Posted inଖେଳ

ଫାଷ୍ଟ ବୋଲରରୁ ଜାଭେଲିନ୍‌ ଥ୍ରୋୟର

ହଙ୍ଗେରୀର ବୁଦାପେଷ୍ଟରେ ଉଦ୍‌ଯାପିତ ହୋଇଯାଇଛି ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌। ପ୍ରଥମ ଥର ପାଇଁ ୩ ଜଣ ଭାରତୀୟ ନୀରଜ ଚୋପ୍ରା, ଡି.ପି. ମନୁ ଓ କିଶୋର କୁମାର ଜେନା ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଥିଲେ। ନୀରଜ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ଯଥାକ୍ରମେ ପଞ୍ଚମ ଓ ଷଷ୍ଠ ସ୍ଥାନରେ ରହିଛନ୍ତି କିଶୋର ଓ ମନୁ। କିଶୋର ଭଲିବଲ ଛାଡି ଜାଭେଲିନ୍‌କୁ ଆପଣେଇ ଥିବା ବେଳେ ମନୁ ଜଣେ ଦ୍ରୁତ ବୋଲର ରହିଥିଲେ। କର୍ନାଟକର ଜଣେ କଫି ଚାଷୀଙ୍କ ପୁଅ ଡି.ପି. ମନୁ। ବେଲୁରର ହସନ୍‌ ଜିଲାରୁ ଆସୁଥିବା ମନୁ ସ୍କୁଲ ସମୟରେ ଜଣେ ଭଲ କ୍ରିକେଟର ଥିଲେ। ଦ୍ରୁତ ବୋଲିଂ କରିବାକୁ ପସନ୍ଦ କରୁଥିବା ମନୁ କ୍ରୀଡା ଶିକ୍ଷକଙ୍କ ପରାମର୍ଶ କ୍ରମେ ଜାଭେଲିନ୍‌କୁ ବାଛିଥିଲେ। ଦକ୍ଷିଣ ଭାରତର ଏକ ଗରିବ ପରିବାରରୁ ଆସିଥିବା ମନୁଙ୍କ ନିକଟରେ ଆରମ୍ଭରୁ ଜାଭେଲିନ୍‌ ମଧ୍ୟ ନ ଥିଲା। ବାଉଁଶକୁ ଜାଭେଲିନ୍‌ ଭାବରେ ବ୍ୟବହାର କରି ମନୁ ଆଗକୁ ବଢିଥିବା ବେଳେ ୨୦୧୯ ଖେଲୋ ଇଣ୍ଡିଆ ଗେମ୍ସରେ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କୋଚ୍‌ କାଶୀନାଥ ନାଏକ ୧୯ ବର୍ଷୀୟ ମନୁଙ୍କୁ ପୁଣେସ୍ଥିତ ଆର୍ମି ସ୍ପୋଟର୍‌ସ ସେଣ୍ଟରରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?