରେ ଚାଷୀର ମେରୁଦଣ୍ଡ। ଚାଷୀମାନେ ଧାନ ଚାଷରେ ବିଶେଷ ଲାଭ ନହେବା ଯୋଗୁ ମୁଗ କିମ୍ବା ବିରି ଭଳି ଡାଲି ଜାତୀୟ ଫସଲରେ ଯେଉଁ ଲାଭାଂଶ ଆସେ ତାହା ଦୁଃଖ କଷ୍ଟରେ ଚାଷୀ ପରିବାରକୁ ଗୁଜୁରାଣ ମେଣ୍ଟାଇଥାଏ। କିନ୍ତୁ ବର୍ତ୍ତମାନର ପରିବର୍ତ୍ତିତ ପାଣିପାଗ ଧାନ ଚାଷକୁ କ୍ଷତି କରିବା ସହିତ ଯେଉଁ ଆଶା ଟିକକ ଥିଲା ଡାଲି ଜାତୀୟ ଫସଲରେ ସାମାନ୍ୟତମ ଲାଭ ପାଇବା ପରିବାରକୁ ଗୁଜୁରାଣ ମେଣ୍ଟାଇବା ପାଇଁ ତାହା ମଧ୍ୟ ଧୂଳିସାତ ହୋଇଛି। ଚାଷୀ ପାଇଁ ବୋଝ ଉପରେ ଲଳିତା ବିଡ଼ା ସଦୃଶ୍ୟ। ବର୍ତ୍ତମାନ ସ୍ଥିତିରେ ବେଲଗୁଣ୍ଠା ନିକଟସ୍ଥ ବିଭିନ୍ନ ଅଞ୍ଚଳରେ ଚାଷୀ ମୁଗ ଏବଂ ବିରି ପରିବର୍ତ୍ତିତ ପାଣିପାଗ ପାଇଁ କିଛି ଫସଲ ହଳଦିଆ ହୋଇ ମରି ଗଲାଣି ତ ଆଉ କିଛି ପଚିସଢ଼ି ଗଲାଣି। ଫଳରେ ଡାଲି ଜାତୀୟ ଫସଲରେ କ୍ଷତି ସମ୍ଭାବନା ତିଆରି ହୋଇଛି। ଆଉ ଯଦି ଏହା ହୁଏ ତା’ହେଲେ ଚାଷୀ କୁଳ ଏଥିରେ ବହୁମାତ୍ରାରେ ପ୍ରଭାବିତ ହେବେ। ରାଷ୍ଟ୍ରୀୟ କିଷାନ ମଜଦୂର ମହାସଂଘର ପ୍ରବକ୍ତା ସ୍ବସ୍ତିକ ସୁନ୍ଦର ଅତ୍ୟନ୍ତ କ୍ଷୋଭର ସହକାରେ ସ୍ଥାନୀୟ ଜନପ୍ରତିନିଧି ଓ ପ୍ରଶାସନକୁ ଏହା ଉପରେ ଦୃଷ୍ଟି ଦେବା ପାଇଁ ଅନୁରୋଧ କରିଛନ୍ତି। ଏବଂ ଯଥାଶୀଘ୍ର ପଦେକ୍ଷପ ନେବାକୁ ଅଞ୍ଚଳରେ ଦାବି ଉଠିଛି। ନହେଲେ ଆଗାମୀ ଦିନରେ ଚାଷୀମାନେ ନିଜ ଅଧିକାର ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ରାଷ୍ଟ୍ରୀୟ କିଷାନ ମଜଦୁର ମହାସଂଘ ରାଜ୍ୟ
ସଭାପତି ସଚିନ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?