ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ)
ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ ସମୟରେ ଚାଷୀ ତା’ର ଅମଳ ଧାନକୁ କାଟି ମଣ୍ଡିରେ ନେଇ ବିକ୍ରି କରିଥାନ୍ତା, ସେହି ସମୟରେ ଧାନ ବିଲରେ ପାଣିରେ ପଡ଼ିରହିଛି ଏକର ଏକର ଧାନ। ଜମିରେ କଟା ହୋଇ ପଡ଼ିରହିଥିବା ଧାନ ଉଠାଇବା ଚାଷୀଙ୍କ ପକ୍ଷେ ସମ୍ଭବ ହେଉନି। ଏଭଳି ସ୍ଥିତିରେ ଫସଲ ପାଇଁ ଋଣ ଆଣିଥିବା ଚାଷୀମାନେ, ଋଣ ଭାର ପରିଶୋଧ କରିବା ସେମାନଙ୍କ ପକ୍ଷେ ସମ୍ଭବ ନୁହେଁ ବୋଲି କହିଛନ୍ତି। ଧାନ ସବୁ ବର୍ଷାପାଣିରେ ଭିଜି ଥିବାରୁ ଗଜା ହୋଇ ଆଉ ସେଥିରୁ କିଛି ଆଦାୟ ହେବ ନାହିଁ ବୋଲି ଚାଷୀମାନେ ଆଶଙ୍କା କରିଛନ୍ତି। ଚାଷୀ ବର୍ଷକର ଆହାର ହରାଇବା ଭୟରେ ଦୁଃଖରେ ଭାଙ୍ଗି ପଡିଛି। ଅନ୍ୟପଟେ ଚଳିତ ବର୍ଷ ରାଜ୍ୟ ସରକାର କେବଳ ଏଫ୍‌ଏକ୍ୟୁ ମାନର ଧାନ ହିଁ କିଣିବେ ବୋଲି ସ୍ପଷ୍ଟ କରିଛନ୍ତି। ଯାହା ଏବେ ଅଦିନିଆ ବର୍ଷା ଯୋଗୁ ଚାଷୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଖୋର୍ଦ୍ଧା ଜିଲାର ବାଣପୁର, ଜଟଣୀ ଏବଂ ନିରାକାରପୁର ଅଞ୍ଚଳର ବହୁ ଚାଷୀଙ୍କ ଜମିରେ ପାଣି ଜମି ରହିଥିବାରୁ ଧାନ ଉଠିପାରୁ ନାହିଁ। ଫଳରେ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ଏଥିପ୍ରତି ସରକାର ଦୃଷ୍ଟି ଦେବା ସହ ସହାୟତା ପାଇଁ ସାଧାରଣରେ ଦାବି ହେଉଛି।
ହାତୀଙ୍କ ଉପଦ୍ରବ ଏବଂ ବର୍ଷା ନିରାକାରପୁର ଅଞ୍ଚଳର ଚାଷୀଙ୍କ ଚିନ୍ତା ବଢ଼ାଇଛି। ହାତୀପଲ ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେବା ସହ ଲୋକଙ୍କ ବାରି ଏବଂ କ୍ଷେତରେ ପଶି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରୁଛନ୍ତି। ବର୍ଷକର ଆହାରକୁ କିଭଳି ହାତୀଦାଉରୁ ରକ୍ଷା କରିବେ ସେ ନେଇ ପାଳିକରି କ୍ଷେତରେ ଜଗି ରହୁଥିବା ବେଳେ ବର୍ଷା ସବୁ ଉଜାଡ଼ିଦେଲା ବୋଲି ଚାଷୀମାନେ କହିଛନ୍ତି। ସତ୍ୟାନନ୍ଦ ପ୍ରଧାନଙ୍କ ଦେଢ଼ ଏକର ଜମିର ୫ଶହରୁ ଊର୍ଦ୍ଧ୍ୱ ଥିବା କଳେଇ ଗଦାକୁ ହାତୀ ଖାଇଦେଇଥିବା ଅଭିଯୋଗ ହୋଇଛି। ସେହପରି ରଙ୍କ ପ୍ରଧାନ, ରମେଶ ମହାପାତ୍ର, ସନାତନ ସାମନ୍ତରାୟଙ୍କ କଳେଇ ମଧ୍ୟ ହାତୀପଲ ଖାଇଦେଇଥିବା ଜଣାପଡ଼ିଛି। ଏଭଳି ସ୍ଥିତିରେ କ’ଣ କରିବୁ ଭାବି ଆଖିକୁ ନିଦ ନାହିଁ ବୋଲି ଚାଷୀ ସତ୍ୟାନନ୍ଦ ପ୍ରଧାନ କହିଛନ୍ତି। ବନ ବିଭାଗ ଓ କୃଷି ବିଭାଗ ପକ୍ଷରୁ ତଦନ୍ତ କରାଯାଇ କ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତା ଯୋଗାଇଦେବା ଲାଗି ଦାବି ହେଉଛି। ସେହିପରି ଜଟଣୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର କ୍ଷେତରେ ବର୍ଷାପାଣି ଜମି ରହିଥିବାରୁ ଧାନ ଗଜା ହେବା ନେଇ ଆଶଙ୍କା ଦେଖାଦେଇଛି। ବ୍ଲକ ପ୍ରଶାସନ ସୂଚନା ମୁତାବକ, ଜଟଣୀ ବ୍ଲକରେ ମୋଟ୍‌ ୬୫୫୩ ହେକ୍ଟର ଚାଷଜମି ମଧ୍ୟରୁ ୧୪୭ ହେକ୍ଟର ଜମିରେ ଧାନ ରହିଥିବା ବେଳେ ୧୩୨ ହେକ୍ଟର ଧାନ କଟାଯାଇଛି। ୩୨୦ ହେକ୍ଟର ଜମିରୁ ଧାନକାଟି ଚାଷୀ ସୁରକ୍ଷିତ ସ୍ଥାନରେ ରଖିଛନ୍ତି। ଅଧିକାଂଶ ସ୍ଥାନରେ ହୋଇଥିବା ପନିପରିବା ଚାଷ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଅନ୍ୟପଟେ ପଦନପୁର ପଞ୍ଚାୟତରେ ୭ରୁ ୮ଏକର ଧାନକ୍ଷେତ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ସେହିପରି ବାଣପୁର ବ୍ଲକ ଅଞ୍ଚଳର ଚାଷଜମିରେ ପାଣି ଜମି ରହିଥିବା ବେଳେ ପାଚିଲା ଧାନ ତଳେ ପଡିଯିବାରୁ ଗଜା ହେବାକୁ ବସିଲାଣି । ସେପଟେ ଲଗାଣ ବର୍ଷା ଚାଷକୁ ପ୍ରଭାବିତ କରିଥିବା ବେଳେ ସରକାରୀ ସହାୟତା ଯୋଗାଇଦେବାକୁ ଚାଷୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିନ ଆଲେନଙ୍କ ବିସ୍ଫୋରକ ଶତକ: ଟି୨୦ ବିଶ୍ୱକପ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

କୋଲକାତା,୪।୩: ନ୍ୟୁଜିଲାଣ୍ଡ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ…

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ୧୭୦ ରନ୍‌ ଟାର୍ଗେଟ୍‌ ଦେଲା ଦକ୍ଷିଣ ଆଫ୍ରିକା

କୋଲକାତା,୪।୩: ଟି୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍‌ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri