Posted inଜାତୀୟ

ଫାରୁକ୍‌-ଉମର ନଜରବନ୍ଦ, ମେହବୁବାଙ୍କ ଉପରେ କଟକଣା

ଶ୍ରୀନଗର,୧୪।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ୍‌ କନଫରେନ୍ସ୍‌ର ନେତା ଫାରୁକ୍‌ ଅବଦୁଲ୍ଲା ଏବଂ ତାଙ୍କ ପୁଅ ଉମର ଅବଦୁଲ୍ଲାଙ୍କୁ ନଜରବନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଉମର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେହିପରି ପିଡ଼ିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ଉପରେ କଟକଣା ଜାରି କରାଯାଇଛି। ତାଙ୍କୁ ପୁଲଓ୍ବାମା ଯିବାକୁ ଅନୁମତି ପ୍ରଦାନ କରାଯାଇ ନାହିଁ। ଉମରଙ୍କ ଘର ସମ୍ମୁଖରେ ଏକ ମୋବାଇଲ୍‌ ସିକ୍ୟୁରିଟି ଭ୍ୟାନ୍‌ ଛିଡ଼ା କରାଯାଇଛି। ରବିବାର ଉମର ଗୁଲମାର୍ଗ ଯିବାର ଥିଲା। ସେହିପରି ଫାରୁକ୍‌ ଗାନ୍ଦରଓ୍ବଲ ଅଞ୍ଚଳ ପରିଦର୍ଶନରେ ଯିବାର କାର୍ଯ୍ୟକ୍ରମ ଥିଲା। ତେବେ ଏସବୁକୁ ବାତିଲ କରାଯାଇଛି। ଉମର କହିଛନ୍ତି ଯେ, ୨୦୧୯ ଅଗଷ୍ଟ ୫ରେ କୌଣସି ପୂର୍ବ ସୂଚନା ନ ଦେଇ ସେମାନଙ୍କୁ ଘରେ ବନ୍ଦ କରାଯାଇଥିଲା। ଏବେ ପୁଣି ସେପରି କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କ ଭଉଣୀ ଏବଂ ପିଲାମାନଙ୍କୁ ମଧ୍ୟ ଘରେ ବନ୍ଦ କରାଯାଇଥିବା ଉମର ଟୁଇଟ କରି କହିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ଫେବୃୟାରୀ ୧୪ରେ ପୁଲଓ୍ବାମାରେ ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri