Posted inଜାତୀୟ

ଫାରୁକ୍‌ଙ୍କ ଉପରେ ଇଡ଼ି ଛାଟ: ୧୧୩ କୋଟି ଦୁର୍ନୀତି ନେଇ ପଚରାଉଚରା ଆରମ୍ଭ

ନୂଆଦିଲ୍ଲୀ, ୧୯।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲାଙ୍କ ଉପରେ ଏବେ ଇଡ଼ିର ଛାଟ ଆରମ୍ଭ ହୋଇଛି। ରାଜ୍ୟର କ୍ରିକେଟ ଆସୋସିଏଶନ୍‌ରେ ଘଟିଥିବା ୧୧୩ କୋଟି ଟଙ୍କାର ଦୁର୍ନୀତି ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଫାରୁକ୍‌ଙ୍କୁ ପଚରାଉଚରା କରାଯାଉଛି। ୨୦୧୨ରେ ଏହି ଦୁର୍ନୀତି ସମ୍ପର୍କରେ ଜଣାପଡ଼ିଥିବା କୁହାଯାଉଛି। ଇଡ଼ି ଟିମ୍‌ ତାଙ୍କୁ ଶ୍ରୀନଗରରେ ପଚରାଉଚରା କରିଛନ୍ତି। ଏଥିରେ ୫୦ ଜଣଙ୍କ ସମ୍ପୃକ୍ତି ଥିବା ନେଇ ଏକ ତାଲିକା ଇଡ଼ି ପକ୍ଷରୁ ପ୍ରସ୍ତୁତ କରାଯାଇଛି। ୨୦୧୨ରେ ଏହି ଘଟଣାର ପର୍ଦ୍ଦାଫାଶ୍‌ ହେବାପରେ ଜମ୍ମୁ-କଶ୍ମୀର କ୍ରିକେଟ ଆସୋସିଏଶନ୍‌ର ତତ୍କାଳୀନ କୋଷାଧ୍ୟକ୍ଷ ମଞ୍ଜୁର ଓ୍ବଜିର ପୂର୍ବତନ ମହାସଚିବ ମହମ୍ମଦ ସଲିମ ଖାଁ ଏବଂ ପୂର୍ବତନ କୋଷାଧ୍ୟକ୍ଷ ଅହସାନ୍‌ ମିର୍ଜାଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ୨୦୦୨ଏପ୍ରିଲ୍‌ରୁ ୨୦୧୧ ଡିସେମ୍ବର ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଟଙ୍କା ଜମ୍ମୁ-କଶ୍ମୀର କ୍ରିକେଟ ଆସୋସିଏଶନକୁ ଟ୍ରାନ୍ସଫର କରାଯାଇଥିଲା। ଜମ୍ମୁ-କଶ୍ମୀର ହାଇକୋର୍ଟ ପକ୍ଷରୁ ପୋଲିସର ତଦନ୍ତରେ ବିଳମ୍ବ ଏବଂ ବିଶ୍ୱାସନୀୟତାର ଅଭାବ ଦର୍ଶାଇ ୨୦୧୭ ମାର୍ଚ୍ଚ ୯ରେ ଏହି ମାମଲାର ତଦନ୍ତ ଭାର ସିିବିଆଇକୁ ପ୍ରଦାନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri