Posted inଜାତୀୟ

ଫାରୁକ ଅବଦୁଲ୍ଲା-ମେହବୁବା ସବୁଠାରୁ ବଡ ଦେଶଭକ୍ତ, କହିଲେ ଯଶଓ୍ବନ୍ତ…

ଶ୍ରୀନଗର, ୯।୭ : ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ସମର୍ଥନ ସଂଗ୍ରହ ପାଇଁ ଶନିବାର ଜମ୍ମୁ-କଶ୍ମୀରରେ ପହଞ୍ଚଛନ୍ତି। ଗଣମାଧ୍ୟମ ସାମ୍ନାରେ ସିହ୍ନା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଏବଂ ମେହବୁବା ମୁଫତିଙ୍କୁ ସବୁଠାରୁ ବଡ ଦେଶଭକ୍ତ ବୋଲି କହିଛନ୍ତି। ନ୍ୟାଶନାଲ କନଫରେନ୍ସ ଏବଂ ପିପୁଲ୍ସ ଡେମୋକ୍ରାଟିକ ପାର୍ଟିର ନେତାଙ୍କ ଉପସ୍ଥିତିରେ ସେ ଏଭଳି କହିଛନ୍ତି। ସେ କହିଛନ୍ତି ଏଠାରେ ଉପସ୍ଥିତ ଥିବା ସମସ୍ତ ଲୋକଙ୍କ ମଧ୍ୟରୁ ଫାରୁକ ସାହେବ, ମେହବୁବା ଜୀଙ୍କଠାରେ ଅଧିକ ଦେଶଭକ୍ତ ଭାବନା ରହିଛି। ଯଦି ଏହି ଲୋକମାନେ ଦେଶପ୍ରେମୀ ନୁହଁନ୍ତି ତେବେ ଦେଶ ପ୍ରତି ଦେଶପ୍ରେମ ଦାବି କରିବାର ଅଧିକାର ଆମର ମଧ୍ୟ ନାହିଁ ନାହିଁ ବୋଲି ସେ କହିଛନ୍ତି।

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାପରେ ପରେ ଭାରତରେ ଘୋଷଣା ହୋଇଥିବା ଜାତୀୟ ଶୋକକୁ ଦୃଷ୍ଟିରେ ରଖି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପଶ୍ଚିମବଙ୍ଗ ଗସ୍ତକୁ ସ୍ଥଗିତ ରଖିଛନ୍ତି। ତେବେ ଯଶଓ୍ବନ୍ତ ତାଙ୍କର କାଶ୍ମୀର ଗସ୍ତକୁ ବାତିଲ କରି ନାହାନ୍ତି।

ଯଶଓ୍ବନ୍ତ କହିଛନ୍ତି ଯେ ଯଦି ସେ ରାଷ୍ଟ୍ରପତି ହୁଅନ୍ତି ତେବେ କଶ୍ମୀର ପ୍ରସଙ୍ଗକୁ ପ୍ରାଧାନ୍ୟ ଦେବେ। ସେ କହିଛନ୍ତି, ଯଦି ନିର୍ବାଚିତ ହୁଏ ତେବେ ମୋର ଅନ୍ୟତମ ପ୍ରାଥମିକତା ହେଉଛି କଶ୍ମୀର ସମସ୍ୟାର ସ୍ଥାୟୀ ସମାଧାନ ତଥା ଶାନ୍ତି, ନ୍ୟାୟ, ଗଣତନ୍ତ୍ର, ସ୍ବାଭାବିକତା ଫେରାଇ ଆଣିବା ପାଇଁ ସରକାରଙ୍କର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?