ଆଧୁନିକ ହସ୍ତତନ୍ତ ପୋଷାକରେ ଫ୍ୟାଶନ୍‌ ଶୋ’

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ଉପଲକ୍ଷେ ବୟନିକା ଓ ବୟନ ଶିଳ୍ପ ନିର୍ଦ୍ଦେଶାଳୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ସପ୍ତାହେ ବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ବୁଧବାର ମାର୍କେଟ ବିଲ୍ଡିଂଠାରେ ସମ୍ପ୍ରସାରିତ ବୟନିକାର ଉଦ୍‌ଘାଟନ ସହ ବୟନ ଭବନରେ ବୟନିକା ଅନନ୍ୟର ଉଦ୍‌ଘାଟନ ମଧ୍ୟ ହୋଇଯାଇଛି। ଏକାମ୍ର ହାଟଠାରେ ବୟନିକା ପକ୍ଷରୁ ଓଡ଼ିଶା ହସ୍ତତନ୍ତର ଅନନ୍ୟ ଫ୍ୟାଶନ୍‌ ଶୋ’ ଅନୁଷ୍ଠିତ ହୋଇଯାଇଛି। ଏହି ଫ୍ୟାଶନ୍‌ ଶୋ’ରେ ୧୦ଟି ସେଗ୍‌ମେଣ୍ଟରେ ଓଡ଼ିଶା ହସ୍ତତନ୍ତର ବିଭିନ୍ନ ଡିଜାଇନ୍‌ ଓ କଲେକ୍‌ସନ୍‌କୁ ମଡେଲ୍‌ମାନେ ପ୍ରଦର୍ଶନ କରିଥିଲେ। ଏହି ଫ୍ୟାଶନ୍‌ ଶୋ’କୁ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ ଉଦ୍‌ଘାଟନ କରିଥିଲେ।

ଉତ୍ସବରେ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫ୍ୟାଶନ୍‌ ଟେକ୍‌ନୋଲୋଜିର ନିର୍ଦ୍ଦେଶକ ଶୋଭନ୍‌ କ୍ରିଷ୍ଣା ସାହୁ, ସୋନପୁରର କଲେକ୍ଟର ତଥା ଜିଲା ମାଜିଷ୍ଟ୍ରେଟ୍‌ ଅବୋଲି ସୁନୀଲ ନରୱାଣେ, ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ଡେପୁଟି ଡାଇରେକ୍ଟର, ଇଣ୍ଟେଲିଜେନ୍ସ କୁନାଲ କୁମାର, ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ହସ୍ତତନ୍ତ ଶିଳ୍ପର ଗୁରୁତ୍ୱ ଉପରେ ଜନସଚେତନତା ସୃଷ୍ଟି କରିବା ଏବଂ ଦେଶର ସାମାଜିକ, ଅର୍ଥନୈତିକ ଅଭିବୃଦ୍ଧିରେ ଏହାର ଅବଦାନକୁ ସ୍ବୀକୃତି ଦେବା ଏହି ଦିବସର ଉଦ୍ଦେଶ୍ୟ ଓ ଲକ୍ଷ୍ୟ। ଶାଢ଼ି ଓ ଅନ୍ୟାନ୍ୟ ହସ୍ତତନ୍ତ ଉତ୍ପାଦ ବ୍ୟତୀତ ରାଜ୍ୟର ଅଗଣିତ ପୁରୁଷ ଓ ମହିଳାଙ୍କ ପାଇଁ କାର୍ଯ୍ୟାଳୟ ପୋଷାକ, ଯୁବପିଢ଼ିଙ୍କ ପାଇଁ ଯୁଗୋପଯୋଗୀ ବସ୍ତ୍ର ବିକ୍ରୟ କରିବାରେ ବୟନିକା ପ୍ରମୁଖ ଭୂମିକା ଗ୍ରହଣ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri