Posted inଜାତୀୟ

ଜମ୍ମୁ-କଶ୍ମୀରରେ ନିର୍ବାଚନ ବିଳମ୍ବକୁ ନେଇ ପ୍ରଶ୍ନ ଉଠାଇଲେ ଫାରୁକ୍‌

ଶ୍ରୀନଗର, ୮ା୫ : ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ବିଳମ୍ବ ହେବା ପଛର କାରଣକୁ ନେଇ ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା ରବିବାର ପ୍ରଶ୍ନ ଉଠାଇଛନ୍ତି। ଜମ୍ମୁ-କଶ୍ମୀରରେ ତୁରନ୍ତ ଏକ ନିର୍ବାଚିତ ସରକାର ଆବଶ୍ୟକ ଥିବା ନ୍ୟାଶନାଲ କନ୍‌ଫରେନ୍ସ ଅଧ୍ୟକ୍ଷ କହିଛନ୍ତି। ଭାଜପା ନେତା ୫୦ ପ୍ରତିଶତ ଆସନ ଜିତିବେ ବୋଲି ଖୋଲାଖୋଲି ଘୋଷଣା କରୁଥିବାବେଳେ ନିର୍ବାଚନ କରାଇବାରେ କିଏ ଅଟକାଉଛି ବୋଲି ଫାରୁକ୍‌ ପ୍ରଶ୍ନ କରିଛନ୍ତି। ଉପମହାଦେଶରେ ସ୍ଥାୟୀ ଶାନ୍ତି ସୁନିଶ୍ଚିତ କରିବା ଲାଗି ପାକିସ୍ତାନ ସହ ଆଲୋଚନା ଆରମ୍ଭ କରିବା ଉପରେ ଅବଦୁଲ୍ଲା ଜୋର୍‌ ଦେଇଥିଲେ। ଦେଶରେ ମାନବାଧିକାରରେ ଅବନତି ଦେଖାଦେବା ସହ ଧର୍ମୀୟ ଅସହିଷ୍ଣୁତା ଓ ଦୁର୍ନୀତି ବଢ଼ିଚାଲିଛି। ଭାରତ ଭଳି ମହାନ ଦେଶ ପାଇଁ ଏସବୁ ଶୁଭ ସଙ୍କେତ ନୁହେଁ। ଜମ୍ମୁ-କଶ୍ମୀରରେ ଯଦି ସବୁକିଛି ଠିକ୍‌ ଚାଲିଛି, ତେବେ ନିର୍ବାଚନ କରାଇବାରେ ବିଳମ୍ବ କାହିଁକି। ଜମ୍ମୁ-କଶ୍ମୀରରେ ଜଣେ ଉପରାଜ୍ୟପାଳ ଓ ତାଙ୍କର ଉପଦେଷ୍ଟାମାନେ ଜନସାଧାରଣଙ୍କ ସମସ୍ୟାର ସମାଧାନ କରିପାରିବେ ନାହିଁ। ଏହା ଏକ ଅମଲାତାନ୍ତ୍ରିକ ସରକାରରେ ପରିଣତ ହୋଇଥିବା ଫାରୁକ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri