ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି ରହିଥିବାରୁ ଚାଷୀଙ୍କ ପୁଞ୍ଜିଭୂତ ଅସନ୍ତୋଷ ଆନ୍ଦୋଳନର ରୂପ ନେଇଛି l ସମିତି ଅଧୀନ ଚାଷୀମାନେ ଶୁକ୍ରବାର ସକାଳେ ଧାନବସ୍ତା ରଖି ଭଦ୍ରକ -ଚାନ୍ଦବାଲି ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତି l ସମିତି ପରିଚାଳନା କମିଟି ସଭାପତି ବସନ୍ତ ନାୟକ ଓ କର୍ମକର୍ତ୍ତାଙ୍କ ସମେତ ଚାଷୀମାନେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି l ତେବେ ରାସ୍ତା ଅବରୋଧ ହେବାର ୪ଘଣ୍ଟା ପରେ ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ ଓ ବ୍ଲକ ଯୋଗାଣ ନିରୀକ୍ଷକ ପ୍ରୀତିଶ ସାମଲ ରାସ୍ତାରୋକୋସ୍ଥଳରେ ପହଞ୍ଚି ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ଚାଷୀ ନେତା ମୁକ୍ତିକାନ୍ତ ନାୟକ ଓ ରାଜନଗର ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ଆନନ୍ଦ ଚନ୍ଦ୍ର ପାଣି ଦର୍ଶାଇଥିଲେ ଯେ, ମଣ୍ଡିରୁ ବିଗତ ୧୫ଦିନ ମଧ୍ୟରେ ମିଲର ଧାନ ଉଠାଇ ନାହାନ୍ତି l ଯାହାଫଳରେ ଚାଷୀ ଧାନ ବିକି ବି ପ୍ରାପ୍ୟ ପାଇ ପାରୁନାହାନ୍ତି l ଧାନ ବସ୍ତା ଖରା କାକରରେ ପଡ଼ି ରହିଥିଲେ ମଧ୍ୟ ମିଲରମାନେ ଏଥିପ୍ରତି ଦୃଷ୍ଟି ନ ଦେବା ପରିତାପର ବିଷୟ ହୋଇଛି l

ଅନ୍ୟମାନଙ୍କ ମଧ୍ୟରେ ପୀରହାଟ ଥାନା ଆଇଆଇସି ରୋଜାଲିନ ବେହେରା, ସମିତି ସମ୍ପାଦକ ମନୋରଞ୍ଜନ ବଳ, ପୂର୍ବତନ ସରପଞ୍ଚ ସୁଦର୍ଶନ ବିଶ୍ୱାଳ, ପୂର୍ବତନ ସମିତି ସମ୍ପାଦକ ସୁଦର୍ଶନ ସ୍ବାଇଁ, ବିଚିତ୍ର ବଳ, ସନ୍ଥ ଚରଣ ବିଶ୍ୱାଳ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ତହସିଲଦାର ଆଚାର୍ଯ୍ୟ ଶୁକ୍ରବାର ୨ଟି ଓ ଅନ୍ୟଦିନରେ ଗୋଟିଏ ବଡ଼ ଟ୍ରକ ସହାୟତାରେ ଧାନବସ୍ତା ଉଠାଇବା ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରିକୁ ନେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri