ସ୍କୁଲରେ ହେବ ପରିବାଚାଷ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ମଧ୍ୟାହ୍ନ ଭୋଜନର ଗୁଣବତ୍ତା ବୃଦ୍ଧି ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ତେଣୁ ଏଣିକି ସ୍କୁଲ ପରିସରରେ ପନିପରିବା ଚାଷ ହେବ। ସ୍କୁଲ କର୍ତ୍ତୃପକ୍ଷ ପରିବା ଚାଷ କରିବେ। ଉତ୍ପାଦିତ ପନିପରିବାରେ ହିଁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେବ। ଏଥିପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି କିଚେନ ଗାର୍ଡେନ କନସେପ୍ଟ। ଏହି ନୂଆ ଯୋଜନା ଅନୁସାରେ ରାଜ୍ୟର ୪୩ ହଜାର ସ୍କୁଲକୁ ୫ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଇଥିବା ମଧ୍ୟାହ୍ନ ଭୋଜନ ଯୋଜନାର ରାଜ୍ୟ ନୋଡାଲ ଅଫିସର ଗଙ୍ଗାଧର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂତନ ଶିକ୍ଷା ନୀତି ଆଧାରରେ ଛାତ୍ରୀଛାତ୍ରଙ୍କୁ କୃଷି ଜ୍ଞାନ ପାଇବା ପାଇଁ ଏହା କରାଯାଇଛି। ମଧ୍ୟାହ୍ନ ଭୋଜନ ଅନ୍ତର୍ଗତ ଏହି ଯୋଜନାରେ ସ୍କୁଲ କର୍ତ୍ତୃପକ୍ଷ ଏବଂ ଛାତ୍ରୀଛାତ୍ର ମିଶି ପନିପରିବା ଚାରା ଲଗାଇବେ। ଜିଲା ଉଦ୍ୟାନ କୃଷି ବିଭାଗ ପକ୍ଷରୁ କିଟ୍‌ ଓ ବୈଷୟିକ ସହାୟତା ପ୍ରଦାନ କରାଯିବ। ଏଥିପାଇଁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହେବ। ବର୍ତ୍ତମାନ ସ୍କୁଲ ବନ୍ଦ ରହିଛି। ତେଣୁ କେବଳ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଅମୃତଭଣ୍ଡା, ଟମାଟୋ, ଲେମ୍ବୁ ଭଳି ବିଭିନ୍ନ ପନିପରିବା ଚାରା ଲଗାଇବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?