Posted inଖେଳ

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ ବଞ୍ଚିତ ହୋଇଥିଲେ, ମାତ୍ର ୧୧ ବଲ ରୁ ଅର୍ଦ୍ଧଶତକ ହାସଲ କରି ସେ ଇତିହାସ ରଚିଥିଲେ। ସେ କେବଳ ଲିଷ୍ଟ-ଏ କ୍ରିକେଟ ଇତିହାସରେ ନୁହେଁ ବରଂ ଭାରତ ପାଇଁ ଯେକୌଣସି ଫର୍ମାଟରେ ଦ୍ରୁତତମ ଅର୍ଦ୍ଧଶତକର ରେକର୍ଡ ସ୍ଥାପନ କରିଥିଲେ।
ପ୍ରଥମ ଶ୍ରେଣୀ କିମ୍ବା ଲିଷ୍ଟ-ଏ କ୍ରିକେଟ, ଏକଦିବସୀୟ, ଟେଷ୍ଟ କିମ୍ବା ଟି20 ଆନ୍ତର୍ଜାତୀୟ ହେଉ, ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକର ରେକର୍ଡ ବର୍ତ୍ତମାନ ବୈଭବ ସୂର୍ଯ୍ୟବଂଶୀଙ୍କ ନାମରେ ଅଛି। ଉଲ୍ଲେଖନୀୟ, ସେ ଶ୍ରୀଲଙ୍କା ଏ ବିପକ୍ଷରେ ଫାଇନାଲରେ 29 ବଲ ରୁ 94 ରନ କରିଥିଲେ।
ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ
୧୨ ବଲ ଯୁବରାଜ ସିଂହଙ୍କ ନାମରେ ଭାରତ ପାଇଁ ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଦ୍ରୁତତମ ଅର୍ଦ୍ଧଶତକ ରହିଛି। ସେ ୨୦୦୭ ଟି୨୦ ବିଶ୍ୱକପ ସମୟରେ ୧୨ ବଲ ରେ ଅର୍ଦ୍ଧଶତକ ହାସଲ କରିଥିଲେ।
୨୧ ବଲ ଅଜିତ ଅଗରକରଙ୍କ ନାମରେ ଦିନିକିଆ ଅନ୍ତର୍ଜାତୀୟରେ ଦ୍ରୁତତମ ଅର୍ଦ୍ଧଶତକ ରହିଛି। ସେ ୨୦୦୦ ମସିହାରେ ଜିମ୍ବାୱେ ବିପକ୍ଷରେ ୨୧ ବଲରେ ପଚାଶ ରନ ହାସଲ କରିଥିଲେ।
୨୮ ବଲ ରିଷଭ ପନ୍ତ ଟେଷ୍ଟ କ୍ରିକେଟରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୨୦୨୨ ମସିହାରେ ଶ୍ରୀଲଙ୍କା ବିପକ୍ଷରେ ୨୮ ବଲ ରେ ପଚାଶ ମାରିଥିଲେ।
୧୧ ବଲ ଆକାଶ ଚୌଧୁରୀ ପ୍ରଥମ ଶ୍ରେଣୀ କ୍ରିକେଟରେ ଦ୍ରୁତତମ ଅର୍ଦ୍ଧଶତକ ପାଇଁ ଭାରତୀୟ ରେକର୍ଡ ରଖିଛନ୍ତି। ସେ ରଣଜୀ ଟ୍ରଫିରେ ଅରୁଣାଚଳ ପ୍ରଦେଶ ବିପକ୍ଷରେ ମେଘାଳୟ ପାଇଁ ଖେଳୁଥିବା ସମୟରେ ଏହି ସଫଳତା ପାଇଥିଲେ।
୧୧ ବଲ ଏବେ, ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ-ଏ କ୍ରିକେଟରେ ଦ୍ରୁତତମ ଅର୍ଦ୍ଧଶତକ ପାଇଁ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଭାରତ ଏ ପାଇଁ ଖେଳୁଥିବା ସମୟରେ ଏହି ସଫଳତା ପାଇଥିଲେ।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri