ତେଜିଲା ରାଜନୀତି

କେନ୍ଦୁଝର,୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଶାଳଦେଇ ବାଲିଘାଟ ବିବାଦରୁ ମହିଳାଙ୍କ ହତ୍ୟା ଘଟଣାକୁ ନେଇ ଘଷିପୁରା ରାଜନୀତି ଉଷ୍ମ ହୋଇଛି। ଘଟଣାରେ ହତ୍ୟାକାରୀଙ୍କୁ ଗିରଫ ଦାବି କରିବା ସହ ହତ୍ୟାକାରୀମାନେ ଘଷିପୁରା ବିଧାୟକ ଓ ତାଙ୍କ ପୁଅଙ୍କ ସମର୍ଥକ ଥିବାରୁ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଭାଜପା ଦାବି କରିଛି। ଏନେଇ ଦଳ ପକ୍ଷରୁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପୃଥିରାଜ କୁଅଁର, ଜିତେନ୍ଦ୍ର କୁମାର ପଲେଇ, ରୁଦ୍ର ପ୍ରସାଦ ବେହେରା ଓ ପଦ୍ମନାଭ ମହାନ୍ତ ପ୍ରମୁଖ କର୍ମକର୍ତ୍ତା ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।
ମୁତାବକ, ଥାନା ଅନ୍ତର୍ଗତ ଶାଳଦେଇ ଗ୍ରାମରେ ବେଆଇନ ବାଲିଘାଟକୁ ବନ୍ଦ କରିବା ପାଇଁ ସ୍ଥାନୀୟ ଲୋକେ ଦାବି କରି ଆସୁଥିଲେ। ତେବେ ଘଷିପୁରା ବ୍ଲକ୍‌ ଅଧ୍ୟକ୍ଷାଙ୍କ ସ୍ବାମୀ ବାବନ ସାହୁଙ୍କ ସମେତ ତରୁଆଁ ପଞ୍ଚାୟତର ବଳରାମ ବେହେରା ଓ ଶାଳଦେଇ ଗ୍ରାମର ରାମକୃଷ୍ଣ ବୋଇତେଇଙ୍କ ନେତୃତ୍ୱରେ ଶତାଧିକ ଯୁବକ ଆନ୍ଦୋଳନକାରୀ ମହିଳାଙ୍କ ଉପରେ ଆକ୍ରମଣ କରିଥିଲେ। ଏଥିରେ ଗୁରୁତର ହୋଇ ମଲ୍ଲୀ ଜେନା ୬ ଦିନ କଟକ ମେଡିକାଲରେ ଚିକିତ୍ସିତ ହେବା ପରେ ମୃତ୍ୟୁବରଣ କରିଥିଲେ। ଗଣ୍ଡଗୋଳ ପଛରେ ସ୍ଥାନୀୟ ବିଧାୟକ ତଥା ତାଙ୍କ ପୁଅମାନଙ୍କ ହାତ ରହୁଥିବାରୁ ଏଭଳି ହତ୍ୟାକାଣ୍ଡ ଘଟିଛି ବୋଲି କୁଅଁର ଅଭିଯୋଗରେ ଦର୍ଶାଇଛନ୍ତି। ତେଣୁ ତାଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ ବୋଲିି ସେମାନେ ଦାବି କରିଛନ୍ତି। ଅନ୍ୟପକ୍ଷେ ପୂର୍ବରୁ ୨୦୨୨ରେ ଖଲଣା ଗ୍ରାମରେ ସୁନନ୍ଦା ସେଠୀ ନାମକ ଯୁବକକୁ ଦ୍ୱିପ୍ରହରରେ ଗୁଳି କରି ହତ୍ୟା କରାଯାଇଥିଲା। ଏବେ ପୁଣି ଏଭଳି ହତ୍ୟାକାଣ୍ଡ ଉକ୍ତ ଥାନା ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଭାଜପା ପକ୍ଷରୁ କୁହାଯାଇଛି ା ଘଟଣା ପରେ ଭାଜପା ଜିଲା ପରିଷଦ ସଭ୍ୟା ଅସୀମା ମିଶ୍ର ପୀଡ଼ିତାଙ୍କ ଘରକୁ ଯାଇ ସମସ୍ୟା ବୁଝିଛନ୍ତି।
କଂଗ୍ରେସ ଜିଲା ସଭାପତି ବିପ୍ଳବ ମିଶ୍ର କହିଛନ୍ତି, ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ବାଲିଘାଟ ବିବାଦକୁ ନେଇ ହତ୍ୟାକାଣ୍ଡ ଅତ୍ୟନ୍ତ ସମ୍ବେଦନଶୀଳ। ପୋଲିସ ସତର୍କ ରହିଥିଲେ ଏଭଳି ଘଟଣାକୁ ଏଡ଼ାଇ ଦିଆଯାଇପାରଥାନ୍ତା। ଘଟଣାରେ ଜଡ଼ିତ ଅଭିଯୁକ୍ତମାନେ ଶାସକ ଦଳର ସମର୍ଥକ ଥିବାରୁ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯାଉ ବୋଲି କହିଥିଲେ। ଏନେଇ ଏସ୍‌ପି ମିତ୍ରଭାନୁ ମହାପାତ୍ର କହିଛନ୍ତି, ଶାଳଦେଇ ହତ୍ୟା ଘଟଣାକୁ ନେଇ ସେ ଦାବିପତ୍ର ପାଇଛନ୍ତି। ଉକ୍ତ ଘଟଣାକୁ ନେଇ ଥାନାରେ କେସ୍‌ ରୁଜୁ ହୋଇ ତଦନ୍ତ ଚାଲିଛି। ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ସ୍ପେଶାଲ ଟିମ୍‌ ଗଠନ କରାଯାଇଛି ବୋଲି କହିଥିଲେ। ଏନେଇ ବିଧାୟକଙ୍କ ମତାମତ ପାଇଁ ଯୋଗାଯୋଗ କରାଯାଇଥିବା ବେଳେ ତାହା ସମ୍ଭବ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?